ରଥଯାତ୍ରା ସମୟରେ ଡ୍ରୋନ କ୍ୟାମେରା ଉଡାଣ ନେଇ ପୁରୀ ପୁଲିସର ସ୍ୱତନ୍ତ୍ର କଟକଣା

ଭୁବନେଶ୍ବର: ପୁରୀରେ ରଥଯାତ୍ରା ବେଳେ ଡ୍ରୋନ ଉଡ଼ାଣ ଉପରେ ଲାଗିଲା କଟକଣା।  ଏ ନେଇ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ପୁରୀ ପୁଲିସ। ଟ୍ୱିଟରେ କୁହାଯାଇଛି, ଶ୍ରୀଜଗନ୍ନାଥ ମନ୍ଦିର ରେଡ୍‌ ଜୋନ୍‌ରେ ଯାଉଛି। ତେଣୁ ଡ୍ରୋନ ଉଡ଼ାଣ ମନା। ବିନା ଅନୁମତିରେ କେହି ଡ୍ରୋନ ଉଡ଼ାଇ ପାରିବେ ନାହିଁ। ୩ ରଥ ପାଖରେ ଓ ଗୁଣ୍ଡିଚା ମନ୍ଦିର ଉପରେ ମଧ୍ୟ ଉଡ଼ାଣ ମନା। ପୂର୍ବରୁ ନିୟମ ଉଲ୍ଲଙ୍ଘନ କରି ୟୁଟ୍ୟୁବର ଗିରଫ ହୋଇଛନ୍ତି। ରଥଯାତ୍ରା ବେଳେ ଫଟୋ […]

ଭୁବନେଶ୍ବର: ପୁରୀରେ ରଥଯାତ୍ରା ବେଳେ ଡ୍ରୋନ ଉଡ଼ାଣ ଉପରେ ଲାଗିଲା କଟକଣା।  ଏ ନେଇ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ପୁରୀ ପୁଲିସ।

ଟ୍ୱିଟରେ କୁହାଯାଇଛି, ଶ୍ରୀଜଗନ୍ନାଥ ମନ୍ଦିର ରେଡ୍‌ ଜୋନ୍‌ରେ ଯାଉଛି। ତେଣୁ ଡ୍ରୋନ ଉଡ଼ାଣ ମନା। ବିନା ଅନୁମତିରେ କେହି ଡ୍ରୋନ ଉଡ଼ାଇ ପାରିବେ ନାହିଁ। ୩ ରଥ ପାଖରେ ଓ ଗୁଣ୍ଡିଚା ମନ୍ଦିର ଉପରେ ମଧ୍ୟ ଉଡ଼ାଣ ମନା। ପୂର୍ବରୁ ନିୟମ ଉଲ୍ଲଙ୍ଘନ କରି ୟୁଟ୍ୟୁବର ଗିରଫ ହୋଇଛନ୍ତି। ରଥଯାତ୍ରା ବେଳେ ଫଟୋ ଓ ଭିଡିଓ ପାଇଁ ଏପରି କରାଯିବାର ନଜିର ଅଛି। ଯଦି କେହି ନିର୍ଦ୍ଦେଶ ଅମାନ୍ୟ କରନ୍ତି ଡ୍ରୋନ ରୁଲ୍‌ ଅନୁସାରେ ଦଣ୍ଡିତ ହେବେ ବୋଲି ଟ୍ୱିଟ୍‌ରେ କୁହାଯାଇଛି।

ସୂଚନା ଅନୁଯାୟୀ, ଜୁନ୍‌ ୨୦ ତାରିଖରେ ପଡ଼ୁଛି ମହାପ୍ରଭୁଙ୍କ ଘୋଷଯାତ୍ରା। ସେଥିପାଇଁ ରଥ ନିର୍ମାଣ ଜୋରଦାର ଚାଲିଛି।

About The Author: The Sakala