ଗ୍ରୀଷ୍ମ ପ୍ରବାହର ମୁକାବିଲା ଓ ସତର୍କତାମୂଳକ ପଦକ୍ଷେପ ଜନିତ ସମୀକ୍ଷା ବୈଠକ

The Sakala Picture
Published On

ଭୁବନେଶ୍ୱର:  ମାନ୍ୟବର ରାଜସ୍ୱ ଓ ବିପର୍ଯ୍ଯୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ରାଜ୍ୟରେ ଅନୁଭୂତ ହେଉଥିବା ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ବିଭିନ୍ନ ବିଭାଗମାନଙ୍କ ସହ ଏକ ସମୀକ୍ଷା ବୈଠକ କରିଥିଲେ । ଏହି ବୈଠକରେ ସ୍ୱତନ୍ତ୍ର ରିଲିଫ୍‌ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଆଞ୍ଚଳିକପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବୈଠକରେ ଗ୍ରୀଷ୍ମ ପ୍ରବାହର ମୁକାବିଲା […]

ଭୁବନେଶ୍ୱର:  ମାନ୍ୟବର ରାଜସ୍ୱ ଓ ବିପର୍ଯ୍ଯୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ରାଜ୍ୟରେ ଅନୁଭୂତ ହେଉଥିବା ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ବିଭିନ୍ନ ବିଭାଗମାନଙ୍କ ସହ ଏକ ସମୀକ୍ଷା ବୈଠକ କରିଥିଲେ । ଏହି ବୈଠକରେ ସ୍ୱତନ୍ତ୍ର ରିଲିଫ୍‌ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଆଞ୍ଚଳିକପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବୈଠକରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ କ୍ଷେତ୍ରୀୟ ସ୍ତରରେ ବ୍ୟାପକ ବ୍ୟବସ୍ଥା କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । ସେହିପରି ଅଂଶୁଘାତଜନିତ ମୃତ୍ୟୁକୁ ରୋକିବା ପାଇଁ ଜନସାଧାରଣମାନେ ଆବଶ୍ୟକୀୟ ସତର୍କତାମୂଳକ ପଦକ୍ଷେପ ଗ୍ରହଣ ପାଇଁ ବ୍ୟାପକ ସଚେତନତା ସୃଷ୍ଟି କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

ବୈଠକର ନିଷ୍ପତ୍ତି ଅନୁଯାୟୀ, ବିଭିନ୍ନ ପଦକ୍ଷେପମାନ ନେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଗ୍ରାମଞ୍ଚଳ ଏବଂ ସହରାଞ୍ଚଳର ସମସ୍ତ ବଜାର, ବସ୍‌ଷ୍ଟାଣ୍ଡ ଓ ଜନଗହଳିପୂର୍ଣ୍ଣ ସ୍ଥାନମାନଙ୍କରେ ପାନୀୟଜଳ ସେବାକେନ୍ଦ୍ରର ବ୍ୟବସ୍ଥା କରାଯାଇଛି । ଏତଦ୍‌ବ୍ୟତୀତ ଜଳକ୍ଳିଷ୍ଟ ଅଞ୍ଚଳମାନଙ୍କରେ ଟ୍ୟାଙ୍କର ମାଧ୍ୟମରେ ପାନୀୟଜଳ ଯୋଗାଣର ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ନଳକୂପ ଏବଂ ପାଇପ୍‌ ଯୋଗେ ଜଳ ଯୋଗାଣ ବ୍ୟବସ୍ଥାଗୁଡ଼ିକର ତୁରନ୍ତ ମରାମତି କରି ସେଗୁଡ଼ିକୁ ଶତ ପ୍ରତିଶତ କାର୍ଯ୍ଯକ୍ଷମ କରିବା ପାଇଁ ପଞ୍ଚାୟତିରାଜ ଓ ପାନୀୟଜଳଯୋଗଣ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟର ସମସ୍ତ ସ୍ୱାସ୍ଥ୍ୟକେନ୍ଦ୍ର ଓ ଚିକିତ୍ସାଳୟରେ ଯଥେଷ୍ଟ ପରିମାଣରଜୀବନରକ୍ଷକ ଔଷଧ, ସାଲାଇନ୍‌ ଓ ଓଆର୍‌ଏସ୍‌ ମହଜୁଦ ରଖିବା ସଙ୍ଗେ ସଙ୍ଗେ ଅଂଶୁଘାତରେ ଶିକାର ହୋଇଥିବାରୋଗୀମାନଙ୍କର ଚିକିତ୍ସା ପାଇଁ ସ୍ୱତନ୍ତ୍ର ବେଡ୍‌ର ବ୍ୟବସ୍ଥା କରାଯାଇଛି ।

ଆହୁରି ପଢ଼ନ୍ତୁ: ଜଳେଶ୍ୱର ରେଳ ଷ୍ଟେସନ ନିକଟରେ ଅଘଟଣ: ଟ୍ରେନ ଆଗକୁ ଡେଇଁ ଶାଳୀ-ଭିଣୋଇଙ୍କ ଆତ୍ମହତ୍ୟା

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ସମୟରେ ବସ୍‌ ଓ ଅନ୍ୟାନ୍ୟ ଯାତ୍ରୀବାହୀ ଯାନଗୁଡ଼ିକର ଯାତାୟତ ସମୟ ନିର୍ଘଣ୍ଟରେ ପରିବର୍ତ୍ତନ  ପୂର୍ବକ ଖରାବେଳେ ଯାତ୍ରୀବାହୀ ଯାନ ଚଳାଚଳ ନିୟନ୍ତ୍ରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସଂପ୍ରତି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନୱାଡ଼ି କେନ୍ଦ୍ରମାନଙ୍କୁ ଆସନ୍ତା ୧୬ ତାରିଖ ପର୍ଯ୍ଯନ୍ତ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଶ୍ରମିକମାନଙ୍କର କାର୍ଯ୍ଯ ସମୟ ନିର୍ଘଣ୍ଟରେ ପରିବର୍ତ୍ତନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଗ୍ରୀଷ୍ମପ୍ରବାହ ଯୋଗୁଁ ସର୍ବାଧିକ ଉତ୍ତାପ ଥିବା ସମୟରେ ଶ୍ରମିକମାନଙ୍କୁ କୌଣସି କାର୍ଯ୍ଯରେନିୟୋଜିତ ନ କରାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ପେଟ୍ରୋଲ-ଡିଜେଲ ସରିଯିବା ନେଇ ମାଲକାନଗିରିରେ ଗୁଜବ, ପେଟ୍ରୋଲ ପମ୍ପରେ ଅସମ୍ଭାଳ ଭିଡ

ଏତଦ୍‌ବ୍ୟତୀତ କାର୍ୟ୍ୟସ୍ଥଳୀମାନଙ୍କରେ ବିଶ୍ରାମ ନେବା ପାଇଁ ଅସ୍ଥାୟୀ ଆଶ୍ରୟସ୍ଥଳୀ ସହିତ ଯଥେଷ୍ଟ ପରିମାଣର ଥଣ୍ଡା ପାନୀୟ ଜଳ ଏବଂ ଓଆର୍‌ଏସ୍‌ ପ୍ୟାକେଟ୍‌ ମହଜୁଦ ରଖିବା ପାଇଁ ସଂପୃକ୍ତ ଠିକାଦାରମାନଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ଗୃହପାଳିତ ପଶୁପକ୍ଷୀ ଓ ବନ୍ୟଜନ୍ତୁମାନଙ୍କ ପାଇଁ ସ୍ୱତନ୍ତ୍ର ଜଳପୂର୍ଣ୍ଣ ପାତ୍ର / କୁଣ୍ଡର ବ୍ୟବସ୍ଥା ନିମନ୍ତେ ସଂପୃକ୍ତ ବିଭାଗମାନଙ୍କୁ ଆବଶ୍ୟକୀୟ ନିର୍ଦ୍ଦେଶ ଦିଆଯାଇଛି । ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ସଠିକ୍‌ ଭାବେ କାର୍ୟ୍ୟ କରିବା ପାଇଁ ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟର କୌଣସି ଅଞ୍ଚଳରୁ ଅଂଶୁଘାତଜନିତ ମୃତ୍ୟୁର ଅଭିଯୋଗ ଆସିଲେ ଏହାର ଯୁଗ୍ମ ତଦନ୍ତ କରି ୪୮ ଘଣ୍ଟା ମଧ୍ୟରେ ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ଯଳୟକୁ ରିପୋର୍ଟ କରିବାକୁ ନିର୍ଦ୍ଦେଶ
ଦିଆଯାଇଛି ।

ଅଂଶୁଘାତ ଜନିତ ମୃତ୍ୟୁ ଅଭିଯୋଗ ଆସିଲେ ତାହା ଜିଲ୍ଲା ପ୍ରଶାସନ ସ୍ତରରେ ତୁରନ୍ତ ତଦନ୍ତ କରାଯାଇ ବିପର୍ଯ୍ଯୟ ସହାୟତା ପାଣ୍ଠିରୁ ଅନୁକମ୍ପାମୂଳକ ସହାୟତା ରାଶି ୫୦,୦୦୦/- ଟଙ୍କା ମୃତ ବ୍ୟକ୍ତିଙ୍କ ନିକଟତମ ସମ୍ପର୍କୀୟଙ୍କୁ ଦେବା ପାଇଁ ବ୍ୟବସ୍ଥା କରାଯାଇଛି । ରାଜ୍ୟରେ ଗ୍ରୀଷ୍ମର ପ୍ରକୋପକୁ ଦୃଷ୍ଟିରେ ରଖି ଏହାର ନିରାକରଣ ନିମନ୍ତେ ରାଜ୍ୟ ଓ ଜିଲ୍ଲାସ୍ତରରେ ଓରଚ୍ଚଟ୍ଟ ଅମଟ୍ଟସଞ୍ଚଦ୍ଭ ଚଝଚ୍ଚଦ୍ଭ ପ୍ରସ୍ତୁତ କରାଯାଇଛି । ଜନସାଧାରଣଙ୍କ ସଚେତନତା ପାଇଁ ଗ୍ରୀଷ୍ମ ପ୍ରବାହ ଜନିତ ସୁରକ୍ଷା ସମ୍ବନ୍ଧୀୟ ପୋଷ୍ଟରମାନ ପ୍ରସ୍ତୁତ କରାଯାଇ ଜିଲ୍ଲା ସ୍ତରରେ ବଣ୍ଟନ କରାଯାଉଛି । ଏହା ବ୍ୟତୀତ ଚଳିତ ବର୍ଷ ବିଭିନ୍ନ ଇଲେକ୍‌ଟ୍ରୋନିକ ଗଣମାଧ୍ୟମ ଓ ସମ୍ବାଦପତ୍ର ମାଧ୍ୟମରେ ଗ୍ରୀଷ୍ମପ୍ରବାହରୁ ସୁରକ୍ଷା ସମ୍ବନ୍ଧୀୟ ସୂଚନା ଲୋକମାନଙ୍କ ନିକଟରେ ପହଞ୍ଚାଇବାର କାର୍ଯ୍ଯକ୍ରମ କରାଯାଉଛି । ଏତଦ୍‌ବ୍ୟତୀତ ଆଗାମୀ ଦିନରେ ଅଂଶୁଘାତ ଓ ଗ୍ରୀଷ୍ମପ୍ରବାହର ମୁକାବିଲା ନିମନ୍ତେ ସମସ୍ତ ଜିଲ୍ଲାପାଳ ଏବଂ ବିଭାଗମାନଙ୍କୁ ଆବଶ୍ୟକୀୟ ପଦକ୍ଷେପମାନ ଗ୍ରହଣ କରିବା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି ।

13 Apr 2023 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର