ଆଜି ଖୋଲିବ ହୀରାକୁଦ ଗେଟ୍ : ଜଳସ୍ତର ବୃଦ୍ଧି ପାଉଥିବାରୁ ଅପରାହ୍ନରେ ୨ଟି ଗେଟ୍ ଖୋଲିବାକୁ ନିଷ୍ପତ୍ତି
ସମ୍ବଲପୁର : ଆଜି ଅପରାହ୍ନରେ ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍ । ଜଳସ୍ତର ବୃଦ୍ଧି ପାଉଥିବାରୁ ଅପରାହ୍ନ ୪ ଟାରେ ୨ ଟି ଗେଟ ଖୋଲିବାକୁ ନିଷ୍ପତ୍ତି ହୋଇଛି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୮.୧୭ ଫୁଟରେ ରହିଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିଥିବା ବେଳେ ଆଗକୁ ମଧ୍ୟ ବର୍ଷା ବଢିବ। ଯାହାକୁ ନଜରରେ ରଖି ହୀରାକୁଦ ଜଳଭଣ୍ଡାର ଗେଟ୍ ଖୋଲିବାକୁ ନିଷ୍ପତ୍ତି ହୋଇଛି ବୋଲି ସୂଚନା ଦେଇଛନ୍ତି ମୂଖ୍ୟଯନ୍ତ୍ରୀ ଆନନ୍ଦ ଚନ୍ଦ୍ର […]
ସମ୍ବଲପୁର : ଆଜି ଅପରାହ୍ନରେ ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍ । ଜଳସ୍ତର ବୃଦ୍ଧି ପାଉଥିବାରୁ ଅପରାହ୍ନ ୪ ଟାରେ ୨ ଟି ଗେଟ ଖୋଲିବାକୁ ନିଷ୍ପତ୍ତି ହୋଇଛି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୮.୧୭ ଫୁଟରେ ରହିଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିଥିବା ବେଳେ ଆଗକୁ ମଧ୍ୟ ବର୍ଷା ବଢିବ। ଯାହାକୁ ନଜରରେ ରଖି ହୀରାକୁଦ ଜଳଭଣ୍ଡାର ଗେଟ୍ ଖୋଲିବାକୁ ନିଷ୍ପତ୍ତି ହୋଇଛି ବୋଲି ସୂଚନା ଦେଇଛନ୍ତି ମୂଖ୍ୟଯନ୍ତ୍ରୀ ଆନନ୍ଦ ଚନ୍ଦ୍ର ସାହୁ।
ସୂଚନାଅନୁସାରେ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ର ଓ ଛତିଶଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ରାଜ୍ୟର ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଆଜି ସୋନପୁର, ବୌଦ୍ଧ, ଅନୁଗୋଳ,ଢେଙ୍କାନାଳ, କଟକ, ନୟାଗଡ଼,ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୨୦ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।
ଅନ୍ୟପଟେ ଗତ ୨୪ଘଣ୍ଟାରେ ରାଜ୍ୟର ୪ଟି ସ୍ଥାନରେ ଅତି ପ୍ରବଳ ଏବଂ ୧୭ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। କଳାହାଣ୍ଡ ଜିଲ୍ଲା ଲାଞ୍ଜିଗଡରେ ୧୫୬.୪ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡିରେ ୧୨୮ ମିମି ବର୍ଷା, ମାଲକାନଗିରିର ଚିତ୍ରାକୁଣ୍ଡରେ ୧୧୭ ମିମି ବର୍ଷା, ବରଗଡ଼ ଜିଲ୍ଲାର ଅତାବିରାରେ ୧୧୬ମିମି ବର୍ଷା, କନ୍ଧମାଳ ଜିଲ୍ଲା ଟିକାବାଲିରେ ୧୧୪ମିମି ବର୍ଷା ଓ ଗଞ୍ଜାମ ଜିଲ୍ଲା ଭଞ୍ଜନଗରରେ ୧୦୨ମିମି ବର୍ଷା ରେକର୍ଡ କରାଯାଇଛି।