ମନୋରଞ୍ଜନ
ଭୀମ ପୃଷ୍ଟିଙ୍କୁ ଶାରଳା ପୁରସ୍କାର, ଉପନ୍ୟାସ ‘ଜମ୍ବୁଲୋକ’ ପାଇଁ ହେବେ ସମ୍ମାନିତ

ଭୁବନେଶ୍ୱର: କଥାକାର ଭୀମ ପୃଷ୍ଟି ପାଇବେ ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’। ପଶ୍ଚିମା ପବ୍ଲିକେଶନ୍ ଦ୍ୱାରା ୨୦୧୭ରେ ପ୍ରକାଶିତ ତାଙ୍କର ପ୍ରସିଦ୍ଧ ଉପନ୍ୟାସ ‘ଜମ୍ବୁଲୋକ’ ପାଇଁ ତାଙ୍କୁ ଏହି ପୁରସ୍କାର ଦିଆଯିବ। ଆସନ୍ତା ଅକ୍ଟୋବର ୨୬ତାରିଖରେ ଆୟୋଜିତ ହେବାକୁ ଥିବା ଏକ ସାରସ୍ୱତ ସମାବେଶରେ ତାଙ୍କୁ ପୁରସ୍କୃତ କରାଯିବ। ପୁରସ୍କାର ବାବଦକୁ ଉତ୍ତରୀୟ, ସମ୍ମାନପତ୍ର, ଫଳକ ସହ ପାଞ୍ଚ ଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ ବୋଲି ଜଣାଯାଇଛି। ସୂଚନାଯୋଗ୍ୟ, ଇମ୍ଫା ଚାରିଟେବଲ୍ ଟ୍ରଷ୍ଟ (ଇମ୍ପାକ୍ଟ) ପକ୍ଷରୁ ପ୍ରତିବର୍ଷ […]
ଭୁବନେଶ୍ୱର: କଥାକାର ଭୀମ ପୃଷ୍ଟି ପାଇବେ ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’। ପଶ୍ଚିମା ପବ୍ଲିକେଶନ୍ ଦ୍ୱାରା ୨୦୧୭ରେ ପ୍ରକାଶିତ ତାଙ୍କର ପ୍ରସିଦ୍ଧ ଉପନ୍ୟାସ ‘ଜମ୍ବୁଲୋକ’ ପାଇଁ ତାଙ୍କୁ ଏହି ପୁରସ୍କାର ଦିଆଯିବ। ଆସନ୍ତା ଅକ୍ଟୋବର ୨୬ତାରିଖରେ ଆୟୋଜିତ ହେବାକୁ ଥିବା ଏକ ସାରସ୍ୱତ ସମାବେଶରେ ତାଙ୍କୁ ପୁରସ୍କୃତ କରାଯିବ। ପୁରସ୍କାର ବାବଦକୁ ଉତ୍ତରୀୟ, ସମ୍ମାନପତ୍ର, ଫଳକ ସହ ପାଞ୍ଚ ଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ ବୋଲି ଜଣାଯାଇଛି। ସୂଚନାଯୋଗ୍ୟ, ଇମ୍ଫା ଚାରିଟେବଲ୍ ଟ୍ରଷ୍ଟ (ଇମ୍ପାକ୍ଟ) ପକ୍ଷରୁ ପ୍ରତିବର୍ଷ ଶ୍ରେଷ୍ଠ ସାହିତ୍ୟକୃତି ପାଇଁ ଏହି ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ପ୍ରଦାନ କରାଯାଇଥାଏ। ସେହିପରି କଳା କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ନିମେନ୍ତ ୨ଜଣଙ୍କ ନାମ ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ-୨୦୨୩’ ପାଇଁ ଘୋଷଣା କରାଯାଇଛି। ପଟ୍ଟଚିତ୍ରର ଅଦ୍ୱିତୀୟ ଶିଳ୍ପୀଗୁରୁ ବେଣୁଧର ମହାପାତ୍ର ଏବଂ ପ୍ରସିଦ୍ଧ ବଂଶୀବାଦକ ଗୁରୁ ମୋହିନୀ ମୋହନ ପଟ୍ଟନାୟକଙ୍କୁ ଚଳିତ ବର୍ଷ ଏହି ପୁରସ୍କାର ପ୍ରଦାନ କରାଯିବ। ପୁରସ୍କାର ବାବଦରେ ଉଭୟଙ୍କୁ ଦୁଇ ଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ଓ ଫଳକ ପ୍ରଦାନ କରାଯିବ।
ସୂଚନାଯୋଗ୍ୟ, ଭୀମ ପୃଷ୍ଟିଙ୍କ ‘ଜମ୍ୱୁଲୋକ’ ସହ ବିଜୟ କୁମାର ଶତପଥୀଙ୍କ ‘ନଷ୍ଟନୀଡ଼ର ଉପକଥା’, ଅପର୍ଣ୍ଣା ମହାନ୍ତିଙ୍କ ‘ଅଗ୍ନି କମଳିନୀ’, ଅମରେଶ ପଟ୍ଟନାୟକଙ୍କ ‘ଚାହଁ ବା ନଚାହଁ’, ସରୋଜିନୀ ସାହୁଙ୍କ ‘ଦାଦନ’, ରମେଶ ପ୍ରସାଦ ପାଣଗ୍ରାହୀଙ୍କ ‘କାନୀନ’ ଏବଂ ପ୍ରଦୀପ କୁମାର ପଣ୍ଡାଙ୍କ ‘ଯାହା ମୁଁ ଚାହୁଁ ନଥିବି’ ଚୂଡ଼ାନ୍ତ ପର୍ଯ୍ୟାୟରେ ବିଚାର ପ୍ରକ୍ରିୟାରେ ସାମିଲ ହୋଇଥିଲା। ପ୍ରାଥମିକ ପୁସ୍ତକ ଚୟନମଣ୍ଡଳୀରେ ସୀତେଶ ତ୍ରିପାଠୀ, ଡ. ସୁଚେତା ମିଶ୍ର, ଡ. ପରମେଶ୍ୱର ମୁଣ୍ଡ, ବୈଜୟନ୍ତୀ ମିଶ୍ର ଓ ଡ. ପ୍ରୀତିଧାରା ସାମଲ ବିଚାରକ ଥିଲା ବେଳେ ଚୂଡ଼ାନ୍ତ ପର୍ଯ୍ୟାୟରେ ବିଚାରକ ଭାବେ ଅଧ୍ୟାପକ ବିଶ୍ୱରଞ୍ଜନ, ଡ. ମୃଣାଳ ଚାଟାର୍ଜୀ,ଡ. ପ୍ରସନ୍ନ କୁମାର ମହାନ୍ତି, ଡ. ଯଶୋଧାରା ମିଶ୍ର, ରଞ୍ଜନ କୁମାର ଦାସ, ଚିରଶ୍ରୀ ଇନ୍ଦ୍ରସିଂ ଏବଂ ଆଦିତେଶ୍ୱର ମିଶ୍ର ଥିଲେ। ସେହିପରି ସଙ୍ଗୀତ ବିଭାଗରେ ଅରୁଣା ମହାନ୍ତି, ରତିକାନ୍ତ ମହାପାତ୍ର, ମିତାଲି ଚିନାରା ଏବଂ ଚିତ୍ରକଳା ବିଭାଗରେ ପଞ୍ଚମୀ ମାନୁ ଉକିଲ, ବିୟତ୍ପ୍ରଜ୍ଞା ତ୍ରିପାଠୀ ଓ ରମାକାନ୍ତ ସାମନ୍ତରାୟ ବିଚାରକ ଭାବେ ଥିଲେ।