ଜିଲ୍ଳାପାଳଙ୍କ ରିପୋର୍ଟ ଆଧାରରେ ନିଆଯିବ ସ୍କୁଲ ଛୁଟି ନିଷ୍ପତ୍ତି: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

Madhusudan Das Picture
Published On

ଭୁବନେଶ୍ୱର: ଖରାଛୁଟିକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ବଡ ସୂଚନା । ଜିଲ୍ଳାପାଳଙ୍କ ରିପୋର୍ଟ ଆଧାରରେ ନିଆଯିବ ସ୍କୁଲ ଛୁଟି ନିଷ୍ପତ୍ତି । ଯେଉଁ ଜିଲ୍ଲାରେ ଅସହ୍ୟ ଗରମ ସେହି ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ସ୍କୁଲ ଛୁଟି ନିଷ୍ପତ୍ତିନିଆଯିବ ବୋଲି କହିଛନ୍ତି ମନ୍ତ୍ରୀ । ଯେଉଁ ଜିଲ୍ଲାଗୁଡିକରେ ଅସହ୍ୟ ଗରମ ହେଉଛି, ସେହିସବୁ ଜିଲ୍ଲା ଗୁଡିକର ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ସ୍କୁଲ ଛୁଟି ହେବା ନେଇ ନିଷ୍ପତି ନିଆଯିବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ । 

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

ପ୍ରଥମେ ପିଲାମାନଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆଯିବ । ପଶ୍ଚିମ ଓଡିଶାରେ କିଛି ଜିଲ୍ଲାରେ ଅତ୍ୟଧିକ ଗରମ ନେଇ ସୂଚନା ରହିଛି । ତାହାକୁ ମଧ୍ୟ ବିଚାରକୁ ନେଇଛି ବିଭାଗ । ସେହି ଜିଲ୍ଲାଗୁଡିକର ଜିଲ୍ଲାପାଳମାନେ ରିପୋର୍ଟ ଦେଲେ ବିଭାଗ ନିଷ୍ପତି ନେବ । ଏସଆରସି ହିଟ ୱେଭକୁ ନେଇ ବୈଠକ ଡାକି ସମୀକ୍ଷା କରିବା ପରେ ହିଁ ଖରା ଛୁଟି ପାଇଁ ନିଷ୍ପତି ନିଆଯିବ । ତେଣୁ ଏସଆରସିଙ୍କ ମିଟିଂ ପରେ ହିଁ ସ୍କୁଲ ଛୁଟି ନିଷ୍ପତି ନିଆଯିବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର