ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ, ଆଜି ପାଇଁ ୬ ଜିଲ୍ଲାକୁ ରେଡ ଆଲର୍ଟ ଜାରି

ଭୁବନେଶ୍ବର: ଘନୀଭୁତ ହେଉଛି ଘୂର୍ଣ୍ଣିବଳୟ । ୨୪ ଘଣ୍ଟାରେ ନେବ ଲଘୁଚାପର ରୂପ ।  ପରେ ଘନୀଭୁତ ହୋଇ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହେବ । ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶକୁ ଗତି କରିବ।  ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ହେବ କେନ୍ଦ୍ରୀଭୁତ । ଏହାରି ପ୍ରଭାବରେ ଆଜି ଅତିଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଛିି। କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ, ମାଲକାନଗିରିକୁ ରେଡ ଆଲର୍ଟ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକରେ […]

ଭୁବନେଶ୍ବର: ଘନୀଭୁତ ହେଉଛି ଘୂର୍ଣ୍ଣିବଳୟ । ୨୪ ଘଣ୍ଟାରେ ନେବ ଲଘୁଚାପର ରୂପ ।  ପରେ ଘନୀଭୁତ ହୋଇ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହେବ । ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶକୁ ଗତି କରିବ।  ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ହେବ କେନ୍ଦ୍ରୀଭୁତ ।

ଏହାରି ପ୍ରଭାବରେ ଆଜି ଅତିଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଛିି। କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ, ମାଲକାନଗିରିକୁ ରେଡ ଆଲର୍ଟ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକରେ ଭୀଷଣ ବର୍ଷା ସମ୍ଭାବନା ରହିଥିବା ବେଳେ  ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, ବୌଦ୍ଧ, ସୋନପୁର, ନୂଆପଡାକୁ ସତର୍କ ସୂଚନା ଜାରି ହୋଇଛି। ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ସତର୍କତା ଜାରି ହୋଇଛି।

ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ନେଇ ୨୨ ଜିଲ୍ଲାକୁ ସତର୍କତା ଜାରି ହୋଇଛି।  ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନ ରହିଛି।

୧୪ ତାରିଖରେ ଭୀଷଣ ବର୍ଷା ନେଇ ୮ ଜିଲ୍ଲାକୁ ରେଡ ଆଲର୍ଟ ଜାରି ହେଇଛି।  କଟକ, ଢେଙ୍କାନାଳ, ଅନୁଗୁଳ, ଢେଙ୍କାନାଳ, ନୟାଗଡ, ବୌଦ୍ଧ, ସୋନପୁର, କନ୍ଧମାଳ, ଗଞ୍ଜାମରେ ଭୀଷଣ ବର୍ଷିବ॥  ସେହପରି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି।  ଯାଜପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଜପତି, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା, ବଲାଙ୍ଗୀର, ବରଗଡ଼, ସମ୍ବଲପୁରକୁ ସତର୍କତା ସୂଚନା ଜାରି କରାଯାଇଛି।

ଏହି ବର୍ଷା ଦ୍ବାରା  କଚ୍ଚା ଘର ଓ କଚ୍ଚା ରାସ୍ତା ପ୍ରଭାବିତ ହେବାର ସମ୍ଭାବନା ରହିଛି। ତଳିଆ ଅଞ୍ଚଳରେ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହୋଇପାରେ ।  ଦୃଶ୍ୟମାନ କ୍ଷମତା କମିବାସହ ସୃଷ୍ଟି ହେବ ଟ୍ରାଫିକ ସମସ୍ୟା ସୃଷ୍ଟି ହୋଇପାରେ।

About The Author: The Sakala