ସତର୍କ ରୁହନ୍ତୁ ତଳିଆ ଅଞ୍ଚଳର ଲୋକେ, ଖୋଲିଲା ହୀରାକୁଦର ୧୬ ଗେଟ୍‌

କଟକ/ସମ୍ବଲପୁର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୁତ ହୋଇ ସୁଦୃଶ ଲଘୁଚାପରେ ପରିଣତ ହୋଇଛି। ଏହା ପ୍ରଭାବରେ ଗତକାଲିଠୁ ରାଜ୍ୟରେ ବର୍ଷା ଲାଗିରହିଛି। ରାଜ୍ୟରେ ଏହି ଲଘୁଚାପ ଜନିତ ବର୍ଷା ଆଉ ଦୁଇ ଦିନ ଲାଗି ରହିବ। ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେପଟେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ,ହୀରାକୁଦ ଜଳଭଣ୍ଡାରରେ ଧୀରେଧୀରେ ଜଳସ୍ତର ବଢ଼ିବାରେ ଲାଗିଛି। ଏହାକୁ […]

କଟକ/ସମ୍ବଲପୁର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୁତ ହୋଇ ସୁଦୃଶ ଲଘୁଚାପରେ ପରିଣତ ହୋଇଛି। ଏହା ପ୍ରଭାବରେ ଗତକାଲିଠୁ ରାଜ୍ୟରେ ବର୍ଷା ଲାଗିରହିଛି। ରାଜ୍ୟରେ ଏହି ଲଘୁଚାପ ଜନିତ ବର୍ଷା ଆଉ ଦୁଇ ଦିନ ଲାଗି ରହିବ। ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ସେପଟେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ,ହୀରାକୁଦ ଜଳଭଣ୍ଡାରରେ ଧୀରେଧୀରେ ଜଳସ୍ତର ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ କ୍ରମାଗତ ଭାବେ ପର୍ଯ୍ୟାୟ କ୍ରମେ ଗେଟ୍‌ଗୁଡ଼ିକ ଖୋଲାଯାଉଛି। ଏହି କ୍ରମରେ ଆଜି ଅପରାହ୍‌ଣରେ ପୁଣି ୨ଟି ଗେଟ୍‌ ଖୋଲି ଦିଆଯାଇଛି। ପୂର୍ବରୁ ୧୪ଟି ଗେଟ୍‌ ଦେଇ ଜଳ ନିଷ୍କାସନ କରାଯାଉଛି। ତେବେ ବର୍ତ୍ତମାନ ସମୟରେ ମୋଟ୍‌ ୧୬ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ଆବଶ୍ୟକ ହେଲେ ଆହୁରି ଗେଟ୍‌ ଖୋଲା ଯାଇପାରେ।

ବର୍ତ୍ତମାନ ସୁଦ୍ଧେ ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍ ଖୋଲାଯାଇଛି ଏବଂ ମହାନଦୀରେ ୨.୫ ଲକ୍ଷ କ୍ୟୁସେକ୍ ଜଳ ପ୍ରବାହିତ ହେବାର ଆଶା କରାଯାଉଛି। ଏହା ଫଳରେ ହୀରାକୁଦ ଡ୍ୟାମର ତଳମୁଣ୍ଡରେ ଥିବା ନଦୀ ଶଯ୍ୟା ଅଞ୍ଚଳରେ ବନ୍ୟା ଆସିବାର ଆଶଙ୍କା ରହିଛି । ଜନସାଧାରଣଙ୍କ ଜୀବନ ଏବଂ ସମ୍ପତ୍ତିର ସୁରକ୍ଷା ପାଇଁ ନଦୀକୂଳ ଅଞ୍ଚଳରେ ବସବାସ କରୁଥିବା ଲୋକେ ନଦୀ ଶଯ୍ୟାଠାରୁ ଦୂରେଇ ରହିବା ସହିତ ସମସ୍ତ ସତର୍କତାମୂଳକ ପଦକ୍ଷେପ ଅବଲମ୍ବନ କରିବାକୁ ହୀରାକୁଦ ଜଳଭଣ୍ଡାର ପକ୍ଷରୁ ପରାମର୍ଶ ଦିଆଯାଇଛି।

About The Author: The Sakala