ସମ୍ବଲପୁର: ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଉପରେ ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢିବାରେ ଲାଗିଛି। ଅପରାହ୍ନ ଦୁଇଟା ପରେ ଖୋଲିବ ହୀରାକୁଦ ଜଳଭଣ୍ଡାରର ୬ଟି ଗେଟ୍। ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଉଥିବାରୁ ଗେଟ୍ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୦.୯୦ ଫୁଟରେ ପହଞ୍ଚିଛି। ଏ ନେଇ ସୂଚନା ଦେଇଛନ୍ତି ହୀରାକୁଦ ବନ୍ଧ କର୍ତ୍ତୃପକ୍ଷ ।
ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର, ଖୋଲିବ ୬ ଗେଟ୍