ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ରେଡ୍, ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି

The Sakala Picture
Published On

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ରେଡ୍, ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଭୀଷଣ ବର୍ଷା ନେଇ ରେଡ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଉଛି- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ କେନ୍ଦୁଝର। ସେହିପରି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଆଗାମୀ ୩ ଘଣ୍ଟା ପାଇଁ ବରଗଡ଼, ସୋନପୁର, […]

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ରେଡ୍, ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଭୀଷଣ ବର୍ଷା ନେଇ ରେଡ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଉଛି- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ କେନ୍ଦୁଝର।

ଆହୁରି ପଢ଼ନ୍ତୁ: ବନ୍ୟା ସହାୟତା ପ୍ରଦାନରେ ସରକାରଙ୍କ ପାତରଅନ୍ତର, ବିରୋଧୀ ପ୍ରତିନିଧିତ୍ୱ କରୁଥିବା ଅଞ୍ଚଳକୁ ଅଣଦେଖା କରୁଛନ୍ତି ରାଜ୍ୟ ସରକାର: ବିଜେଡି

ସେହିପରି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଆଗାମୀ ୩ ଘଣ୍ଟା ପାଇଁ ବରଗଡ଼, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ଆଦି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ନେଇ ଖୋର୍ଦ୍ଧା, କଟକ, ପୁରୀ, ଢେଙ୍କାନାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା-ଖଡ଼ଗପୁର ୪ ଲେନ୍‌ ରେଲୱେ ଟ୍ରାକ୍‌କୁ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍‌ କମିଟିର ଅନୁମୋଦନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର