ଜୁଲାଇ ୨୪ରୁ ଆରମ୍ଭ ହେବ +୨ ପାଠପଢ଼ା : କାଲିଠୁ ପିଲା କରିବେ ଆବେଦନ, ଆସିଲା ବିଜ୍ଞପ୍ତି….

The Sakala Picture
Published On

ଭୁବନେଶ୍ବର : ଚଳିତ ଶିକ୍ଷାବର୍ଷ ପାଇଁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆସନ୍ତାକାଲିଠୁ ଅର୍ଥାତ ମେ ୨୪ରୁ ଆରମ୍ଭ ହେବ। ସାମ୍ସ ପୋର୍ଟାଲ ଜରିଆରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ଏନେଇ ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଧିବଦ୍ଧଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଯୁକ୍ତ ଦୁଇରେ ନାମଲେଖା ଲାଗି ଆବେଦନ ମେ ୨୪ରୁ ଆରମ୍ଭ ହୋଇ ଜୁନ୍ ୩୦ ତାରିଖରେ ଶେଷ ହେବ। ଜୁଲାଇ ୭ରେ ପ୍ରଥମ ମେରିଟ୍‌ ଲିଷ୍ଟ […]

ଭୁବନେଶ୍ବର : ଚଳିତ ଶିକ୍ଷାବର୍ଷ ପାଇଁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆସନ୍ତାକାଲିଠୁ ଅର୍ଥାତ ମେ ୨୪ରୁ ଆରମ୍ଭ ହେବ। ସାମ୍ସ ପୋର୍ଟାଲ ଜରିଆରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ଏନେଇ ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଧିବଦ୍ଧଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଖୋଲାଗଲା ଗଞ୍ଜାମର ଘୋଡ଼ାହାଡ଼ ଓ ବାଘଲଟି ଡ୍ୟାମ ଗେଟ୍

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା: ନଭେମ୍ବର ୨୧ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଏଥିରେ କୁହାଯାଇଛି ଯେ ଯୁକ୍ତ ଦୁଇରେ ନାମଲେଖା ଲାଗି ଆବେଦନ ମେ ୨୪ରୁ ଆରମ୍ଭ ହୋଇ ଜୁନ୍ ୩୦ ତାରିଖରେ ଶେଷ ହେବ। ଜୁଲାଇ ୭ରେ ପ୍ରଥମ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଏହାପରେ ଜୁଲାଇ ୮ରୁ ୧୪ ଯାଏଁ ଆଡମିଶନ୍ ହେବା ପରେ ଜୁଲାଇ ୨୪ରୁ ଯୁକ୍ତ ଦୁଇ ଛାତ୍ରଛାତ୍ରୀମାନଙ୍କର କ୍ଲାସ୍ ଆରମ୍ଭ ହେବ।

ଆହୁରି ପଢ଼ନ୍ତୁ: ଓୟୁଏଟିରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: କ୍ୟାମ୍ପସ୍‌ ସୁରକ୍ଷା ନେଇ ବିଜୁ ମହିଳା ଜନତା ଦଳର ଉଦ୍‌ବେଗ

ସୂଚନାଯୋଗ୍ୟ ଚଳିତ ବର୍ଷ ମାଟ୍ରିକରେ ୯୪.୯୩ ପ୍ରତିଶତ ରେଜଲ୍ଟ ହୋଇଛି। ପୁଅଙ୍କ ପାସ ହାର ୯୪ ପ୍ରତିଶତ ରହିଥିବା ବେଳେ ଝିିଅଙ୍କ ପାସ୍ ହାର ୯୬ ପ୍ରତିଶତ ରହିଛି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଥିଲେ ୫ ଲକ୍ଷ ୨ ହଜାର ୪୧୭ ଜଣ । ସେଥି ମଧ୍ୟରୁ ପାସ୍ କରିଛନ୍ତି ୪ ଲକ୍ଷ ୮୪ ହଜାର ୮୬୩ ଜଣ । ସେମାନଙ୍କ ମଧ୍ୟରୁ ୧୮୧୨ ଜଣ A1 ଗ୍ରେଡ ପାଇଥିବାବେଳେ, ୧୨ ହଜାର ୨୦୦ ଜଣ ଛାତ୍ରଛାତ୍ରୀ A2 ଗ୍ରେଡ ପାଇଛନ୍ତି । ସେହିପରି B1 ଗ୍ରେଡ ପାଇଛନ୍ତି ୩୮ ହଜାର ୮୩୧ ଜଣ ଛାତ୍ରଛାତ୍ରୀ। B2 ଗ୍ରେଡ ପାଇଛନ୍ତି ୮୪,୯୭୧ ଜଣ ଛାତ୍ରଛାତ୍ରୀ । C ଗ୍ରେଡ ପାଇଛନ୍ତି ୧ ଲକ୍ଷ ୩୩ ହଜାର ୮୮୨ ଜଣ ଛାତ୍ରଛାତ୍ରୀ। D ଗ୍ରେଡ ପାଇଛନ୍ତି ୧ ଲକ୍ଷ ୪୬ ହଜାର ୧୫୪ ଜଣ ଛାତ୍ରଛାତ୍ରୀ। E ଗ୍ରେଡ ପାଇଛନ୍ତି ୭୬,୦୧୩ ଜଣ ଛାତ୍ରଛାତ୍ରୀ। F ଗ୍ରେଡ ପାଇଛନ୍ତି ୭,୩୮୪ ଜଣ ଛାତ୍ରଛାତ୍ରୀ। ଚଳିତ ବର୍ଷ ଗଜପତି ଜିଲ୍ଲାରେ ସର୍ବାଧିକ ପାସହାର ୯୯.୩୫ ପ୍ରତିଶତ ରହିଥିବା ବେଳେ କୋରାପୁଟ ଜିଲ୍ଲାରେ ସର୍ବନିମ୍ନ ପାସ ହାର ୯୨.୮୩ ପ୍ରତିଶତ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର