ପବିତ୍ର ମହାଳୟା ଅବସରରେ ଧବଳମୁଖୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ୱରୀ

The Sakala Picture
Published On

ସମ୍ବଲପୁର: ପବିତ୍ର ମହାଳୟା ଅମାବାସ୍ୟାରେ ମା’ ସମଲେଶ୍ୱରୀଙ୍କ ସ୍ୱତନ୍ତ୍ର ବେଶ । ଧବଳମୁଖି ବେଶରେ ଦର୍ଶନ ଦେଉଛନ୍ତି ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ । ଭୋର ୪ ଟାରୁ ମା’ଙ୍କ ଆଳତୀ ପରେ ଚାଲିଛି ଧବଳମୁଖି ବେଶ ଦର୍ଶନ । ବର୍ଷ ତମାମ ମା’ ସିନ୍ଦୁର ମୁହିଁ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଥିବା ବେଳେ ଆଜି ଧବଳମୁଖୀ ବେଶରେ ଦର୍ଶନ ଦେଉଛନ୍ତି । ମହାଳୟା ଦିନ ପିତୃପୁରୁଷଙ୍କୁ ପିଣ୍ଡଦାନ ପରେ ସମଲେଶ୍ୱରୀଙ୍କ ଧବଳମୁଖୀ ବେଶ […]

ସମ୍ବଲପୁର: ପବିତ୍ର ମହାଳୟା ଅମାବାସ୍ୟାରେ ମା’ ସମଲେଶ୍ୱରୀଙ୍କ ସ୍ୱତନ୍ତ୍ର ବେଶ । ଧବଳମୁଖି ବେଶରେ ଦର୍ଶନ ଦେଉଛନ୍ତି ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ । ଭୋର ୪ ଟାରୁ ମା’ଙ୍କ ଆଳତୀ ପରେ ଚାଲିଛି ଧବଳମୁଖି ବେଶ ଦର୍ଶନ । ବର୍ଷ ତମାମ ମା’ ସିନ୍ଦୁର ମୁହିଁ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଥିବା ବେଳେ ଆଜି ଧବଳମୁଖୀ ବେଶରେ ଦର୍ଶନ ଦେଉଛନ୍ତି । ମହାଳୟା ଦିନ ପିତୃପୁରୁଷଙ୍କୁ ପିଣ୍ଡଦାନ ପରେ ସମଲେଶ୍ୱରୀଙ୍କ ଧବଳମୁଖୀ ବେଶ ଦର୍ଶନ କଲେ ଗଂଗା ସ୍ନାନର ପୁଣ୍ୟ ମିଳେ ବୋଲି ବିଶ୍ୱାସ ରହିଛି । ମା’ ଙ୍କର ଏହି ବେଶକୁ ଗଙ୍ଗା ବେଶ ବୋଲି କୁହାଯାଇଥାଏ ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ଏହି ବେଶକୁ ଦେଖିବା ପାଇଁ ସମଲେଶ୍ବରୀ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗିଛି । ଶ୍ରଦ୍ଧାଳୁମାନେ କିପରି ଶାନ୍ତି ଶୃଙ୍ଖଳାରେ ମା’ଙ୍କୁ ଦର୍ଶନ କରିପାରିବେ, ସେନେଇ ମନ୍ଦିର ଟ୍ରଷ୍ଟବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ମାଙ୍କ ଏହି ବେଶକୁ ଦର୍ଶନ ପାଇଁ ହଜାର ହଜାର ଶ୍ରଦ୍ଧାଳୁ ଏକାଠି ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର