ସମ୍ବଲପୁରରେ ୧୪୪ ଧାରା: ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ

The Sakala Picture
Published On

ସମ୍ବଲପୁର: ଆଜି ଦିନ ୧୦ଟାରୁ ଆସନ୍ତା ୪୮ ଘଣ୍ଟା ଲାଗି ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ ରହିବ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ସମସ୍ତ ସୋସିଆଲ ମିଡିଆ ବ୍ୟବହାର ଉପରେ କଟକଣା ଲାଗାଯାଇଛି। ବୁଧବାର ସମ୍ବଲପୁରର ଧନୁପାଲି ଛକରେ ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ରାଲିରେ ପଥର ମାଡ଼ ହୋଇଛି। ଅନ୍ୟଏକ ଗୋଷ୍ଠୀର ପଥର ମାଡ଼ରେ ୧୦ରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଏହି ଘଟଣାପରେ ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ […]

ସମ୍ବଲପୁର: ଆଜି ଦିନ ୧୦ଟାରୁ ଆସନ୍ତା ୪୮ ଘଣ୍ଟା ଲାଗି ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ ରହିବ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ସମସ୍ତ ସୋସିଆଲ ମିଡିଆ ବ୍ୟବହାର ଉପରେ କଟକଣା ଲାଗାଯାଇଛି। ବୁଧବାର ସମ୍ବଲପୁରର ଧନୁପାଲି ଛକରେ ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ରାଲିରେ ପଥର ମାଡ଼ ହୋଇଛି। ଅନ୍ୟଏକ ଗୋଷ୍ଠୀର ପଥର ମାଡ଼ରେ ୧୦ରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଏହି ଘଟଣାପରେ ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ହୋଇଥିବା ଜଣାପଡିଛି।

ଆହୁରି ପଢ଼ନ୍ତୁ: ସମ୍ବଲପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା; କଣ୍ଟେନର ଧକ୍କାରେ ତିନି ବାଇକ ଆରୋହୀ ମୃତ

ସୂଚନାଯୋଗ୍ୟ, ଗତକାଲି ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁର ଧନୁପାଲି ଛକରୁ ବାଇକ ରାଲି ଯିବା ବେଳେ ପଥର ମାଡ଼ ହୋଇଥିଲା। ସନ୍ଧ୍ୟା ସମୟରେ ରାଲିରେ ଥିବା ଲୋକ ଓ ପୁଲିସ ଉପରକୁ ପଥର ମାଡ଼ ହୋଇଥିଲା। ରାଲି ପାଇଁ ମୁତୟନ ଥିବା ୨ ଜଣ ଥାନା ଅଧିକାରୀଙ୍କ ସମେତ ପ୍ରାୟ ୧୦ ଜଣ ପୁଲିସ କର୍ମଚାରୀ ଆହତ ହୋଇଛନ୍ତି। ଏହି ଘଟଣାକୁ ନେଇ ଉତ୍ତେଜିତ ଲୋକେ ଦୋକାନ ଜାଳିବା ସହ କାର୍ ଏବଂ ବାଇକ ଭାଙ୍ଗି ଦେଇଥିଲେ। ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଥିଲା। ଏହି ମାମଲାରେ ୨୫ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଆଉ କିଛି ଲୋକଙ୍କୁ ଅଟକ ରଖାଯାଇଥିବା ଜଣାଯାଇଛି।

13 Apr 2023 By The Sakala

ସମ୍ବଲପୁରରେ ୧୪୪ ଧାରା: ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ

ସମ୍ବଲପୁର: ଆଜି ଦିନ ୧୦ଟାରୁ ଆସନ୍ତା ୪୮ ଘଣ୍ଟା ଲାଗି ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ ରହିବ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ସମସ୍ତ ସୋସିଆଲ ମିଡିଆ ବ୍ୟବହାର ଉପରେ କଟକଣା ଲାଗାଯାଇଛି। ବୁଧବାର ସମ୍ବଲପୁରର ଧନୁପାଲି ଛକରେ ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ରାଲିରେ ପଥର ମାଡ଼ ହୋଇଛି। ଅନ୍ୟଏକ ଗୋଷ୍ଠୀର ପଥର ମାଡ଼ରେ ୧୦ରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଏହି ଘଟଣାପରେ ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ହୋଇଥିବା ଜଣାପଡିଛି।

ସୂଚନାଯୋଗ୍ୟ, ଗତକାଲି ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁର ଧନୁପାଲି ଛକରୁ ବାଇକ ରାଲି ଯିବା ବେଳେ ପଥର ମାଡ଼ ହୋଇଥିଲା। ସନ୍ଧ୍ୟା ସମୟରେ ରାଲିରେ ଥିବା ଲୋକ ଓ ପୁଲିସ ଉପରକୁ ପଥର ମାଡ଼ ହୋଇଥିଲା। ରାଲି ପାଇଁ ମୁତୟନ ଥିବା ୨ ଜଣ ଥାନା ଅଧିକାରୀଙ୍କ ସମେତ ପ୍ରାୟ ୧୦ ଜଣ ପୁଲିସ କର୍ମଚାରୀ ଆହତ ହୋଇଛନ୍ତି। ଏହି ଘଟଣାକୁ ନେଇ ଉତ୍ତେଜିତ ଲୋକେ ଦୋକାନ ଜାଳିବା ସହ କାର୍ ଏବଂ ବାଇକ ଭାଙ୍ଗି ଦେଇଥିଲେ। ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଥିଲା। ଏହି ମାମଲାରେ ୨୫ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଆଉ କିଛି ଲୋକଙ୍କୁ ଅଟକ ରଖାଯାଇଥିବା ଜଣାଯାଇଛି।

https://www.thesakala.in/latest-odisha-news/sambalpur/internet-service-is-down-in-sambalpur-for-48-hours/article-20708
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର