୩ୟ ପର୍ଯ୍ୟାୟରେ ଆଜି ୫ ଜିଲ୍ଲାର ୪୪୯ ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ରାଜ୍ୟର ଶିକ୍ଷାବ୍ୟବସ୍ଥାକୁ ଗୁଣାତ୍ମକ ତଥା ସ୍କୁଲଗୁଡ଼ିକୁ ସର୍ବାଙ୍ଗ ସୁନ୍ଦର କରିବା ପାଇଁ ମୁଖ୍ୟମନ୍ତ୍ରୀ ନେଇଛନ୍ତି ଦୃଢ଼ ଶପଥ। ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ହେଉଛି ଆମୂଳଚୂଳ ପରିବର୍ତ୍ତନ। ‘୫-ଟି’ ହାଇସ୍କୁଲ ରୂପାନ୍ତରଣ ଯୋଜନାରେ ବଦଳୁଛି ବିଦ୍ୟାଳୟର ଚେହେରା।  ଜାରି ରହିଛି ତୃତୀୟ ପଯ୍ୟାୟରେ ଫାଇଭ-ଟି ସ୍କୁଲ ରୂପାନ୍ତରଣର ଲୋକାର୍ପଣ । ଆଜି ୫ ଜିଲ୍ଲାର ୪୪୯ ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ବାଲେଶ୍ବରର ୨୩୩, ନୟାଗଡ଼ର ୬୪, ନୂଆପଡ଼ାର ୫୮, ରାୟଗଡ଼ାର ୪୬ ସୁନ୍ଦରଗଡ଼ […]

ଭୁବନେଶ୍ବର: ରାଜ୍ୟର ଶିକ୍ଷାବ୍ୟବସ୍ଥାକୁ ଗୁଣାତ୍ମକ ତଥା ସ୍କୁଲଗୁଡ଼ିକୁ ସର୍ବାଙ୍ଗ ସୁନ୍ଦର କରିବା ପାଇଁ ମୁଖ୍ୟମନ୍ତ୍ରୀ ନେଇଛନ୍ତି ଦୃଢ଼ ଶପଥ। ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ହେଉଛି ଆମୂଳଚୂଳ ପରିବର୍ତ୍ତନ। ‘୫-ଟି’ ହାଇସ୍କୁଲ ରୂପାନ୍ତରଣ ଯୋଜନାରେ ବଦଳୁଛି ବିଦ୍ୟାଳୟର ଚେହେରା।  ଜାରି ରହିଛି ତୃତୀୟ ପଯ୍ୟାୟରେ ଫାଇଭ-ଟି ସ୍କୁଲ ରୂପାନ୍ତରଣର ଲୋକାର୍ପଣ । ଆଜି ୫ ଜିଲ୍ଲାର ୪୪୯ ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ବାଲେଶ୍ବରର ୨୩୩, ନୟାଗଡ଼ର ୬୪, ନୂଆପଡ଼ାର ୫୮, ରାୟଗଡ଼ାର ୪୬ ସୁନ୍ଦରଗଡ଼ ଜିଲ୍ଲାରେ ନୂଆରୂପ ପାଇଥିବା ୪୯ଟି ହାଇସ୍କୁଲର ଲୋକାର୍ପଣ କରାଯିବା ।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

ଫାଇଭ-ଟି ଉପକ୍ରମରେ ଏହି ସ୍କୁଲ ଗୁଡ଼ିକୁ ରୂପାନ୍ତରିତ କରିଛନ୍ତି ରାଜ୍ୟ ସରକାର । କେବଳ ସ୍ବଚ୍ଛଳ ବର୍ଗର ଛାତ୍ରଛାତ୍ରୀମାନେ ଉନ୍ନତ ଶିକ୍ଷା ବ୍ୟବସ୍ଥାର ସୁବିଧା ପାଇପାରିବେ । ଏ ଧାରଣାକୁ ଦୂର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫାଇଭ-ଟି ସ୍କୁଲ ମାଧ୍ୟମରେ ପିଲାଙ୍କ ପାଇଁ ତିଆରି ହୋଇଛି ବିରାଟ ସୁଯୋଗ ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ସ୍ମାର୍ଟ କ୍ଲାସରୁମ ସାଙ୍ଗକୁ ଇ-ଲାଇବ୍ରେରୀ ଓ ଅତ୍ୟାଧୁନିକ ଭିତ୍ତିଭୂମିରେ ପାଠ ପଢୁଛନ୍ତି ଛାତ୍ରଛାତ୍ରୀ । ଗତ ଦୁଇଟି ପର୍ୟ୍ୟାୟରେ ରାଜ୍ୟରେ ୩ ହଜାର ୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଛି। ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬ ହଜାର ୧୩୨ଟି ସ୍କୁଲ ରୂପାନ୍ତରିତ ହେବ । ଆଉ ୬ ମାସ ମଧ୍ୟରେ ଚତୁର୍ଥ ପର୍ୟ୍ୟାୟରେ ରାଜ୍ୟର ସବୁ ସରକାରୀ ହାଇସ୍କୁଲ ରୂପାନ୍ତରିତ ହେବ।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

02 May 2023 By The Sakala

୩ୟ ପର୍ଯ୍ୟାୟରେ ଆଜି ୫ ଜିଲ୍ଲାର ୪୪୯ ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ଶିକ୍ଷାବ୍ୟବସ୍ଥାକୁ ଗୁଣାତ୍ମକ ତଥା ସ୍କୁଲଗୁଡ଼ିକୁ ସର୍ବାଙ୍ଗ ସୁନ୍ଦର କରିବା ପାଇଁ ମୁଖ୍ୟମନ୍ତ୍ରୀ ନେଇଛନ୍ତି ଦୃଢ଼ ଶପଥ। ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ହେଉଛି ଆମୂଳଚୂଳ ପରିବର୍ତ୍ତନ। ‘୫-ଟି’ ହାଇସ୍କୁଲ ରୂପାନ୍ତରଣ ଯୋଜନାରେ ବଦଳୁଛି ବିଦ୍ୟାଳୟର ଚେହେରା।  ଜାରି ରହିଛି ତୃତୀୟ ପଯ୍ୟାୟରେ ଫାଇଭ-ଟି ସ୍କୁଲ ରୂପାନ୍ତରଣର ଲୋକାର୍ପଣ । ଆଜି ୫ ଜିଲ୍ଲାର ୪୪୯ ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ବାଲେଶ୍ବରର ୨୩୩, ନୟାଗଡ଼ର ୬୪, ନୂଆପଡ଼ାର ୫୮, ରାୟଗଡ଼ାର ୪୬ ସୁନ୍ଦରଗଡ଼ ଜିଲ୍ଲାରେ ନୂଆରୂପ ପାଇଥିବା ୪୯ଟି ହାଇସ୍କୁଲର ଲୋକାର୍ପଣ କରାଯିବା ।

ଫାଇଭ-ଟି ଉପକ୍ରମରେ ଏହି ସ୍କୁଲ ଗୁଡ଼ିକୁ ରୂପାନ୍ତରିତ କରିଛନ୍ତି ରାଜ୍ୟ ସରକାର । କେବଳ ସ୍ବଚ୍ଛଳ ବର୍ଗର ଛାତ୍ରଛାତ୍ରୀମାନେ ଉନ୍ନତ ଶିକ୍ଷା ବ୍ୟବସ୍ଥାର ସୁବିଧା ପାଇପାରିବେ । ଏ ଧାରଣାକୁ ଦୂର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫାଇଭ-ଟି ସ୍କୁଲ ମାଧ୍ୟମରେ ପିଲାଙ୍କ ପାଇଁ ତିଆରି ହୋଇଛି ବିରାଟ ସୁଯୋଗ ।

ସ୍ମାର୍ଟ କ୍ଲାସରୁମ ସାଙ୍ଗକୁ ଇ-ଲାଇବ୍ରେରୀ ଓ ଅତ୍ୟାଧୁନିକ ଭିତ୍ତିଭୂମିରେ ପାଠ ପଢୁଛନ୍ତି ଛାତ୍ରଛାତ୍ରୀ । ଗତ ଦୁଇଟି ପର୍ୟ୍ୟାୟରେ ରାଜ୍ୟରେ ୩ ହଜାର ୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଛି। ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬ ହଜାର ୧୩୨ଟି ସ୍କୁଲ ରୂପାନ୍ତରିତ ହେବ । ଆଉ ୬ ମାସ ମଧ୍ୟରେ ଚତୁର୍ଥ ପର୍ୟ୍ୟାୟରେ ରାଜ୍ୟର ସବୁ ସରକାରୀ ହାଇସ୍କୁଲ ରୂପାନ୍ତରିତ ହେବ।

https://www.thesakala.in/latest-odisha-news/school-reforms-of-5-dist-under-5t-programme/article-21270
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର