ପ୍ରକାଶ ପାଇଲା +୨ ନାମଲେଖା ପାଇଁ କଟଅଫ୍ ମାର୍କ: ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା, କଳାରେ କୃଷ୍ଣପ୍ରସାଦ ଶୀର୍ଷରେ

The Sakala Picture
Published On

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇଛି। ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ଓ କଳାରେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ କଣ୍ଡାଖାଇ ହାଇଅର ସେକେଣ୍ଡାରୀ ସ୍କୁଲ ଶୀର୍ଷରେ ରହିଛି। ବିଜ୍ଞାନରେ ସାଧାରଣ ବର୍ଗଙ୍କ ପାଇଁ ୯୪.୩୩% ସହ ରେଭେନ୍ସା ଶୀର୍ଷରେ ରହିଛି। ୯୩.୨୦% ମାର୍କ ସହ ବ୍ରହ୍ମପୁର ନୀଳକଣ୍ଠନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଦ୍ୱିତୀୟ ଓ ୯୩% କଟଅଫ୍‌ ସହ ଭୁବନେଶ୍ୱର ବିଜେବି […]

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇଛି। ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ଓ କଳାରେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ କଣ୍ଡାଖାଇ ହାଇଅର ସେକେଣ୍ଡାରୀ ସ୍କୁଲ ଶୀର୍ଷରେ ରହିଛି। ବିଜ୍ଞାନରେ ସାଧାରଣ ବର୍ଗଙ୍କ ପାଇଁ ୯୪.୩୩% ସହ ରେଭେନ୍ସା ଶୀର୍ଷରେ ରହିଛି। ୯୩.୨୦% ମାର୍କ ସହ ବ୍ରହ୍ମପୁର ନୀଳକଣ୍ଠନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଦ୍ୱିତୀୟ ଓ ୯୩% କଟଅଫ୍‌ ସହ ଭୁବନେଶ୍ୱର ବିଜେବି କଲେଜ ତୃତୀୟ ସ୍ଥାନରେ ଥିବା ଜଣାପଡ଼ିଛି। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଗଣେଶ ଚତୁର୍ଥୀ, ଅଗ୍ରପୂଜ୍ୟଙ୍କ ଆରାଧନା ପାଇଁ ଉତ୍ସବମୁଖର ଗାଁଠୁ ସହର

ସେହିପରି ବାଣିଜ୍ୟରେ ୮୪.୧୭ ପ୍ରତିଶତ ମାର୍କ ସହ ରେଭେନ୍ସା ଶୀର୍ଷରେ ରହିଛି । ଦ୍ୱିତୀୟ ସ୍ଥାନରେ ୮୦.୬୭ ପ୍ରତିଶତ ସହ ରାଉରକେଲା ସରକାରୀ କଲେଜ ରହିଛି । ୭୯.୮୩ ପ୍ରତିଶତ କଟଅଫ ମାର୍କ ସହ ବିଜେବି ବାଣିଜ୍ୟ କଲେଜ ତୃତୀୟ ସ୍ଥାନରେ ରହିଛି ।

ଆହୁରି ପଢ଼ନ୍ତୁ: ରାସ୍ତା ଉପରେ ଜଳିଗଲା କଣ୍ଟେନର୍, ଅଳ୍ପକେ ବର୍ତ୍ତିଲେ ଚାଳକ; ରୋଷେଇରୁ ନିଆଁ ଲାଗିଥିବା ସନ୍ଦେହ

ଆହୁରି ପଢ଼ନ୍ତୁ: ରାଜଧାନୀରେ ଫେସବୁକ୍ ଲାଇଭ୍‌କୁ ନେଇ ସଂଘର୍ଷ: ୨ ରାଉଣ୍ଡ ଗୁଳିଚାଳନା, ୫ ଆହତ

ଅନ୍ୟପଟେ କଳାରେ ସର୍ବାଧିକ ୮୩.୫୦% ସହ ପୁରୀର କଣ୍ଡାଖାଇ ହାଇଅର ସେକେଣ୍ଡାରୀ ସ୍କୁଲ ଆଗରେ ରହିଛି। ଦ୍ୱିତୀୟରେ ୮୩.୩୩% ସହ ରେଭେନ୍ସା ହାଇଅର ସେକେଣ୍ଡାରୀ ସ୍କୁଲ ଥିବା ବେଳେ ତୃତୀୟରେ ୮୩.୧୭% ସହ କଟକ ନରସିଂହପୁର ହାଇଅର ସେକେଣ୍ଡାରୀ ସ୍କୁଲ ଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ ସାମ୍ସ ପୋର୍ଟାଲରେ ତାଲିକା ଅନୁଯାୟୀ ପ୍ରଥମ ପର୍ଯ୍ୟାୟ ନାମଲେଖା ଅଗଷ୍ଟ ୧୯ ରୁ ୨୫ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ସେହିପରି ଅଗଷ୍ଟ ୨୭ ତାରିଖ ଯାଏଁ ପ୍ରଥମ ପର୍ଯ୍ୟାୟ ନାମଲେଖାର ସ୍ଲାଇଡ୍‍ ଅପ୍‍ ହେବାକୁ ଥିବାବେଳେ ସେପ୍ଟେମ୍ବର ୨ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ସେପ୍ଟେମ୍ବର ୫ରୁ ଆରମ୍ଭ ହେବ। ନାମଲେଖା ବାବଦରେ ଛାତ୍ରଛାତ୍ରୀ www.samsodisha.gov.in ମାଧ୍ୟମରେ ସମସ୍ତ ତଥ୍ୟ ପାଇ ପାରିବେ। ତେବେ +୨ ନାମ ଲେଖାପାଇଁ ୭ ଲକ୍ଷ ୭୮ ହଜାର ଛାତ୍ରଛାତ୍ରୀ ଆବେଦନ କରିଥିବାବେଳେ ୪ ଲକ୍ଷ ୭୪ ହଜାର ୨୭୭ ଜଣ ଫି’ ଦାଖଲ କରିଛନ୍ତି।

ଯୁକ୍ତ୨ ନାମଲେଖାଇବା ପାଇଁ ୪,୦୪,୪୦୦ ଛାତ୍ରଛାତ୍ରୀ ପ୍ରଥମ ପର୍ଯ୍ୟାୟ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି। କଳାରେ ୨,୪୯,୭୧୩ ଜଣ ଇଣ୍ଟିମେସନ ପାଇଥିବାବେଳେ ବିଜ୍ଞାନରେ ୧,୧୭,୬୫୩ ଜଣ ଇଣ୍ଟିମେସନ ପାଇଛନ୍ତି। ସେହିଭଳି ବାଣିଜ୍ୟରେ ୪୫,୩୩୨ ଜଣ ଇଣ୍ଟିମେସନ ପାଇଛନ୍ତି। ସଂସ୍କୃତ ରେ ୧୩,୨୬୮ ଓ ଧନ୍ଦାମୂଳକ ରେ ୧୦,୨୩୨ ଜଣଙ୍କୁ ଇଣ୍ଟିମେସନ ମିଳିଛି। ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ନାମଲେଖା। ସକାଳ ୯ଟାରୁ ସନ୍ଧ୍ୟା ୫ଟା ପର୍ୟ୍ୟନ୍ତ ନାମେଲଖା ଜାରି ରହିବ। ତେବେ ବନ୍ୟା ସ୍ଥିତିକୁ ଦେଖି ନାମଲେଖା ଅବଧି ବଢ଼ିପାରେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର