ଭୀଷଣ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ

The Sakala Picture
Published On

ଭୁବନେଶ୍ବର: ସୃଷ୍ଟି ହେଲା ଗଭୀରଅବପାତ । ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଅବପାତ ଘନୀଭୂତ ହୋଇ ଏକ ଗଭୀର ଅବପାତରେ ପରିଣତ ହୋଇଛି । ଏହିରି ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି।  ତେବେ ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ଭୀଷଣ ଓ ପ୍ରବଳରୁ – ଅତିପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି।। ଏ ନେଇ ଭୀଷଣ ବର୍ଷ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକୁ ରେଡ ଆଲର୍ଟ ଜାରି କରାଯାଇଛି। ଅତି ପ୍ରବଳବର୍ଷା […]

ଭୁବନେଶ୍ବର: ସୃଷ୍ଟି ହେଲା ଗଭୀରଅବପାତ । ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଅବପାତ ଘନୀଭୂତ ହୋଇ ଏକ ଗଭୀର ଅବପାତରେ ପରିଣତ ହୋଇଛି । ଏହିରି ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି।  ତେବେ ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ଭୀଷଣ ଓ ପ୍ରବଳରୁ – ଅତିପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି।। ଏ ନେଇ ଭୀଷଣ ବର୍ଷ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକୁ ରେଡ ଆଲର୍ଟ ଜାରି କରାଯାଇଛି। ଅତି ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ବନ୍ୟା ସହାୟତା ପ୍ରଦାନରେ ସରକାରଙ୍କ ପାତରଅନ୍ତର, ବିରୋଧୀ ପ୍ରତିନିଧିତ୍ୱ କରୁଥିବା ଅଞ୍ଚଳକୁ ଅଣଦେଖା କରୁଛନ୍ତି ରାଜ୍ୟ ସରକାର: ବିଜେଡି

୪ ଜିଲ୍ଲାକୁ ଭୀଷଣ ବର୍ଷ ନେଇ ରେଡ ଆଲର୍ଟ ଜାରି କରାଯାଇଛି। ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟରୁଭଞ୍ଜରେ ଭୀଷଣ ବର୍ଷା ସମ୍ଭାବନା ରହିଛି। ଏ ନେଇ କାନ୍ଥ ଭୁଶିଡିବା, ଲ୍ୟାଣ୍ଡ ସ୍ଲାଇଡ, ଜଳବନ୍ଦୀ ଭଳି ସମସ୍ୟା ଉପୁଜିପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ସାପ କାମୁଡ଼ିବା ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ

ସେହିପରି ଅତି ପ୍ରବଳବର୍ଷା ନେଇ ଯାଜପୁର, ଭଦ୍ରକ, ଦେବଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ ଓ ବାଲେଶ୍ବର ଆଦି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ଲଜ୍ଜା: ପଡ଼ୋଶୀ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର