ଆକାଶରୁ ବର୍ଷୁଛି ନିଆଁ, ଅସହ୍ୟ ତାତିରୁ ନିସ୍ତାର ନାହିଁ: ଭୀଷଣ ଗ୍ରୀଷ୍ମପ୍ରବାହ ପାଇଁ ଆଜି ବି ଟ୍ଵିନସିଟିକୁ ରେଡ୍ ଆଲର୍ଟ

The Sakala Picture
Published On

ଭୁବନେଶ୍ୱର: ଆକାଶରୁ ବର୍ଷୁଛି ନିଆଁ, ଅସହ୍ୟ ତାତିରୁ ନିସ୍ତାର ନାହିଁ । ମୁଣ୍ଡଫଟା ଖରା ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି । ସମଗ୍ର ଓଡ଼ିଶା ଭୀଷଣ ଗ୍ରୀଷ୍ମ ପ୍ରବାହରେ ଛଟପଟ ହେଉଥିବା ବେଳେ ଏଭଳି ସ୍ଥିତି ଆହୁରି ୪-୫ ଦିନ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏ ନେଇ ଟୁଇନ ସିଟି ଭୁବନେଶ୍ୱର ଓ କଟକ ପାଇଁ ଆଜି ପୁଣି ରେଡ୍ ଆଲର୍ଟ ଜାରି କରାଯାଇଛି। ଭୀଷଣ ଗ୍ରୀଷ୍ମ ପ୍ରବାହ ସମ୍ଭାବନା […]

ଭୁବନେଶ୍ୱର: ଆକାଶରୁ ବର୍ଷୁଛି ନିଆଁ, ଅସହ୍ୟ ତାତିରୁ ନିସ୍ତାର ନାହିଁ । ମୁଣ୍ଡଫଟା ଖରା ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି । ସମଗ୍ର ଓଡ଼ିଶା ଭୀଷଣ ଗ୍ରୀଷ୍ମ ପ୍ରବାହରେ ଛଟପଟ ହେଉଥିବା ବେଳେ ଏଭଳି ସ୍ଥିତି ଆହୁରି ୪-୫ ଦିନ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏ ନେଇ ଟୁଇନ ସିଟି ଭୁବନେଶ୍ୱର ଓ କଟକ ପାଇଁ ଆଜି ପୁଣି ରେଡ୍ ଆଲର୍ଟ ଜାରି କରାଯାଇଛି। ଭୀଷଣ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ପାଇଁ ଲଗାତର ଦ୍ୱିତୀୟ ଦିନ ଲାଗି ଦୁଇ ସହରକୁ ରେଡ୍ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ବେଙ୍ଗାଲୁରୁ-ଭୁବନେଶ୍ୱର ଟ୍ରେନରୁ ଜଗତସିଂହପୁରର ମହିଳା ଓ ୯ ମାସର ଶିଶୁପୁତ୍ର ନିଖୋଜ

ଆଜି ବି ରାଜଧାନୀ ଭୁବନେଶ୍ୱରରେ ଦିନ ୧୧ଟା ୩୦ ସୁଦ୍ଧା ୪୧.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ବାଲେଶ୍ୱର, ଚାନ୍ଦବାଲି ଓ କେନ୍ଦୁଝରରେ ୪୦ ଡିଗ୍ରୀ ତଥା ତା’ଠାରୁ ଅଧିକ ତାପମାତ୍ରା ରେକର୍ଡ କରାଯାଇଛି । ଗତକାଲି ଭୁବନେଶ୍ବରର ତାପମାତ୍ରା ୪୪ ଦଶମିକ ୬ ଡିଗ୍ରୀ ସେଲସିୟସ ଥିଲା । ଅନୁଗୁଳ ପରେ ରାଜ୍ୟର ଦ୍ୱିତୀୟ ଉତ୍ତପ୍ତ ସହର ଥିଲା ଭୁବନେଶ୍ୱର। କଟକରେ ଗତକାଲି ସର୍ବାଧିକ ତାପମାତ୍ରା ୪୩.୪ ଡିଗ୍ରୀ ସେଲସିୟସ ଥିଲା ।

ଆହୁରି ପଢ଼ନ୍ତୁ: ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର