ପୁଣି ଉପାସରେ ମହାପ୍ରଭୁ ଲିଙ୍ଗରାଜ; ପୂଜାପଣ୍ଡା ନିଯୋଗ ଓ ବଡୁ ନିଯୋଗ ବିବାଦ ପାଇଁ ବନ୍ଦ ରହିଛି ନୀତି

The Sakala Picture
Published On

ଭୁବନେଶ୍ୱର: ପୁଣି ଉପାସରେ ମହାପ୍ରଭୁ ଲିଙ୍ଗରାଜ। ପୂଜା ପଣ୍ଡା ନିଯୋଗ ଓ ବଡୁ ନିଯୋଗ ବିବାଦ ପାଇଁ ନୀତି କାନ୍ତି ବନ୍ଦରହିଛି । ଗତକାଲି ସନ୍ଧ୍ୟା ଧୂପ ପରଠୁ ନୀତି ବନ୍ଦ ରହିଛି। ପଇତା ଲାଗି ନୀତି ପାଇଁ ଉଭୟ ନିଯୋଗ ମଧ୍ୟରେ ବିବାଦ ଲାଗି ରହିଛି। ଗତ ୨୦୨୦ ମସିହାରୁ ପଇତା ଲାଗି ନୀତି ଅନୁଷ୍ଠିତ ହୋଇ ପାରୁନାହିଁ। ସାଧାରଣ ଦର୍ଶନ ଚାଲିଥିବା ବେଳେ ନୀତି ବନ୍ଦ ରହିଛି। ଗତ ୫ ବର୍ଷ ହେବ ଏପରି ଅଚଳାବସ୍ଥା ଲାଗି […]

ଭୁବନେଶ୍ୱର: ପୁଣି ଉପାସରେ ମହାପ୍ରଭୁ ଲିଙ୍ଗରାଜ। ପୂଜା ପଣ୍ଡା ନିଯୋଗ ଓ ବଡୁ ନିଯୋଗ ବିବାଦ ପାଇଁ ନୀତି କାନ୍ତି ବନ୍ଦରହିଛି । ଗତକାଲି ସନ୍ଧ୍ୟା ଧୂପ ପରଠୁ ନୀତି ବନ୍ଦ ରହିଛି। ପଇତା ଲାଗି ନୀତି ପାଇଁ ଉଭୟ ନିଯୋଗ ମଧ୍ୟରେ ବିବାଦ ଲାଗି ରହିଛି। ଗତ ୨୦୨୦ ମସିହାରୁ ପଇତା ଲାଗି ନୀତି ଅନୁଷ୍ଠିତ ହୋଇ ପାରୁନାହିଁ। ସାଧାରଣ ଦର୍ଶନ ଚାଲିଥିବା ବେଳେ ନୀତି ବନ୍ଦ ରହିଛି।

ଆହୁରି ପଢ଼ନ୍ତୁ: ଅକ୍ଟୋବର ୨୬ ସୁଦ୍ଧା ବାତ୍ୟା ରୂପ ନେଇପାରେ ଲଘୁଚାପ, ୨୮ରେ ଓଡ଼ିଶା-ଆନ୍ଧ୍ର ଉପକୂଳ ଛୁଇଁବା ନେଇ ଆଇଏମଡି ଡିଜିଙ୍କ ସୂଚନା

ଗତ ୫ ବର୍ଷ ହେବ ଏପରି ଅଚଳାବସ୍ଥା ଲାଗି ରହିଛି। ପ୍ରତିବର୍ଷ ଶିବ ପବିତ୍ରାରୋପଣର ଦିନକ ପୂର୍ବରୁ ନୀତି ବନ୍ଦ ହୋଇଯାଉଛି। ଏଥିରେ ରୋକ୍ ଲଗାଇବା ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ଚେଷ୍ଟା କରାଯାଇଥିଲା। ମନ୍ଦିର କାର୍ୟ୍ୟାଳୟ ପକ୍ଷରୁ ସହକାରୀ ଦେବୋତ୍ତର କମିଶନରଙ୍କଠାରେ ଏକ ଅନ୍ତରୀଣ ଆବେଦନ କରାଯାଇଥିଲା। ହେଲେ ଏବେ ହଠାତ୍ ଏପରି ଅଚଳାବସ୍ଥା ଦେଖିବାକୁ ମିଳିଛି।

ଆହୁରି ପଢ଼ନ୍ତୁ: କାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ; କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସହ ଟ୍ରାଫିକ୍‌ କଟକଣା ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର