ରାଜ୍ୟ ବିଧାନସଭାର ମୌସୁମୀ ଅଧିବେଶନରେ RTPCR ଟେଷ୍ଟ ବାଧ୍ୟତାମୂଳକ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟ ବିଧାନସଭାର ଆସନ୍ତା ମୌସୁମୀ ଅଧିବେଶନରେ ଆରଟିପିସିଆର ଟେଷ୍ଟ ବାଧ୍ୟତାମୂଳକ। ବିନା ଆରଟିପିସିଆର ଟେଷ୍ଟ ଓ ଟିକା ନ ନେଇଥିବା ବିଧାୟକମାନଙ୍କୁ ବିଧାନସଭାରେ ପ୍ରବେଶ ଅନୁମତି ମିଳିବ ନାହିଁ ବୋଲି ବାଚସ୍ପତି କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ସେପ୍ଟେମ୍ବର ୧ରୁ ସେପ୍ଟେମ୍ବର ୯ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନରେ ସମସ୍ତ ବିଧାୟକ, ବିଧାନସଭା କର୍ମଚାରୀ ଓ ସାମ୍ବାଦିକ ମାନଙ୍କର ଆରଟିପିସିଆର ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି । ଆସନ୍ତା ୨୯, ୩୦ ଓ ୩୧ ତାରିଖରେ ଦୁଇଟି […]

ଭୁବନେଶ୍ୱର: ରାଜ୍ୟ ବିଧାନସଭାର ଆସନ୍ତା ମୌସୁମୀ ଅଧିବେଶନରେ ଆରଟିପିସିଆର ଟେଷ୍ଟ ବାଧ୍ୟତାମୂଳକ। ବିନା ଆରଟିପିସିଆର ଟେଷ୍ଟ ଓ ଟିକା ନ ନେଇଥିବା ବିଧାୟକମାନଙ୍କୁ ବିଧାନସଭାରେ ପ୍ରବେଶ ଅନୁମତି ମିଳିବ ନାହିଁ ବୋଲି ବାଚସ୍ପତି କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ସେପ୍ଟେମ୍ବର ୧ରୁ ସେପ୍ଟେମ୍ବର ୯ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନରେ ସମସ୍ତ ବିଧାୟକ, ବିଧାନସଭା କର୍ମଚାରୀ ଓ ସାମ୍ବାଦିକ ମାନଙ୍କର ଆରଟିପିସିଆର ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି । ଆସନ୍ତା ୨୯, ୩୦ ଓ ୩୧ ତାରିଖରେ ଦୁଇଟି ପର୍ଯ୍ୟାୟରେ ବିଧାନସଭା ପରିସରରେ ଆରଟିପିସିଆର ଚେଷ୍ଟ କରାଯିବ ।

ଆହୁରି ପଢ଼ନ୍ତୁ: MKCG ମେଡିକାଲ ପରିସର ନର୍ସିଂ ଛାତ୍ରାବାସରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଛାତ୍ର

ସେପଟେ ଯେଉଁ ମାନଙ୍କର ରିପୋର୍ଟ ନେଗେଟିଭ ଆସିବ , ସେମାନଙ୍କୁ ଗୃହକୁ ପ୍ରବେଶ ଅନୁମତି ମିଳିବ । ସେହିପରି ଏ ଯାଏଁ ୮ଜଣ ବିଧାୟକ, କରୋନା ଟିକା ନେଇନାହାନ୍ତି । ତୁରନ୍ତ ଏହି ବିଧାୟକମାନେ ଟିକା ନେବାପାଇଁ ବାଚସ୍ପତି ନିର୍ଦ୍ଦେଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ କୋଠା ଭୁଶୁଡିବା ପରେ ରାଜ୍ୟ ସରକାର ତତ୍ପର; ସହରରେ ଭଙ୍ଗାଯିବ ଦୁର୍ବଳ ଓ ଅସୁରକ୍ଷିତ କୋଠା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର