ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ କଳା ଓ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ରେଜଲ୍ଟ, ଜୁଲାଇ ୩୦ ସୁଦ୍ଧା ଆସିବ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

The Sakala Picture
Published On

ଭୁବନେଶ୍ୱର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ଦ୍ୱାରା ପରିଚାଳିତ +୨ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ। ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ରେଜଲ୍ଟ ଜୁଲାଇ ୩୦ ସୁଦ୍ଧା ପ୍ରକାଶ ପାଇବାକୁ ଥିବାବେଳେ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ କଳା ଓ ଧନ୍ଦାମୂଳକ ବିଭାଗର ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ। ତେବେ +୨ ଛାତ୍ରଛାତ୍ରୀଙ୍କ ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ପ୍ରକ୍ରିୟା ଜାରି ରହିଥିବାବେଳେ ୧୦ ତାରିଖ ସୁଦ୍ଧା ମୂଲ୍ୟାୟନ ଶେଷ ହେବ। […]

ଭୁବନେଶ୍ୱର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ଦ୍ୱାରା ପରିଚାଳିତ +୨ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ। ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ରେଜଲ୍ଟ ଜୁଲାଇ ୩୦ ସୁଦ୍ଧା ପ୍ରକାଶ ପାଇବାକୁ ଥିବାବେଳେ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ କଳା ଓ ଧନ୍ଦାମୂଳକ ବିଭାଗର ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ। ତେବେ +୨ ଛାତ୍ରଛାତ୍ରୀଙ୍କ ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ପ୍ରକ୍ରିୟା ଜାରି ରହିଥିବାବେଳେ ୧୦ ତାରିଖ ସୁଦ୍ଧା ମୂଲ୍ୟାୟନ ଶେଷ ହେବ। ସେହିପରି ୨୫ ସୁଦ୍ଧା ଟେବୁଲେସନ୍‍ ପ୍ରକ୍ରିୟା ସାରିବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଲକ୍ଷ୍ୟ ରଖିଛି।

ଆହୁରି ପଢ଼ନ୍ତୁ: ଟ୍ରେନ ଧକ୍କାରେ ଦନ୍ତା ହାତୀର ମୃତ୍ୟୁ, ବନ ବିଭାଗର ତଦନ୍ତ ଆରମ୍ଭ

ପ୍ରଥମ ପର୍ଯ୍ୟାୟରେ ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇଁ ସିଏଚଏସଇ ପ୍ରକ୍ରିୟା ଜାରି ରଖିଥିବାବେଳେ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ କଳା ଓ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ରେଜଲ୍ଟ ପ୍ରକାଶ କରିବାକୁ ପରିଷଦ ଲକ୍ଷ୍ୟ ରଖିଛି। ତେବେ ଚଳିତବର୍ଷ ରାଜ୍ୟର ୧୧୩୩ଟି ପରୀକ୍ଷକେନ୍ଦ୍ରରେ ମୋଟ୍‍ ୩ଲକ୍ଷ ୨୧ହଜାର ୫୦୮ ପରୀକ୍ଷାର୍ଥୀ +୨ ପରୀକ୍ଷା ଦେଇଛନ୍ତି। କଳାରେ ୨ଲକ୍ଷ ୧୩ହଜାର ୪୩୨ ଜଣ ପରୀକ୍ଷାର୍ଥୀ ଥିବା ବେଳେ ବିଜ୍ଞାନରେ ୭୮ହଜାର ୭୭ଜଣ, ବାଣିଜ୍ୟରେ ୨୪ହଜାର ୧୩୬ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୬୩ଜଣ ରହିଛନ୍ତି।

ଆହୁରି ପଢ଼ନ୍ତୁ: ୧୪.୨୨ ଲକ୍ଷ ଟଙ୍କା ଆତ୍ମସାତ୍ ଅଭିଯୋଗରେ ଯୁବା ପ୍ୟାକ୍ସର ପୂର୍ବତନ ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ଚଳିତବର୍ଷ ମୂଲ୍ୟାୟନ ନିମନ୍ତେ ଦୁଇପ୍ରକାରର ମୂଲ୍ୟାୟନ ପଦ୍ଧତି ଗ୍ରହଣ କରାଯାଇଛି। ପ୍ରଥମ ପଦ୍ଧତିରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସ୍ତରରେ ହୋଇଥିବା ଇଣ୍ଟରନାଲ୍‍ ପରୀକ୍ଷାରେ ଛାତ୍ରଛାତ୍ରୀମାନେ ପାଇଥିବା ମାର୍କରୁ ୨୦% ୱେଟେଜ୍‍(ହାରାହାରି ମାର୍କ) ଓ ଦ୍ୱାଦଶ ପରୀକ୍ଷାର ୮୦% ୱେଟେଜ୍‍କୁ ନିଆଯାଇ ପିଲାଙ୍କୁ ପ୍ରତ୍ୟେକ ବିଷୟର ମାର୍କ ଦିଆଯିବ। ପିଲାଙ୍କ ତିନୋଟି ଇଣ୍ଟରନାଲ୍‍ ପରୀକ୍ଷା ମଧ୍ୟରୁ ସର୍ବାଧିକ ମାର୍କ ପାଇଥିବା ଦୁଇଟି ପରୀକ୍ଷାକୁ ବିଚାରକୁ ନିଆଯିବ। ପ୍ରଥମ ପଦ୍ଧତି ଅନୁଯାୟୀ ଉଭୟ ଇଣ୍ଟରନାଲ୍‍ ଏବଂ ଯୁକ୍ତ ଦୁଇ ବୋର୍ଡ(ଦ୍ୱାଦଶ) ପରୀକ୍ଷାର ୱେଟେଜ୍‍ ଭିତ୍ତିରେ ପିଲାଙ୍କୁ ସମୁଦାୟ ମାର୍କ ଦିଆଯିବ। ସେହିପରି ଦ୍ୱିତୀୟ ପଦ୍ଧତିରେ କେବଳ +୨ ବୋର୍ଡ ପରୀକ୍ଷାରେ ରଖିଥିବା ନମ୍ୱରକୁ ଶତ ପ୍ରତିଶତ ୱେଟେଜ୍‍ ଭାବେ ଗ୍ରହଣ କରାଯିବ। ଉପରୋକ୍ତ ଦୁଇଟି ପଦ୍ଧତି ମଧ୍ୟରୁ ଯେଉଁଥରେ ପିଲାଙ୍କ ମାର୍କ ଅଧିକ ହେବ ତାହାକୁ ସମ୍ପୃକ୍ତ ବିଷୟର ଚୂଡ଼ାନ୍ତ ମାର୍କ ଭାବେ ବିଚାର କରାଯିବ ବୋଲି ସିଏଚ୍‍ଏସ୍‍ଇ ଦର୍ଶାଇଛି।

ଆହୁରି ପଢ଼ନ୍ତୁ: ପାରିବାରିକ ବିବାଦ: ଭିଣୋଇକୁ ଧାରୁଆ ଅସ୍ତ୍ରରେ ହାଣିଲା ଶଳା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର