ଶୀତରୁ ଆଶ୍ୱସ୍ତି, ୨୭ରୁ ବିଭିନ୍ନ ସ୍ଥାନରେ ବର୍ଷା

The Sakala Picture
Published On

ଭୁବନେଶ୍ୱର : ମିଳିଲା ଆଶ୍ୱସ୍ତି ସାମାନ୍ୟ କମିଲା ଶୀତ । ଗତକାଲି ଅସହ୍ୟଜାଡରେ ସାମାନ୍ୟ ସୁଧାର ଆସିଛି । ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ବଢିବା ସହିତ ଶୀତ କମିଛି । ଆସନ୍ତାକାଲି ମଧ୍ୟରେ ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ। ଶୀତରୁ ଆଶ୍ୱସ୍ତି ମିଳିଥିଲେ ମଧ୍ୟ ଆସୁଛି ବର୍ଷା।  ଆସନ୍ତା ୨୭ ତାରିଖ ବେଳକୁ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି। ଗତ କିଛି ଦିନରେ ଶୀତ […]

ଭୁବନେଶ୍ୱର : ମିଳିଲା ଆଶ୍ୱସ୍ତି ସାମାନ୍ୟ କମିଲା ଶୀତ । ଗତକାଲି ଅସହ୍ୟଜାଡରେ ସାମାନ୍ୟ ସୁଧାର ଆସିଛି । ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ବଢିବା ସହିତ ଶୀତ କମିଛି । ଆସନ୍ତାକାଲି ମଧ୍ୟରେ ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ। ଶୀତରୁ ଆଶ୍ୱସ୍ତି ମିଳିଥିଲେ ମଧ୍ୟ ଆସୁଛି ବର୍ଷା।  ଆସନ୍ତା ୨୭ ତାରିଖ ବେଳକୁ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି। ଗତ କିଛି ଦିନରେ ଶୀତ ଲହରୀରୁ ସାମାନ୍ୟ ଆଶ୍ୱସ୍ତି ମିଳିଥିବା ବେଳେ ଏବେ ଆଗକୁ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ଗତ ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ ରାତିର ତାପମାତ୍ରା ବୃଦ୍ଧି ହୋଇଛି। ଏହା ସତ୍ତ୍ବେ ମଧ୍ୟ ରାଜ୍ୟର ୧୧ ଟି ସ୍ଥଆନରେ ରାତିର ତାପମାତ୍ରା ୧୦ ଡିଗ୍ରୀ ତଳେ ରେକର୍ଡ କରାଯାଇଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ୨.୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼଼ିଥିବା ବେଳେ ଉପକୂଳରେ ମଧ୍ୟ ସମାନ ଧରଣର ତାପମାତ୍ରା ବଢ଼଼ିଛି। ଫୁଲବାଣୀରେ ୬.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଏହା ରାଜ୍ୟର ଥଣ୍ଡା ସହରରେ ପରିଣତ ହୋଇଛି। ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଉମାଶଙ୍କର ଦାସ କହିଛନ୍ତି ଯେ ବର୍ତ୍ତମାନ ତାପମାତ୍ରା ବୃଦ୍ଧି ହେବାରେ ଲାଗିଛି। ଆସନ୍ତା ୨ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

ତେବେ ୨୭ ତାରିଖରୁ ରାଜ୍ୟର କିଛି ସ୍ଥାନରେ ବର୍ଷା ଆଶଙ୍କା ରହିଛି ବୋଲି ସେ କହିଛନ୍ତି। ‘ୱେଷ୍ଟର୍ଣ୍ଣ ଡିଷ୍ଟର୍ବାନ୍ସ’ ପ୍ରଭାବରେ ଶୁଷ୍କ ବାୟୁ ଓ ସମୁଦ୍ର ମଧ୍ୟରୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ସଂସ୍ପର୍ଶରେ ଏହି ବର୍ଷା ହେବ। ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାରେ ଏହି ବର୍ଷା ହେବ। ସେହିପରି ୨୮ ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବ ବୋଲି ଶ୍ରୀ ଦାସ କହିଛନ୍ତି।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରୁ କୁଆଖାଇ ନଦୀକୁ ଦେଇଥିବା ଅଟୋ ଚାଳକଙ୍କ ମୃତଦେହ ଉଦ୍ଧାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର