ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି : ଭୁବନେଶ୍ୱରରେ ହେବ ସାଇନ୍ସ ସିଟି, ୩୦ଟି ଜିଲ୍ଲାରେ ହେବ ପବ୍ଲିକ ସାଇନ୍ସ ପାର୍କ

The Sakala Picture
Published On

ଭୁବନେଶ୍ବର :  ଭୁବନେଶ୍ୱରରେ ହେବ ସାଇନ୍ସ ସିଟି । ଶିଶୁ ଓ ଯୁବପୀଢିଙ୍କ ମଧ୍ୟରେ ବିଜ୍ଞାନକୁ ଲୋକପ୍ରିୟ କରିବା ପାଇଁ ସରକାର ଏହିଭଳି ଏକ ବଡ ନିସ୍ପତ୍ତି ନେଇଛନ୍ତି । କଲିକତାରେ ଥିବା ସାଇନ୍ସ ସିଟି ଭଳି ଏହା ପ୍ରତିଷ୍ଠା କରାଯିବ । ଏଥିପାଇଁ ରାଜ୍ୟ ସରକାର ୩୦ଏକର ଜମି ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏହାକୁ ଅନୁମୋଦନ କରିଛନ୍ତି । ଭୁବନେଶ୍ୱରରେ ସାଇନ୍ସ ସିଟି ଖୋଲିଲେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଜ୍ଞାନ ଜ୍ଞାନ […]

ଭୁବନେଶ୍ବର :  ଭୁବନେଶ୍ୱରରେ ହେବ ସାଇନ୍ସ ସିଟି । ଶିଶୁ ଓ ଯୁବପୀଢିଙ୍କ ମଧ୍ୟରେ ବିଜ୍ଞାନକୁ ଲୋକପ୍ରିୟ କରିବା ପାଇଁ ସରକାର ଏହିଭଳି ଏକ ବଡ ନିସ୍ପତ୍ତି ନେଇଛନ୍ତି । କଲିକତାରେ ଥିବା ସାଇନ୍ସ ସିଟି ଭଳି ଏହା ପ୍ରତିଷ୍ଠା କରାଯିବ । ଏଥିପାଇଁ ରାଜ୍ୟ ସରକାର ୩୦ଏକର ଜମି ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏହାକୁ ଅନୁମୋଦନ କରିଛନ୍ତି । ଭୁବନେଶ୍ୱରରେ ସାଇନ୍ସ ସିଟି ଖୋଲିଲେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଜ୍ଞାନ ଜ୍ଞାନ ଆହୁରି ବୃଦ୍ଧି ପାଇବ । କେବଳ ଏତିକି ନୁହେଁ ଏହା ଦ୍ୱାରା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ବୈଜ୍ଞାନିକ ତଥ୍ୟ ଓ ତ୍ରୁଟିକୁ ସୁଧାରିବାରେ ସାଇନ୍ସ ସିଟି ସହାୟକ ହୋଇପାରିବ । ଏନେଇ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ପଣ୍ଡା ବିଧାନସଭାରେ କହିଛନ୍ତି।

ଆହୁରି ପଢ଼ନ୍ତୁ: ଏମ୍‌ଏମ୍‌ଡିଆର ପ୍ରସଙ୍ଗରେ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି; ପ୍ରତ୍ୟାହାର ହେଉ ରାଜ୍ୟ ସ୍ୱାର୍ଥ ବିରୋଧୀ ଆଇନ

ବିଧାନସଭାରେ ଭଦ୍ରକ ବିଧାୟକଙ୍କ ପ୍ରଶ୍ନର ଉତ୍ତର ଦେଇ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ପଣ୍ଡା କହିଛନ୍ତି କଲିକତାରେ ଥିବା ସାଇନ୍ସ ସିଟି ଭଳି ଭୁବନେଶ୍ୱରରେ ସାଇନ୍ସ ସିଟି ପ୍ରତିଷ୍ଠା ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏହାକୁ ଅନୁମୋଦନ କରିଛନ୍ତି। ଭୁବନେଶ୍ୱରରେ ସାଇନ୍ସ ସିଟି ଖୋଲିଲେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଜ୍ଞାନ ଜ୍ଞାନ ଆହୁରି ବୃଦ୍ଧି ପାଇବ। କେବଳ ଏତିକି ନୁହେଁ ଏହାଦ୍ୱାରା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ବୈଜ୍ଞାନିକ ତଥ୍ୟ ଓ ତ୍ରୁଟିକୁ ସୁଧାରିବାରେ ସାଇନ୍ସ ସିଟି ସହାୟକ ହୋଇପାରିବ। ୩୦ଟି ଜିଲ୍ଲାରେ ପବ୍ଲିକ ସାଇନ୍ସ ପାର୍କ ହେବାସହ ପ୍ଲାନେଟରୀୟମ କରାଯିବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ହୃଦୟଛୁଆଁ କାହାଣୀ: ପରସ୍ପରକୁ ଜାବୁଡି ଧରି ବଞ୍ଚିଛନ୍ତି ୫ ଛୁଆ ଓରାଙ୍ଗଉଟାନ୍‌; ମା' ନାହିଁ, ହେଲେ ମା' ପରି ଅଛନ୍ତି ପରସ୍ପର

ଅନ୍ୟପଟେ ପୁରୀ ଠାରେ ଜିଲ୍ଲା ବିଜ୍ଞାନ ଓ ପ୍ଲାନେଟୋରିୟମ୍ କେନ୍ଦ୍ର ପ୍ରତିଷ୍ଠା ହେବ । ସେଠାରେ ଜଗନ୍ନାଥ ସଂସ୍କୃତିର ସମସ୍ତ ତଥ୍ୟ ସ୍ଥାନ ପାଇବ । ସାତକୋଶିଆ ଅଂଚଳରେ ଜାତୀୟ ସ୍ତରର ଆଞ୍ଚଳିକ ସାତକୋଶିଆ ବାୟସ୍ପିୟାର ମ୍ୟୁଜିୟମ ହେବ ବୋଲି ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ପଣ୍ଡା ବିଧାନସଭାରେ ଉତ୍ତର ରଖି କହିଛନ୍ତି ।

ଆହୁରି ପଢ଼ନ୍ତୁ: ନୂଆଁଖାଇ ପାଇଁ ପଶ୍ଚିମ ଓଡ଼ିଶାରେ ଚାଲିଛି ଜୋରଦାର ପ୍ରସ୍ତୁତି, ମା’ଙ୍କ ପାଖରେ ଲାଗିହେବ ନବାନ୍ନ

ମିଳିଥିବା ସୂଚନା ଅନୁଯାୟୀ, ରାଜଧାନୀ ଉପକଣ୍ଠରେ ଏକ ସାଇନ୍ସ ସିଟି ନିର୍ମାଣ ପାଇଁ ବିଜ୍ଞାନ ଓ କାରିଗରୀ ବିଭାଗ ପ୍ରସ୍ତୁତ କରିଥିବା ଯୋଜନାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିବା ସହ ଏନେଇ ତୁରନ୍ତ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିବାକୁ କହିଛନ୍ତି। ଏହି ସମୟ ମଧ୍ୟରେ ବିଜ୍ଞାନ ଓ କାରିଗରୀ ବିଭାଗ ଇଡ୍‌କୋ ସହାୟତାରେ ଜମି ଚିହ୍ନଟ କରିବାକୁ କୁହାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର