ଦଳକୁ ଦୁର୍ବଳ କରିବାକୁ ଷଡ଼ଯନ୍ତ୍ର କରିଥିଲେ ସନାତନ ଓ ଅରବିନ୍ଦ: ବିଜେଡି

Madhusudan Das Picture
Published On

ଭୁବନେଶ୍ୱର: ଦଳକୁ ଦୁର୍ବଳ କରିବା ପାଇଁ ଷଡ଼ଯନ୍ତ୍ର ଓ ଦଳୀୟ କର୍ମୀଙ୍କ ସହ ବିଶ୍ୱାସଘାତକତା ନିମନ୍ତେ ଚମ୍ପୂଆ ବିଧାୟକ ସନାତନ ମହାକୁଡ଼ ଓ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଛି ବୋଲି କହିଛନ୍ତି ବିଜେଡି ସାଧାରଣ ସମ୍ପାଦକ ଅମରେଶ ପତ୍ରୀ।  ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଦ୍ୱାରା ସୁଯୋଗ ପାଇ ବିଧାୟକ ହେବା ପରଠାରୁ ପାଟକୁରାର ଦଳୀୟ କର୍ମୀଙ୍କୁ ଅଣଦେଖା କରି ନିଜସ୍ୱ ସଂଗଠନ ଜରିଆରେ ଅରବିନ୍ଦ କାର୍ଯ୍ୟ କରିଆସୁଥିଲେ। ନିର୍ବାଚନମଣ୍ଡଳୀର ଅରବିନ୍ଦ ପୁରୁଖା ଦଳୀୟ କର୍ମୀଙ୍କୁ ସଂପୂର୍ଣ୍ଣ ଅଣଦେଖା କରୁଥିବା ବେଳେ ସେଠାରେ ବାପା-ପୁଅଙ୍କ ଶାସନ ଚାଲିଥିଲା । ସେହିପରି ଚମ୍ପୂଆରେ ସନାତନ ମଧ୍ୟ ଦଳବିରୋଧୀ କାର୍ଯ୍ୟରେ ଲିପ୍ତ ଥିଲେ ଓ ସମାନ୍ତରାଳ ସଙ୍ଗଠନ ଚଳାଇଥିଲେ ବୋଲି ସାଂଘାତିକ ଅଭିଯୋଗ କରିଛନ୍ତି ବିଜେଡି ସାଧାରଣ ସମ୍ପାଦକ ତଥା ପାଟକୁରାର ଯୁବ ନେତା ଅମରେଶ ପତ୍ରୀ।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ପତ୍ରି କହିଛନ୍ତି ଯେ  ଅରବିନ୍ଦଙ୍କୁ ନବୀନ ପାଟକୁରାରେ ଦଳୀୟ ଟିକଟ ଦେଇଥିଲେ। ୨୫ ବର୍ଷ ଧରି ଯେଉଁ ଦଳୀୟ କର୍ମୀମାନେ ପାଟକୁରାରେ ବିଜେଡି ସଂଗଠନକୁ ସଶକ୍ତ କରି ରଖିଥିଲେ, ସେହି ପୁରୁଖା ନେତା ଓ କର୍ମୀଙ୍କୁ ଜାଣିଶୁଣି ଉପେକ୍ଷା କରି ନିଜର ଚାଟୁକାରମାନଙ୍କୁ ପଞ୍ଚାୟତ ଦାୟିତ୍ୱ ଦେଇ ସେମାନଙ୍କ ଜରିଆରେ ବିଧାୟକ ପାଣ୍ଠି ବିନିଯୋଗ କରୁଥିଲେ । ଗତ ସାଧାରଣ ନିର୍ବାଚନରେ ଟିକେଟ ପାଇଲା ପରେ ଦଳର ସାଂସଦ ପ୍ରାର୍ଥୀଙ୍କୁ ଅସହଯୋଗ ସହ  ବାପାଙ୍କ ଇସାରାରେ ସବୁ କାମ କରୁଥିଲେ ଅରବିନ୍ଦ ।  ଅତୀତରେ ସ୍ୱର୍ଗତ ବିଜୁ ବାବୁଙ୍କ ବିରୋଧରେ ଅରବିନ୍ଦ ମହାପାତ୍ରଙ୍କ ପିତା ଯେଭଳି ଷଡଯନ୍ତ୍ର କରିଥିଲେ, ଆଜି  ନବୀନ ପଟ୍ଟନାୟକଙ୍କ ବିରୋଧରେ ସେହିଭଳି ବିଶ୍ୱାସଘାତକତା ଯୋଜନାରେ ସେ ନିଜକୁ ସାମିଲ କରିଥିଲେ। କିଛି ମାସ ଧରି ଏହି ଷଡ଼ଯନ୍ତ୍ରର ସୁରାକ ବିଜେଡି ସଭାପତି ପାଇଥିଲେ ମଧ୍ୟ, ତ୍ରୁଟି ସୁଧାରିବା ପାଇଁ ଉଭୟ ସନାତନ ଓ ଅରବିନ୍ଦଙ୍କୁୁ ସୁଯୋଗ ଦେଇଥିଲେ; ମାତ୍ର ଉଭୟଙ୍କ ଆଭିମୁଖ୍ୟରେ କୌଣସି ପରିବର୍ତ୍ତନ ନ ହେବାରୁ ସେମାନଙ୍କୁ ଦଳରୁ ନିଲମ୍ବିତ କରାଯାଇଛି ବୋଲି ଶ୍ରୀ ପତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ନୟାଗଡ଼ର ରୁଖି ପାହାଡ଼ରେ ଫସିଗଲେ କଲେଜ ଛାତ୍ର, ୨ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ସୁରକ୍ଷିତ ଉଦ୍ଧାର

ସେହିପରି ବିଜେଡି ମୁଖପାତ୍ର ତୁମ୍ୱନାଥ ପଣ୍ଡା କହିଛନ୍ତି ଯେ ଗତ ତିନି ଦଶନ୍ଧି ମଧ୍ୟରେ ନବୀନ ପଟ୍ଟନାୟକ ଅନେକ ଯୁବ ପ୍ରତିଭାଙ୍କୁ ସମାଜସେବା ପାଇଁ ସୁଯୋଗ ଦେଇଛନ୍ତି, ରାଜନୀତିକୁ ଆଣିଛନ୍ତି । ସେହି କ୍ରମରେ ଅରବିନ୍ଦଙ୍କୁ ପାଟକୁରାରୁ ବିଧାନସଭାର ପ୍ରତିନିଧିତ୍ୱ କରିବାକୁ ସୁଯୋଗ ଦେଇଥିଲେ। ଏହି ସୁଯୋଗର ସଦବ୍ୟବହାର କରି ଲୋକଙ୍କ ସେବା କରିବା ପରିବର୍ତ୍ତେ ଏଭଳି ବିଶୃଙ୍ଖଳିତ ଆଚରଣ ପ୍ରଦର୍ଶନ କରିବା ଦୁର୍ଭାଗ୍ୟଜନକ। ଶୃଙ୍ଖଳିତ ଆଚରଣ ପାଇଁ ସାରା ଦେଶରେ ବିଜେଡି ଓ ନବୀନ ବାବୁଙ୍କ ନେତୃତ୍ୱ ବେଶ୍‌ ପରିଚିତ। ବିଜୁ ଜନତା ଦଳରେ ବିଶୃଙ୍ଖଳାର ସ୍ଥାନ ନାହିଁ ବୋଲି ଶ୍ରୀ ପଣ୍ଡା କହିଛନ୍ତି।

ଆହୁରି ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା: ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ, ଶୁକ୍ରବାର ଯାଏଁ ପ୍ରବଳ ବର୍ଷା ସମ୍ଭାବନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର