ପ୍ରକୃତିର ପାର୍ବଣ ନୂଆଁଖାଇ

The Sakala Picture
Published On

ନୂଆଁଖାଇ ହେଉଛି କୃଷି ଓ କୃଷକର ପର୍ବ। ନୂଆଁଖାଇକୁ ନବାନ୍ନ ଭାବେ ମଧ୍ୟ ଜଣାଯାଏ । ଏହି ପର୍ବ ପାଞ୍ଜି ଅନୁସାରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ(ଗଶେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହା ପଶ୍ଚିମ ଓଡ଼ିଶାର କଳା, ସଂସ୍କୃତି,ଭାଷା,ପରମ୍ପରା,ଚାଲି-ଚଳଣ ଏବଂ ସର୍ବୋପରି ଭାବାବେଗ ସହିତ ଓତଃପ୍ରୋତ ଭାବେ ଜଡ଼ିତ । ନୂଆଁଖାଇ ଯେ , କେବଳ ପାରମ୍ପରିକ ପର୍ବ ନୁହେଁ, ବରଂ ଏହି ପର୍ବ ଭ୍ରାତୃତ୍ବଭାବ ଓ ଏକତାର ପର୍ବ,ସୌହାର୍ଦ୍ଦ୍ୟ ମହାମିଳନର ପର୍ବ। କାରଣ […]

ନୂଆଁଖାଇ ହେଉଛି କୃଷି ଓ କୃଷକର ପର୍ବ। ନୂଆଁଖାଇକୁ ନବାନ୍ନ ଭାବେ ମଧ୍ୟ ଜଣାଯାଏ । ଏହି ପର୍ବ ପାଞ୍ଜି ଅନୁସାରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ(ଗଶେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହା ପଶ୍ଚିମ ଓଡ଼ିଶାର କଳା, ସଂସ୍କୃତି,ଭାଷା,ପରମ୍ପରା,ଚାଲି-ଚଳଣ ଏବଂ ସର୍ବୋପରି ଭାବାବେଗ ସହିତ ଓତଃପ୍ରୋତ ଭାବେ ଜଡ଼ିତ । ନୂଆଁଖାଇ ଯେ , କେବଳ ପାରମ୍ପରିକ ପର୍ବ ନୁହେଁ, ବରଂ ଏହି ପର୍ବ ଭ୍ରାତୃତ୍ବଭାବ ଓ ଏକତାର ପର୍ବ,ସୌହାର୍ଦ୍ଦ୍ୟ ମହାମିଳନର ପର୍ବ। କାରଣ ଯିଏ ଯେଉଁଠି ଯେତେଦୂରରେ ଥାଆନ୍ତୁ ନା କାହିଁକି ଅନ୍ତତଃ ବର୍ଷକୁ ଥରେ ଏହି ନିର୍ଦ୍ଦିଷ୍ଟ ପର୍ବ ସମୟରେ ସମସ୍ତେ ଏକତ୍ର ହୋଇଥାନ୍ତି। ସ୍ରଷ୍ଟାଙ୍କ ପ୍ରତି ସମର୍ପଣ ଓ କୃତଜ୍ଞ ହେବାର ପ୍ରତୀକ ମହାନ୍‌ ଗଣପର୍ବ ନୂଆଁଖାଇ। ଏହି ସମୟରେ ଚାଷୀ ଜମିରେ ବେଉଷଣ କାର୍ଯ୍ୟ ଆରମ୍ଭ କରିଥାଏ ପରେ ସଅଳ ଅମଳକ୍ଷମ ଧାନ ଗର୍ଭଧାରଣ କରି କେଣ୍ଡା ପକେଇବାର କାର୍ଯ୍ୟ କରିଥାଏ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

ଚାଷୀ ପ୍ରଥମକରି ଏହି ଅମଳକ୍ଷମ ଧାନକୁ ଇଷ୍ଟଦେବୀଙ୍କଠାରେ ସମର୍ପଣ କରିଥାଏ। ଏହାକୁ ପଶ୍ଚିମ ଓଡ଼ିଶାର ଆଞ୍ଚଳିକ ଭାଷାରେ କୁହାଯାଏ ନୂଆଁଖାଇ । ନୂଆଁଖାଇ ପାଇଁ ଆଗରୁ “ଲଗନ” ବା “ତିଥି” ନିର୍ଣ୍ଣୟ ପରେ ପୂଜା ସହ ଆରିସା ପିଠା ଭୋଗ କରିବାର ପରମ୍ପରା ରହିଛି । ନୂଆଁଖାଇ ଦିନ ନବାନ୍ନ ଦେଇ ପୂଜା ବିଧି ସରିବା ପରେ ପରିବାରର ମୁଖ୍ୟଙ୍କ ହାତରୁ ସମସ୍ତେ ନବାନ୍ନ ଗ୍ରହଣ କରନ୍ତି । ପୂର୍ବରୁ ରାଜାମାନେ ନିଜ ରାଜ୍ୟର ଇଷ୍ଟଦେବୀଙ୍କ ନାମ ଅନୁସାରେ ନୂଆଁ ଖାଇବାର ଲଗ୍ନ ଧାର୍ଯ୍ୟ କରୁଥିଲେ । ଏହା ପରେ ରାଜାଙ୍କ ଇଷ୍ଟଦେବୀଙ୍କ ନାଁ ଅନୁସାରେ ପଣ୍ଡିତମାନେ ନବାନ୍ନ ଭକ୍ଷଣ ତିଥି ବାହାର କରୁଥିଲେ । ଏହି କାରଣରୁ ୧୯୯୧ ମସିହା ପର୍ଯ୍ୟନ୍ତ ନୂଆଁଖାଇ ପର୍ବ ପ୍ରତ୍ୟେକ ବର୍ଷ ଗୋଟିଏ ନିର୍ଦ୍ଦିଷ୍ଟ ତିଥିରେ ପାଳିନ ହେଉ ନ ଥିଲା ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଓଡ଼ିଶାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ସାରା ଓଡ଼ିଶାରେ ଗୋଟିଏ ଦିନରେ ନୂଆଁଖାଇ ପର୍ବ ପାଳନ କରାଯିବା ପାଇଁ ଘୋଷଣା କରି ଏହି ଦିନକୁ ସରକାରୀ ଛୁଟି ଭାବେ ଘୋଷଣା କରିଥିଲେ। ଏହି ପଦକ୍ଷେପକୁ ପଶ୍ଚିମ ଓଡ଼ିଶାର ସବୁମହଲରେ ଗ୍ରହଣ କରାଯାଇ ସର୍ବସମ୍ମତ କ୍ରମେ ଗଣେଶ ପୂଜାର ପରଦିନ ଅର୍ଥାତ୍‌ ଋଷି ପଞ୍ଚମୀ ଦିନଟି ନୂଆଁଖାଇ ଭାବେ ସ୍ଥିର କରାଗଲା । ସେହି ବର୍ଷଠାରୁ ପ୍ରତ୍ୟେକ ବର୍ଷ ପଶ୍ଚିମାଞ୍ଚଳରେ ଗୋଟିଏ ଦିନରେ ନୂଆଖାଇ ପର୍ବ ତିଥି ଅନୁସାରେ ପାଳିତ ହୋଇ ଆସୁଛି । ନୂଆଁଖାଇ ପାଇଁ ବାହାର କରାଯାଏ ଅମୃତବେଳା । ସେହି ମୁହୂର୍ତ୍ତରେ ନୂଆଭାବରେ ଅମଳ କରାଯାଇଥିବା ଧାନରୁ ପ୍ରସ୍ତୁତ ଅନ୍ନକୁ ରାନ୍ଧି ଖିଆଯାଏ । ନୂଆଖାଇ ଦିନ ସମସ୍ତେ ଶୀଘ୍ର ଶଯ୍ୟା ତ୍ୟାଗ କରି ନିଜ ନିଜର ନିତ୍ୟକର୍ମ ସାରନ୍ତି । ସମସ୍ତେ ନୂତନ ବସ୍ତ୍ର ପରିଧାନ କରି ପୂଜାପାଠରେ ବସନ୍ତି ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ନୂଆ ଧାନରୁ ପ୍ରସ୍ତୁତ ଚୂରା , ପିଠାପଣା ଦେବଦେବୀଙ୍କୁ ସମର୍ପଣ କରନ୍ତି । ଧୂପ ଦୀପ ଦେଇ ପୂଜା କରନ୍ତି । ଚୂରା, ଘିଅ , ମହୁ , କ୍ଷୀର , ଗୁଡ କଦଳୀରେ ପ୍ରସ୍ତୁତ ଭୋଗ ଦିଅଁଙ୍କ ନିକଟରେ ଲାଗି କରନ୍ତି ତାପରେ ବଡମାନେ ଘରେ ପ୍ରସ୍ତୁତ ପିଠାପଣା, ଖିରିପୁରି , ମିଠା , ଡାଲି , ତରକାରି, ଆଦି ପ୍ରସାଦ ରୂପେ ସେବନ କରି ଖୁସି ଅନୁଭବ କରନ୍ତି। ଖାଇସାରିବା ପରେ ଆରମ୍ଭ ହୁଏ ଭେଟଘାଟର ପର୍ବ। ନୂଆଁଖାଇ ଅବସରରେ ସାନମାନେ ବଡମାନଙ୍କୁ ନୂଆଁଖାଇ ଜୁହାର କରନ୍ତି। ପ୍ରଥମେ ଗ୍ରାମଦେବତୀଙ୍କ ପୀଠ ବା ଭାଗବତ ଟୁଙ୍ଗୀରେ ଏକାଠି ହୋଇ ମୁଣ୍ଡିଆ ମାରିସାରିବା ପରେ ସାନମାନେ ବଡ଼ମାନଙ୍କଠୁ ଆଶୀର୍ବାଦ କାମନା କରିଥାନ୍ତି।

ଭେଟ୍‌ଘାଟ୍‌ ଶେଷ ହେବାପରେ ଗାଁରେ ଖେଳକୁଦ ପ୍ରତିଯୋଗିତା ହୋଇଥାଏ। ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜିତ ହୋଇଥାଏ । ଆଜି ନୂଆଁଖାଇ ପର୍ବ କେବଳ ରାଜ୍ୟର ପଶ୍ଚିମ ଭାଗରେ ସୀମିତ ହୋଇ ରହିନାହିଁ। ନୂଆଁଖାଇ ଭେଟ୍‌ଘାଟ୍‌ ନାମରେ ବର୍ଷର ବିଭିନ୍ନ ସମୟରେ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ଅନୁଷ୍ଠାନ ଦ୍ବାରା ହର୍ଷ ଉଲ୍ଲାସ ମଧ୍ୟରେ ନୂଆଁଖାଇ ପାଳନ କରାଯାଉଛି। ବିଦେଶରେ ଥିବା ଓଡ଼ିଆମାନେ ନୂଆଁଖାଇ ଭେଟ୍‌ଘାଟ୍‌ରେ ସାମିଲ ହୋଇ ପରସ୍ପର ମଧ୍ୟରେ ସ୍ନେହଶ୍ରଦ୍ଧା ବାଣ୍ଟିଥାନ୍ତି। କୃଷିଭିତ୍ତିକ, ଧର୍ମଭିତ୍ତିକ ଓ ପ୍ରାଚୀନ ପରମ୍ପରା ବାର୍ତ୍ତାବାହକ ନୂଆଁଖାଇ ଆମକୁ ତ୍ୟାଗ, ନିଷ୍ଠା,ସେବା,ଭକ୍ତି ଓ ବିଶ୍ବାସ ସମ୍ବନ୍ଧରେ ଶିକ୍ଷା ଦେଇଥାଏ।

01 Sep 2022 By The Sakala

ପ୍ରକୃତିର ପାର୍ବଣ ନୂଆଁଖାଇ

ନୂଆଁଖାଇ ହେଉଛି କୃଷି ଓ କୃଷକର ପର୍ବ। ନୂଆଁଖାଇକୁ ନବାନ୍ନ ଭାବେ ମଧ୍ୟ ଜଣାଯାଏ । ଏହି ପର୍ବ ପାଞ୍ଜି ଅନୁସାରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ(ଗଶେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହା ପଶ୍ଚିମ ଓଡ଼ିଶାର କଳା, ସଂସ୍କୃତି,ଭାଷା,ପରମ୍ପରା,ଚାଲି-ଚଳଣ ଏବଂ ସର୍ବୋପରି ଭାବାବେଗ ସହିତ ଓତଃପ୍ରୋତ ଭାବେ ଜଡ଼ିତ । ନୂଆଁଖାଇ ଯେ , କେବଳ ପାରମ୍ପରିକ ପର୍ବ ନୁହେଁ, ବରଂ ଏହି ପର୍ବ ଭ୍ରାତୃତ୍ବଭାବ ଓ ଏକତାର ପର୍ବ,ସୌହାର୍ଦ୍ଦ୍ୟ ମହାମିଳନର ପର୍ବ। କାରଣ ଯିଏ ଯେଉଁଠି ଯେତେଦୂରରେ ଥାଆନ୍ତୁ ନା କାହିଁକି ଅନ୍ତତଃ ବର୍ଷକୁ ଥରେ ଏହି ନିର୍ଦ୍ଦିଷ୍ଟ ପର୍ବ ସମୟରେ ସମସ୍ତେ ଏକତ୍ର ହୋଇଥାନ୍ତି। ସ୍ରଷ୍ଟାଙ୍କ ପ୍ରତି ସମର୍ପଣ ଓ କୃତଜ୍ଞ ହେବାର ପ୍ରତୀକ ମହାନ୍‌ ଗଣପର୍ବ ନୂଆଁଖାଇ। ଏହି ସମୟରେ ଚାଷୀ ଜମିରେ ବେଉଷଣ କାର୍ଯ୍ୟ ଆରମ୍ଭ କରିଥାଏ ପରେ ସଅଳ ଅମଳକ୍ଷମ ଧାନ ଗର୍ଭଧାରଣ କରି କେଣ୍ଡା ପକେଇବାର କାର୍ଯ୍ୟ କରିଥାଏ।

ଚାଷୀ ପ୍ରଥମକରି ଏହି ଅମଳକ୍ଷମ ଧାନକୁ ଇଷ୍ଟଦେବୀଙ୍କଠାରେ ସମର୍ପଣ କରିଥାଏ। ଏହାକୁ ପଶ୍ଚିମ ଓଡ଼ିଶାର ଆଞ୍ଚଳିକ ଭାଷାରେ କୁହାଯାଏ ନୂଆଁଖାଇ । ନୂଆଁଖାଇ ପାଇଁ ଆଗରୁ “ଲଗନ” ବା “ତିଥି” ନିର୍ଣ୍ଣୟ ପରେ ପୂଜା ସହ ଆରିସା ପିଠା ଭୋଗ କରିବାର ପରମ୍ପରା ରହିଛି । ନୂଆଁଖାଇ ଦିନ ନବାନ୍ନ ଦେଇ ପୂଜା ବିଧି ସରିବା ପରେ ପରିବାରର ମୁଖ୍ୟଙ୍କ ହାତରୁ ସମସ୍ତେ ନବାନ୍ନ ଗ୍ରହଣ କରନ୍ତି । ପୂର୍ବରୁ ରାଜାମାନେ ନିଜ ରାଜ୍ୟର ଇଷ୍ଟଦେବୀଙ୍କ ନାମ ଅନୁସାରେ ନୂଆଁ ଖାଇବାର ଲଗ୍ନ ଧାର୍ଯ୍ୟ କରୁଥିଲେ । ଏହା ପରେ ରାଜାଙ୍କ ଇଷ୍ଟଦେବୀଙ୍କ ନାଁ ଅନୁସାରେ ପଣ୍ଡିତମାନେ ନବାନ୍ନ ଭକ୍ଷଣ ତିଥି ବାହାର କରୁଥିଲେ । ଏହି କାରଣରୁ ୧୯୯୧ ମସିହା ପର୍ଯ୍ୟନ୍ତ ନୂଆଁଖାଇ ପର୍ବ ପ୍ରତ୍ୟେକ ବର୍ଷ ଗୋଟିଏ ନିର୍ଦ୍ଦିଷ୍ଟ ତିଥିରେ ପାଳିନ ହେଉ ନ ଥିଲା ।

ଓଡ଼ିଶାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ସାରା ଓଡ଼ିଶାରେ ଗୋଟିଏ ଦିନରେ ନୂଆଁଖାଇ ପର୍ବ ପାଳନ କରାଯିବା ପାଇଁ ଘୋଷଣା କରି ଏହି ଦିନକୁ ସରକାରୀ ଛୁଟି ଭାବେ ଘୋଷଣା କରିଥିଲେ। ଏହି ପଦକ୍ଷେପକୁ ପଶ୍ଚିମ ଓଡ଼ିଶାର ସବୁମହଲରେ ଗ୍ରହଣ କରାଯାଇ ସର୍ବସମ୍ମତ କ୍ରମେ ଗଣେଶ ପୂଜାର ପରଦିନ ଅର୍ଥାତ୍‌ ଋଷି ପଞ୍ଚମୀ ଦିନଟି ନୂଆଁଖାଇ ଭାବେ ସ୍ଥିର କରାଗଲା । ସେହି ବର୍ଷଠାରୁ ପ୍ରତ୍ୟେକ ବର୍ଷ ପଶ୍ଚିମାଞ୍ଚଳରେ ଗୋଟିଏ ଦିନରେ ନୂଆଖାଇ ପର୍ବ ତିଥି ଅନୁସାରେ ପାଳିତ ହୋଇ ଆସୁଛି । ନୂଆଁଖାଇ ପାଇଁ ବାହାର କରାଯାଏ ଅମୃତବେଳା । ସେହି ମୁହୂର୍ତ୍ତରେ ନୂଆଭାବରେ ଅମଳ କରାଯାଇଥିବା ଧାନରୁ ପ୍ରସ୍ତୁତ ଅନ୍ନକୁ ରାନ୍ଧି ଖିଆଯାଏ । ନୂଆଖାଇ ଦିନ ସମସ୍ତେ ଶୀଘ୍ର ଶଯ୍ୟା ତ୍ୟାଗ କରି ନିଜ ନିଜର ନିତ୍ୟକର୍ମ ସାରନ୍ତି । ସମସ୍ତେ ନୂତନ ବସ୍ତ୍ର ପରିଧାନ କରି ପୂଜାପାଠରେ ବସନ୍ତି ।

ନୂଆ ଧାନରୁ ପ୍ରସ୍ତୁତ ଚୂରା , ପିଠାପଣା ଦେବଦେବୀଙ୍କୁ ସମର୍ପଣ କରନ୍ତି । ଧୂପ ଦୀପ ଦେଇ ପୂଜା କରନ୍ତି । ଚୂରା, ଘିଅ , ମହୁ , କ୍ଷୀର , ଗୁଡ କଦଳୀରେ ପ୍ରସ୍ତୁତ ଭୋଗ ଦିଅଁଙ୍କ ନିକଟରେ ଲାଗି କରନ୍ତି ତାପରେ ବଡମାନେ ଘରେ ପ୍ରସ୍ତୁତ ପିଠାପଣା, ଖିରିପୁରି , ମିଠା , ଡାଲି , ତରକାରି, ଆଦି ପ୍ରସାଦ ରୂପେ ସେବନ କରି ଖୁସି ଅନୁଭବ କରନ୍ତି। ଖାଇସାରିବା ପରେ ଆରମ୍ଭ ହୁଏ ଭେଟଘାଟର ପର୍ବ। ନୂଆଁଖାଇ ଅବସରରେ ସାନମାନେ ବଡମାନଙ୍କୁ ନୂଆଁଖାଇ ଜୁହାର କରନ୍ତି। ପ୍ରଥମେ ଗ୍ରାମଦେବତୀଙ୍କ ପୀଠ ବା ଭାଗବତ ଟୁଙ୍ଗୀରେ ଏକାଠି ହୋଇ ମୁଣ୍ଡିଆ ମାରିସାରିବା ପରେ ସାନମାନେ ବଡ଼ମାନଙ୍କଠୁ ଆଶୀର୍ବାଦ କାମନା କରିଥାନ୍ତି।

ଭେଟ୍‌ଘାଟ୍‌ ଶେଷ ହେବାପରେ ଗାଁରେ ଖେଳକୁଦ ପ୍ରତିଯୋଗିତା ହୋଇଥାଏ। ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜିତ ହୋଇଥାଏ । ଆଜି ନୂଆଁଖାଇ ପର୍ବ କେବଳ ରାଜ୍ୟର ପଶ୍ଚିମ ଭାଗରେ ସୀମିତ ହୋଇ ରହିନାହିଁ। ନୂଆଁଖାଇ ଭେଟ୍‌ଘାଟ୍‌ ନାମରେ ବର୍ଷର ବିଭିନ୍ନ ସମୟରେ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ଅନୁଷ୍ଠାନ ଦ୍ବାରା ହର୍ଷ ଉଲ୍ଲାସ ମଧ୍ୟରେ ନୂଆଁଖାଇ ପାଳନ କରାଯାଉଛି। ବିଦେଶରେ ଥିବା ଓଡ଼ିଆମାନେ ନୂଆଁଖାଇ ଭେଟ୍‌ଘାଟ୍‌ରେ ସାମିଲ ହୋଇ ପରସ୍ପର ମଧ୍ୟରେ ସ୍ନେହଶ୍ରଦ୍ଧା ବାଣ୍ଟିଥାନ୍ତି। କୃଷିଭିତ୍ତିକ, ଧର୍ମଭିତ୍ତିକ ଓ ପ୍ରାଚୀନ ପରମ୍ପରା ବାର୍ତ୍ତାବାହକ ନୂଆଁଖାଇ ଆମକୁ ତ୍ୟାଗ, ନିଷ୍ଠା,ସେବା,ଭକ୍ତି ଓ ବିଶ୍ବାସ ସମ୍ବନ୍ଧରେ ଶିକ୍ଷା ଦେଇଥାଏ।

https://www.thesakala.in/latest-odisha-news/sambalpur/nuakhai-juhar-the-agrarian-fest-of-western-odisha/article-14595
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର