ବଦଳିବ ପାଣିପାଗ: ଗରମରୁ ମିଳିବ ମୁକ୍ତି, ଆସନ୍ତା ୧୨ ତାରିଖ ଯାଏଁ ହାଲୁକାରୁ ମଧ୍ଯମ ଧରଣର ବର୍ଷା ସମ୍ଭାବନା…

The Sakala Picture
Published On

ଭୁବନେଶ୍ବର: ବଙ୍ଗୋପସାଗରର ଲଘୁଚାପ ସ୍ରୁଷ୍ଟି ହେବା ପରେ ଓଡ଼ିଶା ଉପରେ ବି ଏହାର ପ୍ରଭାବ କିଛି ମାତ୍ରରେ ପଡିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଦକ୍ଷିଣ ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ୮ ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଏହାସହ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ […]

ଭୁବନେଶ୍ବର: ବଙ୍ଗୋପସାଗରର ଲଘୁଚାପ ସ୍ରୁଷ୍ଟି ହେବା ପରେ ଓଡ଼ିଶା ଉପରେ ବି ଏହାର ପ୍ରଭାବ କିଛି ମାତ୍ରରେ ପଡିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଦକ୍ଷିଣ ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ୮ ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଏହାସହ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବାର ସମ୍ଭାବନା ରହିଛି ।

ଆହୁରି ପଢ଼ନ୍ତୁ: ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପ୍ରସଙ୍ଗରେ ନବୀନଙ୍କ କଡ଼ା ସମାଲୋଚନା: ଓଡ଼ିଶାର ନ୍ୟାଯ୍ୟ ଅଧିକାର ସହ ସାଲିସ୍‌ କରିଛି ରାଜ୍ୟ ବିଜେପି

ସେହିଭଳି ପାଣିପାଗ ବିଭାଗର ପୂର୍ବାନୁମାନ ଆସନ୍ତା ୨୪ ଘଣ୍ଟା ପରେ ବଦଳିବ ପାଗ। ୨ ରୁ ୩ ଡିଗ୍ରୀ କମିବ ଦିନ ତାପମାତ୍ରା। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାତିରୁ ମିଳିବ ଆଶ୍ୱସ୍ତି । ୮ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ବିଜୁଳି ଘଡଘଡି ସହ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର,ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି। ଆସନ୍ତା ୧୨ ତାରିଖ ଯାଏ ବର୍ଷା ହେବା ନେଇ ଆକଳନ କରାଯାଇଥିବା ବେଳେ କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ୩୦ରୁ ୪୦ କି.ମି. ବେଗରେ ପବନ ବି ବହିବାର ସମ୍ଭାବନା ରହିଛି ।

ଆହୁରି ପଢ଼ନ୍ତୁ: ଖରା ଛୁଟିରେ ପିଲାଙ୍କୁ ସମର ଲର୍ଣ୍ଣିଂ ବ୍ୟବସ୍ଥା, ବାପା-ମା'ଙ୍କ ହ୍ୱାଟ୍ସଆପ୍‌ରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆସାଇନ୍‌ମେଣ୍ଟ: ଓସେପା

ଅନ୍ୟପଟେ ଲଘୁଚାପର ବିଶେଷ ପ୍ରଭାବ ରହିବନି। ୮ରୁ ୧୦ ତାରିଖ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେପଟେ ପବନର ବେଗ କମ୍‌ ରହୁଥିବାରୁ ଏହି ଲଘୁଚାପ ଟି ପ୍ରଭାବଶାଳୀ ହେବନି । ୮ରୁ ୧୦ ତାରିଖ ଯାଏଁ ଉପକୂଳ ଓଡ଼ିଶାରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଉପକୂଳ ଓଡ଼ିଶାର କିଛି ଅଞ୍ଚଳର ପ୍ରଭାବ ପଡିବା ଆଶଙ୍କା। ଆଜି ଦିନ ୨ଟା ୩୦ସୁଦ୍ଧା ରେକର୍ଡ ତାପମାତ୍ରା ଅନୁସାରେ ଝାରସୁଗୁଡା ୪୧ଡ଼ିଗ୍ରୀ , ସମ୍ବଲପୁର ୩୯.୮ଡ଼ିଗ୍ରୀ , ରାଉରକେଲା ୩୯ଡ଼ିଗ୍ରୀ  ଓ  ହୀରାକୁଦ ୩୮.୮ଡ଼ିଗ୍ରୀ ରହିଛି।

ଆହୁରି ପଢ଼ନ୍ତୁ: ବ୍ୟବସାୟୀଙ୍କୁ ଅପହରଣ କରି ୨ କୋଟି ଦାବି କଲେ ଦୁବୃର୍ତ୍ତ, ପରିବାର ପୁଲିସର ଦ୍ୱାରସ୍ଥ ହେବାରୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ

07 Apr 2025 By The Sakala

ବଦଳିବ ପାଣିପାଗ: ଗରମରୁ ମିଳିବ ମୁକ୍ତି, ଆସନ୍ତା ୧୨ ତାରିଖ ଯାଏଁ ହାଲୁକାରୁ ମଧ୍ଯମ ଧରଣର ବର୍ଷା ସମ୍ଭାବନା…

ଭୁବନେଶ୍ବର: ବଙ୍ଗୋପସାଗରର ଲଘୁଚାପ ସ୍ରୁଷ୍ଟି ହେବା ପରେ ଓଡ଼ିଶା ଉପରେ ବି ଏହାର ପ୍ରଭାବ କିଛି ମାତ୍ରରେ ପଡିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଦକ୍ଷିଣ ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ୮ ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଏହାସହ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବାର ସମ୍ଭାବନା ରହିଛି ।

ସେହିଭଳି ପାଣିପାଗ ବିଭାଗର ପୂର୍ବାନୁମାନ ଆସନ୍ତା ୨୪ ଘଣ୍ଟା ପରେ ବଦଳିବ ପାଗ। ୨ ରୁ ୩ ଡିଗ୍ରୀ କମିବ ଦିନ ତାପମାତ୍ରା। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାତିରୁ ମିଳିବ ଆଶ୍ୱସ୍ତି । ୮ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ବିଜୁଳି ଘଡଘଡି ସହ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର,ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି। ଆସନ୍ତା ୧୨ ତାରିଖ ଯାଏ ବର୍ଷା ହେବା ନେଇ ଆକଳନ କରାଯାଇଥିବା ବେଳେ କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ୩୦ରୁ ୪୦ କି.ମି. ବେଗରେ ପବନ ବି ବହିବାର ସମ୍ଭାବନା ରହିଛି ।

ଅନ୍ୟପଟେ ଲଘୁଚାପର ବିଶେଷ ପ୍ରଭାବ ରହିବନି। ୮ରୁ ୧୦ ତାରିଖ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେପଟେ ପବନର ବେଗ କମ୍‌ ରହୁଥିବାରୁ ଏହି ଲଘୁଚାପ ଟି ପ୍ରଭାବଶାଳୀ ହେବନି । ୮ରୁ ୧୦ ତାରିଖ ଯାଏଁ ଉପକୂଳ ଓଡ଼ିଶାରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଉପକୂଳ ଓଡ଼ିଶାର କିଛି ଅଞ୍ଚଳର ପ୍ରଭାବ ପଡିବା ଆଶଙ୍କା। ଆଜି ଦିନ ୨ଟା ୩୦ସୁଦ୍ଧା ରେକର୍ଡ ତାପମାତ୍ରା ଅନୁସାରେ ଝାରସୁଗୁଡା ୪୧ଡ଼ିଗ୍ରୀ , ସମ୍ବଲପୁର ୩୯.୮ଡ଼ିଗ୍ରୀ , ରାଉରକେଲା ୩୯ଡ଼ିଗ୍ରୀ  ଓ  ହୀରାକୁଦ ୩୮.୮ଡ଼ିଗ୍ରୀ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର