ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ, ଦୀର୍ଘଦିନ ଧରି ଗଳା କର୍କଟରେ ପୀଡିତ ଥିଲେ

The Sakala Picture
Published On

ଭୁବନେଶ୍ବର: ବିଶିଷ୍ଟ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ ହୋଇଛି । ଦୀର୍ଘଦିନ ଧରି କ୍ୟାନ୍ସରରେ ପୀଡିତ ଥିବା ସ୍ୱରୂପ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ସ୍ୱରୂପ ନାୟକ  ୮ ଫେବୃଆରୀ ୧୯୪୭ରେ ଜନ୍ମ ଗ୍ରହଣ କରିଥିଲେ। ସ୍ୱରୂପ ଏକାଧାରରେ ଜଣେ ସଙ୍ଗୀତକାର, ଗୀତିକାର, ପ୍ରଚ୍ଛଦପଟ୍ଟ ଗାୟକ ଓ ଅଭିନେତା ଥିଲେ। ୪୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ର […]

ଭୁବନେଶ୍ବର: ବିଶିଷ୍ଟ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ ହୋଇଛି । ଦୀର୍ଘଦିନ ଧରି କ୍ୟାନ୍ସରରେ ପୀଡିତ ଥିବା ସ୍ୱରୂପ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା।

ଆହୁରି ପଢ଼ନ୍ତୁ: ଯାତ୍ରା ମଞ୍ଚରେ ଉତ୍ତେଜନା: ଅଭିନେତ୍ରୀ ନିଶା ମହାରଣାଙ୍କ ଉପରକୁ ଚେୟାର ଓ ପାଣି ବୋତଲ ମାଡ଼

ସ୍ୱରୂପ ନାୟକ  ୮ ଫେବୃଆରୀ ୧୯୪୭ରେ ଜନ୍ମ ଗ୍ରହଣ କରିଥିଲେ। ସ୍ୱରୂପ ଏକାଧାରରେ ଜଣେ ସଙ୍ଗୀତକାର, ଗୀତିକାର, ପ୍ରଚ୍ଛଦପଟ୍ଟ ଗାୟକ ଓ ଅଭିନେତା ଥିଲେ। ୪୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ର ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ସ୍ୱରୂପ। ସେ ୩୦ଟି ଫିଲ୍ମ ପାଇଁ ଗୀତ ଲେଖିଥିଲେ। ୬ଟି ଫିଲ୍ମରେ ସେ ଅଭିନୟ କରିଥିଲେ। ସେହିପରି ୬ଟି ଫିଲ୍ମରେ ଗୀତ ଗାଇ ଥିଲେ। ୧୯୬୨ ମସିହାରେ ଜୟଦେବ କଥାଚିତ୍ରରେ ଜଣେ ଶିଶୁ କଳାକାର ଭାବରେ ସେ ଅଭିନୟ ଆରମ୍ଭ କରିଥିଲେ ।

ଆହୁରି ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା: ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ, ଶୁକ୍ରବାର ଯାଏଁ ପ୍ରବଳ ବର୍ଷା ସମ୍ଭାବନା

୧୯୮୪ ମସିହାର ହୀରାନୀଳା କଥାଚିତ୍ର ଥିଲା ସଙ୍ଗୀତକାର ଭାବରେ ତାଙ୍କର ପ୍ରଥମ ଚଳଚ୍ଚିତ୍ର । ସହର ଜଳୁଛି, ଲାଲ୍‌ ପାନ୍ ବିବି, ଉଦଣ୍ଡୀ ସୀତା, ସିନ୍ଦୂର ନୁହେଁ ଖେଳଘର, ମନ ରହିଗଲା ତୁମଠାରେ, ପୁଅ ମୋର ଭୋଳା ଶଙ୍କର, ଆଇ ଲଭ୍‌ ୟୁ ଓ କଥାନ୍ତର ଭଳି ଚଳଚ୍ଚିତ୍ରରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। ‘ମୁଁ ତୁମକୁ ଭଲ ପାଏ’, ‘ଗାଁ ମଝିରେ ଚାନ୍ଦିନି’, ‘ଚାଲିରେ ତୋର ପଦ୍ମ ଫୁଟେ’ ଏବଂ ‘ ଓଢଣି ଓଢଣି ନାଲି ଓଢଣି’ ଭଳି ଅନେକ ଲୋକ ପ୍ରିୟ ଗୀତରେ ସ୍ୱରୂପ ନିର୍ଦ୍ଦେଶନା କରିଛନ୍ତି। ଓଡ଼ିଆ ଅଭିନେତ୍ରୀ ପାର୍ବତୀ ଘୋଷ ତାଙ୍କ ଭଉଣୀ ଓ ଓଡ଼ିଆ କଥାଚିତ୍ର ସଙ୍ଗୀତକାର ସାରଦା ପ୍ରସନ୍ନ ନାୟକତାଙ୍କ ଭାଇ ।

ଆହୁରି ପଢ଼ନ୍ତୁ: ହର୍ଣ୍ଣ ବଜାଇବାକୁ କେନ୍ଦ୍ର କରି ଭୁବନେଶ୍ୱରରେ ଲଙ୍କାକାଣ୍ଡ: ଏଏସଓ ଓ ସାମ୍ବାଦିକଙ୍କୁ ସଂଘବଦ୍ଧ ଆକ୍ରମଣ, ୩ ଅଟକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର