ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ବୀନ ପଟ୍ଟନାୟକଙ୍କ ଆଜି ନବୀନ ନିବାସ ଠାରେ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ପ୍ରକାଶିତ ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷକୁ ଲୋକାର୍ପଣ କରିଛନ୍ତି । ଏଥିସହିତ ସୌରା, କୁଇ, କୁଭି, ଗୋଣ୍ଡି ଓ ମୁଣ୍ଡା ଭାଷାର ପ୍ରାଥମିକ ଶ୍ରେଣୀ ନିମନ୍ତେ ୨୧ଟି ଅତିରିକ୍ତ ପାଠ୍ୟପୁସ୍ତକ ମଧ୍ୟ ଲୋକାର୍ପଣ କରିଛନ୍ତି । ଏହି ଅବସରରେ ଉପସ୍ଥିତ ଜନଜାତି ସଂପ୍ରଦାୟର ପ୍ରତିନିଧି ମାନଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଅଭିଧାନ ସାନ୍ତାଳୀ ଭାଷାକୁ ଆହୁରି ସମୃଦ୍ଧ କରିବ ଏବଂ […]

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ବୀନ ପଟ୍ଟନାୟକଙ୍କ ଆଜି ନବୀନ ନିବାସ ଠାରେ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ପ୍ରକାଶିତ ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷକୁ ଲୋକାର୍ପଣ କରିଛନ୍ତି । ଏଥିସହିତ ସୌରା, କୁଇ, କୁଭି, ଗୋଣ୍ଡି ଓ ମୁଣ୍ଡା ଭାଷାର ପ୍ରାଥମିକ ଶ୍ରେଣୀ ନିମନ୍ତେ ୨୧ଟି ଅତିରିକ୍ତ ପାଠ୍ୟପୁସ୍ତକ ମଧ୍ୟ ଲୋକାର୍ପଣ କରିଛନ୍ତି ।

ଆହୁରି ପଢ଼ନ୍ତୁ: ପୁଣି ପୁରୀ କୋର୍ଟକୁ ବୋମାରେ ଉଡାଇଦେବାକୁ ଧମକ, ଅଦାଲତ କାର୍ଯ୍ୟ ବାଧାପ୍ରାପ୍ତ

ଏହି ଅବସରରେ ଉପସ୍ଥିତ ଜନଜାତି ସଂପ୍ରଦାୟର ପ୍ରତିନିଧି ମାନଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଅଭିଧାନ ସାନ୍ତାଳୀ ଭାଷାକୁ ଆହୁରି ସମୃଦ୍ଧ କରିବ ଏବଂ ସାନ୍ତାଳୀ ଭାଷା ଶିକ୍ଷା କରିବା ପାଇଁ ଅନ୍ୟ ମାନଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିବ। ପ୍ରାଥମିକ ଶିକ୍ଷା ପାଇଁ ଅତିରିକ୍ତ ପାଠ୍ୟପୁସ୍ତକ ଛାତ୍ରଛାତ୍ରୀଙ୍କ ପାଇଁ ବିଶେଷ ଉପଯୋଗୀ ହେବ। ଏଥିପାଇଁ ନିଷ୍ଠାର ସହ କାମ କରିଥିବା ସନ୍ତାଳୀ ଭାଷାବିତ୍‌, ଗବେଷକ ଏବଂ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନକୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ।

ଆହୁରି ପଢ଼ନ୍ତୁ: ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ନାବାଳକ ଭାଇ ମୃତ

ସୂଚନାଯୋଗ୍ୟ ଯେ ବିଶିଷ୍ଟ ସାନ୍ତାଳୀ ଭାଷାବିତ୍‌ ଶ୍ରୀ ଚୈତନ୍ୟ ପ୍ରସାଦ ମାଝୀ ଏହି ଶଦ୍ଦକୋଷକୁ ପ୍ରସ୍ତୁତ କରିଛନ୍ତି ତାଙ୍କୁ ସାନ୍ତାଳୀ ଭାଷାର ଭାଷାବିତ୍ ମାନେ ସହଯୋଗ କରିଥିଲେ। ସାନ୍ତାଳୀ ଭାଷା ଆମ ସମ୍ବାଧାନର ଅଷ୍ଟମ ପରିଚ୍ଛେଦରେ ସ୍ଥାନିତ ହୋଇଛି । ସାନ୍ତାଳୀ ସହିତ ଅନ୍ୟ ଜନଜାତି ଭାଷାରେ ଶଦ୍ଦକୋଷ ପ୍ରକାଶନ ପାଇଁ ସରକାରୀ ସ୍ତରରେ ଉଦ୍ୟମ ଜାରି ରହିଛି । ବିଭାଗ ପକ୍ଷରୁ ଆଉ ୧୧ଟି ଜନଜାତି ଭାଷାରେ ପ୍ରାଥମିକ ଅତିରିକ୍ତ ପାଠ୍ୟପୁସ୍ତକ ପ୍ରସ୍ତୁତି ପାଇଁ କାର୍ଯ୍ୟ ଜାରି ରହିଛି । ଜନଜାତି ସାହିତ୍ୟ ଓ ସଂସ୍କୃତି ସଂପର୍କରେ ଆଗ୍ରହ ଓ ସଚେତନା ସୃଷ୍ଟି କରିବା ପାଇଁ ବିଭାଗ ପକ୍ଷରୁ ଏସବୁକୁ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ଅନ୍‌ ଲାଇନ୍‌ରେ ଉପଲବ୍‌ଧ ହେବ। ବିଭିନ୍ନ ଜନଜାତି ଭାଷାରେ ସାର୍ଟିଫିକେଟ କୋର୍ସ କରିବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ପ୍ରତି ଜିଲ୍ଲାରେ Language Lab କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ଏହାଦ୍ବାରା ଜନଜାତି ଭାଷା ସାହିତ୍ୟ ଓ ସଂସ୍କୃତି ଉପରେ ଅଧିକ ଗବେଷଣା କରିବା ପାଇଁ ସୁଯୋଗ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଆହୁରି ପଢ଼ନ୍ତୁ: କାଶୀପୁରରେ ଛତୁ ଚାଷ ଜରିଆରେ ଗ୍ରାମୀଣ ମହିଳାମାନଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ

ଏହି କାର୍ଯ୍ୟକ୍ରମରେ ୫ଟି ସଚିବ ଭି.କେ. ପାଣ୍ଡିଆନ ଉପସ୍ଥିତ ରହିଥିବା ବେଳେ  ଅନୁସୂଚିତ ଜନଜାତି, ଜାତି, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗଦେଇ ଜନଜାତି ଭାଷା, ସାହିତ୍ୟ ଓ ସଂସ୍କୃତି ପ୍ରଚାର ପାଇଁ ସରକାରଙ୍କ ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ। ବିଭାଗୀୟ କମିଶନର-ତଥା- ଶାସନ ସଚିବ ରୂପାରୋଷନ ସାହୁ ସ୍ବାଗତ ଭାଷଣ ଦେଇଥିବା ବେଳେ, ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ସାନ୍ତାଳୀ ଭାଷାବିତ୍ ଚୈତନ୍ୟ ପ୍ରସାଦ ମାଝୀ ଙ୍କ ସହ କୁଇ,କୂଭି, ଗୋଣ୍ଡି ଓ ମୁଣ୍ଡା ଜନଜାତି ପ୍ରତିନିଧି ମାନେ ଉପସ୍ଥିତ ଥିଲେ।

30 Sep 2023 By The Sakala

ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ବୀନ ପଟ୍ଟନାୟକଙ୍କ ଆଜି ନବୀନ ନିବାସ ଠାରେ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ପ୍ରକାଶିତ ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷକୁ ଲୋକାର୍ପଣ କରିଛନ୍ତି । ଏଥିସହିତ ସୌରା, କୁଇ, କୁଭି, ଗୋଣ୍ଡି ଓ ମୁଣ୍ଡା ଭାଷାର ପ୍ରାଥମିକ ଶ୍ରେଣୀ ନିମନ୍ତେ ୨୧ଟି ଅତିରିକ୍ତ ପାଠ୍ୟପୁସ୍ତକ ମଧ୍ୟ ଲୋକାର୍ପଣ କରିଛନ୍ତି ।

ଏହି ଅବସରରେ ଉପସ୍ଥିତ ଜନଜାତି ସଂପ୍ରଦାୟର ପ୍ରତିନିଧି ମାନଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଅଭିଧାନ ସାନ୍ତାଳୀ ଭାଷାକୁ ଆହୁରି ସମୃଦ୍ଧ କରିବ ଏବଂ ସାନ୍ତାଳୀ ଭାଷା ଶିକ୍ଷା କରିବା ପାଇଁ ଅନ୍ୟ ମାନଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିବ। ପ୍ରାଥମିକ ଶିକ୍ଷା ପାଇଁ ଅତିରିକ୍ତ ପାଠ୍ୟପୁସ୍ତକ ଛାତ୍ରଛାତ୍ରୀଙ୍କ ପାଇଁ ବିଶେଷ ଉପଯୋଗୀ ହେବ। ଏଥିପାଇଁ ନିଷ୍ଠାର ସହ କାମ କରିଥିବା ସନ୍ତାଳୀ ଭାଷାବିତ୍‌, ଗବେଷକ ଏବଂ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନକୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ।

ସୂଚନାଯୋଗ୍ୟ ଯେ ବିଶିଷ୍ଟ ସାନ୍ତାଳୀ ଭାଷାବିତ୍‌ ଶ୍ରୀ ଚୈତନ୍ୟ ପ୍ରସାଦ ମାଝୀ ଏହି ଶଦ୍ଦକୋଷକୁ ପ୍ରସ୍ତୁତ କରିଛନ୍ତି ତାଙ୍କୁ ସାନ୍ତାଳୀ ଭାଷାର ଭାଷାବିତ୍ ମାନେ ସହଯୋଗ କରିଥିଲେ। ସାନ୍ତାଳୀ ଭାଷା ଆମ ସମ୍ବାଧାନର ଅଷ୍ଟମ ପରିଚ୍ଛେଦରେ ସ୍ଥାନିତ ହୋଇଛି । ସାନ୍ତାଳୀ ସହିତ ଅନ୍ୟ ଜନଜାତି ଭାଷାରେ ଶଦ୍ଦକୋଷ ପ୍ରକାଶନ ପାଇଁ ସରକାରୀ ସ୍ତରରେ ଉଦ୍ୟମ ଜାରି ରହିଛି । ବିଭାଗ ପକ୍ଷରୁ ଆଉ ୧୧ଟି ଜନଜାତି ଭାଷାରେ ପ୍ରାଥମିକ ଅତିରିକ୍ତ ପାଠ୍ୟପୁସ୍ତକ ପ୍ରସ୍ତୁତି ପାଇଁ କାର୍ଯ୍ୟ ଜାରି ରହିଛି । ଜନଜାତି ସାହିତ୍ୟ ଓ ସଂସ୍କୃତି ସଂପର୍କରେ ଆଗ୍ରହ ଓ ସଚେତନା ସୃଷ୍ଟି କରିବା ପାଇଁ ବିଭାଗ ପକ୍ଷରୁ ଏସବୁକୁ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ଅନ୍‌ ଲାଇନ୍‌ରେ ଉପଲବ୍‌ଧ ହେବ। ବିଭିନ୍ନ ଜନଜାତି ଭାଷାରେ ସାର୍ଟିଫିକେଟ କୋର୍ସ କରିବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ପ୍ରତି ଜିଲ୍ଲାରେ Language Lab କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ଏହାଦ୍ବାରା ଜନଜାତି ଭାଷା ସାହିତ୍ୟ ଓ ସଂସ୍କୃତି ଉପରେ ଅଧିକ ଗବେଷଣା କରିବା ପାଇଁ ସୁଯୋଗ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ୫ଟି ସଚିବ ଭି.କେ. ପାଣ୍ଡିଆନ ଉପସ୍ଥିତ ରହିଥିବା ବେଳେ  ଅନୁସୂଚିତ ଜନଜାତି, ଜାତି, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗଦେଇ ଜନଜାତି ଭାଷା, ସାହିତ୍ୟ ଓ ସଂସ୍କୃତି ପ୍ରଚାର ପାଇଁ ସରକାରଙ୍କ ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ। ବିଭାଗୀୟ କମିଶନର-ତଥା- ଶାସନ ସଚିବ ରୂପାରୋଷନ ସାହୁ ସ୍ବାଗତ ଭାଷଣ ଦେଇଥିବା ବେଳେ, ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ସାନ୍ତାଳୀ ଭାଷାବିତ୍ ଚୈତନ୍ୟ ପ୍ରସାଦ ମାଝୀ ଙ୍କ ସହ କୁଇ,କୂଭି, ଗୋଣ୍ଡି ଓ ମୁଣ୍ଡା ଜନଜାତି ପ୍ରତିନିଧି ମାନେ ଉପସ୍ଥିତ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର