କଟକ ଜିଲ୍ଲାର ୯୧ ସରକାରୀ ଅଧିକାରୀଙ୍କ ଦରମା ବନ୍ଦ ନିର୍ଦ୍ଦେଶ, ଜନ ଶୁଣାଣିକୁ କାର୍ଯ୍ୟକାରୀ ନକରିବାରୁ କାର୍ଯ୍ୟାନୁଷ୍ଠାନ

Madhusudan Das Picture
Published On

କଟକ: କଟକର ଜିଲ୍ଲାର ୯୧ ସରକାରୀ ଅଧିକାରୀଙ୍କ ଦରମା ବନ୍ଦ ନିର୍ଦ୍ଦେଶ । ଏହି ନିର୍ଦ୍ଦେଶ ଦେଲେ କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଧେ । ନଭେମ୍ବର ମାସର ଦରମା ବନ୍ଦ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ । ଜନ ଶୁଣାଣିକୁ କାର୍ଯ୍ୟକାରୀ ନକରିବାରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଜିଲ୍ଲାପାଳ । ଦରମା ବନ୍ଦ ଅଧିକାରୀଙ୍କ ମଧ୍ୟରେ ଅଛନ୍ତି କଟକ ଗ୍ରାମାଞ୍ଚଳ ଏସପି, ସିଏମସି କମିଶନର, କଟକ ସିଡିଏମଓ, ଡିଇଓ, ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଚିକିତ୍ସକ, ଆଠଗଡ଼ ଉପ-ଜିଲ୍ଲାପାଳ, କଟକ ସଦର ଉପ-ଜିଲ୍ଲାପାଳ, ପୁଲିସ ଓ ଅନ୍ୟାନ୍ୟ କର୍ମଚାରୀ। ମୋଟ ୯୧ ଜଣ ସରକାରୀ ଅଧିକାରୀଙ୍କ ନଭେମ୍ବର ମାସର ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସିଏମଓରୁ କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଜିଲ୍ଲାପାଳଙ୍କ ପରବର୍ତ୍ତୀ ନିର୍ଦ୍ଦେଶ ନାମା ପର୍ଯ୍ୟନ୍ତ ଏହିସବୁ ଅଧିକାରୀ ଓ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ଜିଲ୍ଲାପାଳ ଜିଲ୍ଲା ଟ୍ରେଜେରୀ ଅଧିକାରୀଙ୍କ ସହ ଜିଲ୍ଲାର ସମସ୍ତ ସବ୍ ଟ୍ରେଜେରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଜଳସେଚନ ପ୍ରକଳ୍ପର SDO, ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ଟି ସ୍ଥାନରେ ରେଡ୍

27 Nov 2025 By Madhusudan Das

କଟକ ଜିଲ୍ଲାର ୯୧ ସରକାରୀ ଅଧିକାରୀଙ୍କ ଦରମା ବନ୍ଦ ନିର୍ଦ୍ଦେଶ, ଜନ ଶୁଣାଣିକୁ କାର୍ଯ୍ୟକାରୀ ନକରିବାରୁ କାର୍ଯ୍ୟାନୁଷ୍ଠାନ

କଟକ: କଟକର ଜିଲ୍ଲାର ୯୧ ସରକାରୀ ଅଧିକାରୀଙ୍କ ଦରମା ବନ୍ଦ ନିର୍ଦ୍ଦେଶ । ଏହି ନିର୍ଦ୍ଦେଶ ଦେଲେ କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଧେ । ନଭେମ୍ବର ମାସର ଦରମା ବନ୍ଦ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ । ଜନ ଶୁଣାଣିକୁ କାର୍ଯ୍ୟକାରୀ ନକରିବାରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଜିଲ୍ଲାପାଳ । ଦରମା ବନ୍ଦ ଅଧିକାରୀଙ୍କ ମଧ୍ୟରେ ଅଛନ୍ତି କଟକ ଗ୍ରାମାଞ୍ଚଳ ଏସପି, ସିଏମସି କମିଶନର, କଟକ ସିଡିଏମଓ, ଡିଇଓ, ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଚିକିତ୍ସକ, ଆଠଗଡ଼ ଉପ-ଜିଲ୍ଲାପାଳ, କଟକ ସଦର ଉପ-ଜିଲ୍ଲାପାଳ, ପୁଲିସ ଓ ଅନ୍ୟାନ୍ୟ କର୍ମଚାରୀ। ମୋଟ ୯୧ ଜଣ ସରକାରୀ ଅଧିକାରୀଙ୍କ ନଭେମ୍ବର ମାସର ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସିଏମଓରୁ କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଜିଲ୍ଲାପାଳଙ୍କ ପରବର୍ତ୍ତୀ ନିର୍ଦ୍ଦେଶ ନାମା ପର୍ଯ୍ୟନ୍ତ ଏହିସବୁ ଅଧିକାରୀ ଓ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ଜିଲ୍ଲାପାଳ ଜିଲ୍ଲା ଟ୍ରେଜେରୀ ଅଧିକାରୀଙ୍କ ସହ ଜିଲ୍ଲାର ସମସ୍ତ ସବ୍ ଟ୍ରେଜେରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର