ଲୋକପ୍ରିୟ କାର୍ଟୁନିଷ୍ଟ କିଶୋର ରଥଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ଓଡ଼ିଶାର ଜଣାଶୁଣା କଟାକ୍ଷ କିଶୋର ଭାବେ ପରିଚିତ ବରିଷ୍ଠ କାର୍ଟୁନିଷ୍ଟ କିଶୋର ରଥଙ୍କ ପରଲୋକ । ହୃଦଘାତରେ ୫୮ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘଦିନ ଧରି ସେ ପ୍ରିଣ୍ଟ ମିଡ଼ିଆରେ କାମ କରୁଥିଲେ । ତାଙ୍କ କଟାକ୍ଷରେ ସ୍ଥାନ ପାଉଥିଲା ବିଭିନ୍ନ ଘଟଣାବଳୀ । ସମାଲୋଚନା ଧର୍ମୀ କାର୍ଟୁନ ପାଇଁ ସେ ଓଡ଼ିଶାର ଘରେ ଘରେ ପରିଚିତ ଥିଲେ । ସୂଚନା ଅନୁଯାୟୀ, ସେ ଦୁଇ ଦିନ ହେଲା ଅସୁସ୍ଥ ଥିଲେ। […]

ଭୁବନେଶ୍ବର: ଓଡ଼ିଶାର ଜଣାଶୁଣା କଟାକ୍ଷ କିଶୋର ଭାବେ ପରିଚିତ ବରିଷ୍ଠ କାର୍ଟୁନିଷ୍ଟ କିଶୋର ରଥଙ୍କ ପରଲୋକ । ହୃଦଘାତରେ ୫୮ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘଦିନ ଧରି ସେ ପ୍ରିଣ୍ଟ ମିଡ଼ିଆରେ କାମ କରୁଥିଲେ । ତାଙ୍କ କଟାକ୍ଷରେ ସ୍ଥାନ ପାଉଥିଲା ବିଭିନ୍ନ ଘଟଣାବଳୀ । ସମାଲୋଚନା ଧର୍ମୀ କାର୍ଟୁନ ପାଇଁ ସେ ଓଡ଼ିଶାର ଘରେ ଘରେ ପରିଚିତ ଥିଲେ ।

ଆହୁରି ପଢ଼ନ୍ତୁ: ଭାରୀ ବର୍ଷା ଓ ବନ୍ୟା ଆଶଙ୍କା: ଆଜି ଭଦ୍ରକ, ସୁନ୍ଦରଗଡ଼ ଓ ଯାଜପୁରରେ ସ୍କୁଲ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ

ସୂଚନା ଅନୁଯାୟୀ, ସେ ଦୁଇ ଦିନ ହେଲା ଅସୁସ୍ଥ ଥିଲେ। ଗତକାଲି ରାତିରେ ଶ୍ୱାସ ଜନିତ ସମସ୍ୟା ହେବାରୁ ତାଙ୍କୁ କ୍ୟାପିଟାଲ ହସ୍‌ପିଟାଲ୍ ନିଆଯାଇଥିଲା। ଇସିଜି କରିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ: ବନ୍ୟା ପରିସ୍ଥିତି ମଧ୍ୟରେ ୫ ଦିନ ହେଲା ନିଖୋଜ ଥିଲେ ଯୁବକ, ସୁରକ୍ଷିତ ଉଦ୍ଧାର କଲା ଓଡ୍ରାଫ୍ ଟିମ୍

କିଶୋରଙ୍କ ପରଲୋକରେ ବହୁ ବିଶିଷ୍ଟ ବ୍ୟକ୍ତି ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍‌ କରି ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତିଯେ, ‘ଲୋକପ୍ରିୟ ବ୍ୟଙ୍ଗ ଚିତ୍ରକର କିଶୋର ରଥଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ସମାଜର ବିଭିନ୍ନ ପ୍ରସଙ୍ଗକୁ ବ୍ୟଙ୍ଗ ଚିତ୍ର ମାଧ୍ୟମରେ ଉପସ୍ଥାପନ କରିବାର ନିଜର ସ୍ୱତନ୍ତ୍ର ଶୈଳୀ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଲାଠିକଟା ତହସିଲଦାରଙ୍କୁ ଗିରଫ କଲା ଭିଜିଲାନ୍ସ

08 Nov 2021 By The Sakala

ଲୋକପ୍ରିୟ କାର୍ଟୁନିଷ୍ଟ କିଶୋର ରଥଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶାର ଜଣାଶୁଣା କଟାକ୍ଷ କିଶୋର ଭାବେ ପରିଚିତ ବରିଷ୍ଠ କାର୍ଟୁନିଷ୍ଟ କିଶୋର ରଥଙ୍କ ପରଲୋକ । ହୃଦଘାତରେ ୫୮ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘଦିନ ଧରି ସେ ପ୍ରିଣ୍ଟ ମିଡ଼ିଆରେ କାମ କରୁଥିଲେ । ତାଙ୍କ କଟାକ୍ଷରେ ସ୍ଥାନ ପାଉଥିଲା ବିଭିନ୍ନ ଘଟଣାବଳୀ । ସମାଲୋଚନା ଧର୍ମୀ କାର୍ଟୁନ ପାଇଁ ସେ ଓଡ଼ିଶାର ଘରେ ଘରେ ପରିଚିତ ଥିଲେ ।

ସୂଚନା ଅନୁଯାୟୀ, ସେ ଦୁଇ ଦିନ ହେଲା ଅସୁସ୍ଥ ଥିଲେ। ଗତକାଲି ରାତିରେ ଶ୍ୱାସ ଜନିତ ସମସ୍ୟା ହେବାରୁ ତାଙ୍କୁ କ୍ୟାପିଟାଲ ହସ୍‌ପିଟାଲ୍ ନିଆଯାଇଥିଲା। ଇସିଜି କରିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

କିଶୋରଙ୍କ ପରଲୋକରେ ବହୁ ବିଶିଷ୍ଟ ବ୍ୟକ୍ତି ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍‌ କରି ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତିଯେ, ‘ଲୋକପ୍ରିୟ ବ୍ୟଙ୍ଗ ଚିତ୍ରକର କିଶୋର ରଥଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ସମାଜର ବିଭିନ୍ନ ପ୍ରସଙ୍ଗକୁ ବ୍ୟଙ୍ଗ ଚିତ୍ର ମାଧ୍ୟମରେ ଉପସ୍ଥାପନ କରିବାର ନିଜର ସ୍ୱତନ୍ତ୍ର ଶୈଳୀ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର