କଟକ ଖଣି ଉପ-ନିର୍ଦ୍ଦେଶକଙ୍କ ସମ୍ପତ୍ତି ଦେଖି ତାଜୁବ ଭିଜିଲାନ୍ସ ବିଭାଗ, ମିଳିଲାଣି ନଗଦ ୪କୋଟି ଟଙ୍କା ଓ ସୁନା ଗହଣା

Madhusudan Das Picture
Published On

କଟକ: ଲାଞ୍ଚ ନେବା ବେଳେ ଧରାପଡିଯିବା ପରେ କଟକ ଖଣି ସର୍କଲର ଉପ-ନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସନ୍ଦେହରେ ଭୁବନେଶ୍ବରସ୍ଥିତ ତାଙ୍କ ବାସଭବନରୁ ଚଢ଼ାଉ ବେଳେ ମିଳିଛି ନଗଦ ୪କୋଟି ଟଙ୍କା । କାର୍ଯ୍ୟାଳୟରେ ଚଢାଉ ବେଳେ ନଗଦ ୧ ଲକ୍ଷ ୨୦ ହଜାର ଟଙ୍କା ମିଳିଛି। ସେହିପରି ୧୩୦ ଗ୍ରାମ୍ ସୁନା ଓ ଭୁବନେଶ୍ୱରର ପାହାଳରେ ପ୍ରାୟ ୨୪୦୦ ବର୍ଗଫୁଟରେ ନିର୍ମିତ ଏକ ଦୁଇ ମହଲା କୋଠା ଠାବ ହୋଇଛି । 

ଆହୁରି ପଢ଼ନ୍ତୁ: ଲୋକ ଭବନରେ ୨ ଆଇଆର୍‌ଏସ୍‌ ଅଧିକାରୀଙ୍କ ଉପରେ ଦୁର୍ବ୍ୟବହାର ଘଟଣା, ନିନ୍ଦା କଲା ବିଜେଡି

ସୂଚନାଯୋଗ୍ୟ, ଗତକାଲି ୩୦ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ କଟକ ସର୍କଲର ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କୁ ଗିରଫ କରିଛି ଭିଜିଲାନ୍ସ । ଜଣେ ଲାଇସେନ୍ସପ୍ରାପ୍ତ କୋଇଲା ବ୍ୟବସାୟୀଙ୍କ ନିକଟରୁ ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ମାଡି ବସିଥିଲା। ଲାଞ୍ଚ ନେଇ ଧରା ପଡ଼ିବା ପରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସନ୍ଦେହରେ ଶ୍ରୀ ମହାନ୍ତିଙ୍କ ତିନୋଟି ଠିକଣାରେ ଏକକାଳୀନ ଚଢ଼ଉ କରାଯାଉଛି। ଏହି ଘଟଣାରେ ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ୍‌ରେ ଦୁର୍ନୀତି ନିବାରଣ (ସଂଶୋଧନ) ଅଧିନିୟମ, ୨୦୧୮ ର ଧାରା ୭ ଅନୁଯାୟୀ ମାମଲା ରୁଜୁ କରାଯାଇଛି। ବର୍ତ୍ତମାନ ଏହି ଘଟଣାରେ ଅଧିକ ତଦନ୍ତ ଜାରି ରହିଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ବସ୍ତାରେ ବିଜେଡିର ଶକ୍ତି ପ୍ରଦର୍ଶନ: ରବୀନ୍ଦ୍ର ଓ ସୁବାସିନୀଙ୍କ ବିନା ତୃଣମୂଳ ସଂଗଠନରେ ପଡ଼ିନି ଫରକ

25 Feb 2026 By Madhusudan Das

କଟକ ଖଣି ଉପ-ନିର୍ଦ୍ଦେଶକଙ୍କ ସମ୍ପତ୍ତି ଦେଖି ତାଜୁବ ଭିଜିଲାନ୍ସ ବିଭାଗ, ମିଳିଲାଣି ନଗଦ ୪କୋଟି ଟଙ୍କା ଓ ସୁନା ଗହଣା

କଟକ: ଲାଞ୍ଚ ନେବା ବେଳେ ଧରାପଡିଯିବା ପରେ କଟକ ଖଣି ସର୍କଲର ଉପ-ନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସନ୍ଦେହରେ ଭୁବନେଶ୍ବରସ୍ଥିତ ତାଙ୍କ ବାସଭବନରୁ ଚଢ଼ାଉ ବେଳେ ମିଳିଛି ନଗଦ ୪କୋଟି ଟଙ୍କା । କାର୍ଯ୍ୟାଳୟରେ ଚଢାଉ ବେଳେ ନଗଦ ୧ ଲକ୍ଷ ୨୦ ହଜାର ଟଙ୍କା ମିଳିଛି। ସେହିପରି ୧୩୦ ଗ୍ରାମ୍ ସୁନା ଓ ଭୁବନେଶ୍ୱରର ପାହାଳରେ ପ୍ରାୟ ୨୪୦୦ ବର୍ଗଫୁଟରେ ନିର୍ମିତ ଏକ ଦୁଇ ମହଲା କୋଠା ଠାବ ହୋଇଛି । 

ସୂଚନାଯୋଗ୍ୟ, ଗତକାଲି ୩୦ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ କଟକ ସର୍କଲର ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କୁ ଗିରଫ କରିଛି ଭିଜିଲାନ୍ସ । ଜଣେ ଲାଇସେନ୍ସପ୍ରାପ୍ତ କୋଇଲା ବ୍ୟବସାୟୀଙ୍କ ନିକଟରୁ ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ମାଡି ବସିଥିଲା। ଲାଞ୍ଚ ନେଇ ଧରା ପଡ଼ିବା ପରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସନ୍ଦେହରେ ଶ୍ରୀ ମହାନ୍ତିଙ୍କ ତିନୋଟି ଠିକଣାରେ ଏକକାଳୀନ ଚଢ଼ଉ କରାଯାଉଛି। ଏହି ଘଟଣାରେ ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ୍‌ରେ ଦୁର୍ନୀତି ନିବାରଣ (ସଂଶୋଧନ) ଅଧିନିୟମ, ୨୦୧୮ ର ଧାରା ୭ ଅନୁଯାୟୀ ମାମଲା ରୁଜୁ କରାଯାଇଛି। ବର୍ତ୍ତମାନ ଏହି ଘଟଣାରେ ଅଧିକ ତଦନ୍ତ ଜାରି ରହିଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ମିଳିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର