ପ୍ରବଳ ବର୍ଷାରେ ସ୍ଥିତି ବେହାଲ: ରାଜ୍ୟର ୫ଟି ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା
ଭୁବନେଶ୍ୱର: ଲଗାଣ ବର୍ଷାରେ ଉବୁଟୁବୁ ରାଜ୍ୟର ଅଧିକାଂଶ ଜିଲ୍ଲା । ଚାରିଆଡେ ପାଣି ଆଉ ପାଣି । ବର୍ଷା ଯୋଗୁଁ ଅସ୍ତବ୍ୟସ୍ତ ଜନଜୀବନ । ପ୍ରବଳ ବର୍ଷା ପାଇଁ ରାଜ୍ୟର ୫ଟି ଜିଲ୍ଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ବର୍ଷା ଓ ପରିସ୍ଥିତିକୁ ଦୃଷ୍ଟିରେ ରଖି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ସମ୍ବଲପୁର ଏବଂ କେନ୍ଦୁଝର ଜିଲ୍ଲାର ପ୍ରଶାସନ ପକ୍ଷରୁ ସମସ୍ତ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି।
ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଏହି ୫ଟି ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ସ୍କୁଲ (ପ୍ରାଥମିକରୁ ଉଚ୍ଚ ମାଧ୍ୟମିକ) ଏବଂ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରକୁ ଆଜି ଗୋଟିଏ ଦିନ ପାଇଁ ବନ୍ଦ କରାଯାଇଛି। ଲଘୁଚାପ ଜନିତ ପ୍ରବଳରୁ ଅତି ପ୍ରବଳ ବର୍ଷା ଚେତାବନୀ ପରେ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଏହି ପଦକ୍ଷେପ ନିଆଯାଇଛି ଏବଂ ଆଜି ପାଇଁ କ୍ଲାସ୍ ସମ୍ପୂର୍ଣ୍ଣ ଭାବେ ବାତିଲ୍ କରାଯାଇଛି।
ମୟୂରଭଞ୍ଜ ସମେତ ଅନ୍ୟ ଜିଲ୍ଲାଗୁଡ଼ିକର ଶିକ୍ଷା ଅଧିକାରୀଙ୍କ ଦ୍ୱାରା ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ, ଆଜି କେବଳ ଛାତ୍ରଛାତ୍ରୀଙ୍କ ପାଇଁ ଛୁଟି ଘୋଷଣା କରାଯାଇଛି। ତେବେ ସମସ୍ତ ପ୍ରଧାନ ଶିକ୍ଷକ, ଅଧ୍ୟକ୍ଷ ଏବଂ ଶିକ୍ଷକ-ଶିକ୍ଷୟିତ୍ରୀମାନେ ନିଜ ନିଜ ବିଦ୍ୟାଳୟକୁ ନିୟମିତ ଭାବେ ଆସିବାକୁ କୁହାଯାଇଛି।