ଆସନ୍ତାକାଲିଠୁ +୩ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ, ୨୨ରେ ପ୍ରକାଶ ପାଇବ ଆଲଟମେଣ୍ଟ ତାଲିକା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଡିଗ୍ରି କଲେଜ ଓ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆସନ୍ତା ୪ ତାରିଖରୁ ଆରମ୍ଭ ହେବ। ସେପ୍ଟେମ୍ବର ୪ରୁ ୧୩ ତାରିଖ ମଧ୍ୟରେ ଛାତ୍ରଛାତ୍ରୀ ଆବେଦନ କରିବାକୁ ଥିବାବେଳେ ୨୨ ତାରିଖ ମଧ୍ୟାହ୍ନ ୧୨ଟାରେ ସିଟ୍‌‌ ଆଲଟମେଣ୍ଟ ତାଲିକା ପ୍ରକାଶ ପାଇବ। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନାମଲେଖା ନେଇ ସବିଶେଷ ମାର୍ଗଦର୍ଶିକା ପ୍ରକାଶ ପାଇଛି। ପ୍ରଥମ ପର୍ଯ୍ୟାୟରେ ନାମଲେଖାଇଥିବା ଛାତ୍ରଛାତ୍ରୀଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ଆବେଦନ ପାଇଁ ସୁଯୋଗ […]

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଡିଗ୍ରି କଲେଜ ଓ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆସନ୍ତା ୪ ତାରିଖରୁ ଆରମ୍ଭ ହେବ। ସେପ୍ଟେମ୍ବର ୪ରୁ ୧୩ ତାରିଖ ମଧ୍ୟରେ ଛାତ୍ରଛାତ୍ରୀ ଆବେଦନ କରିବାକୁ ଥିବାବେଳେ ୨୨ ତାରିଖ ମଧ୍ୟାହ୍ନ ୧୨ଟାରେ ସିଟ୍‌‌ ଆଲଟମେଣ୍ଟ ତାଲିକା ପ୍ରକାଶ ପାଇବ। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନାମଲେଖା ନେଇ ସବିଶେଷ ମାର୍ଗଦର୍ଶିକା ପ୍ରକାଶ ପାଇଛି। ପ୍ରଥମ ପର୍ଯ୍ୟାୟରେ ନାମଲେଖାଇଥିବା ଛାତ୍ରଛାତ୍ରୀଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ଆବେଦନ ପାଇଁ ସୁଯୋଗ ମିଳିବନି। ପ୍ରଥମ ପର୍ଯ୍ୟାୟରେ ବିଭିନ୍ନ ସମସ୍ୟା ଯୋଗୁଁ ନାମଲେଖାଇ ପାରି ନ ଥିବା ଓ ଆଦୌ ଆବେଦନ କରି ନ ଥିବା ପିଲାମାନଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ନାମଲେଖା ପାଇଁ ସୁଯୋଗ ଦିଆଯାଇଛି। ତେବେ ପ୍ରଥମ ପର୍ଯ୍ୟାୟରେ ନାମଲେଖା ପାଇଁ ଆବେଦନ କରିଥିବା ଛାତ୍ରଛାତ୍ରୀଙ୍କୁ ଯଦି ସିଟ୍‌‌ ମିଳି ନଥାଏ କିମ୍ବା କୌଣସି କାରଣ ପାଇଁ ନାମ ଲେଖାଇ ପାରି ନ ଥିବେ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ବେଳେ ତାଙ୍କୁ ଆବେଦନ ଶୁଳ୍କ ଦେବାକୁ ପଡ଼ିବନାହିଁ।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

କେବଳ ନୂଆ ଆବେଦନ କରୁଥିବା ଛାତ୍ରଛାତ୍ରୀ ଶୁଳ୍କ ଦାଖଲ କରିବେ। ଅପରପକ୍ଷେ ସେପ୍ଟେମ୍ବର ୨୨ରେ ସିଟ୍‌‌ ଆଲଟମେଣ୍ଟ ତାଲିକା ପ୍ରକାଶ ପାଇବ। ୨୫ ତାରିଖ ସୁଦ୍ଧା ଛାତ୍ରଛାତ୍ରୀ ନାମଲେଖା ଫି’ ଦାଖଲ କରିବାକୁ ଥିବାବେଳେ ୨୩ରୁ ୨୬ ତାରିଖ ମଧ୍ୟରେ ପିଲାମାନେ କଲେଜସ୍ତରରେ ରିପୋର୍ଟିଂ କରିବେ। ସାମ୍ସ ପୋର୍ଟାଲରେ ପିଲାଙ୍କ ନାମଲେଖା ତଥ୍ୟ ୨୬ ତାରିଖ ସନ୍ଧ୍ୟାରେ ଅଧୁନାତନ(ଅପଡେଟ୍‌‌) ହେବାକୁ ଥିବାବେଳେ ଅକ୍ଟୋବର ୩ ତାରିଖରେ ୱେଟିଂ ତାଲିକା ପ୍ରକାଶ ପାଇବ। ୬ ତାରିଖରେ ଚୟନ ହୋଇଥିବା ଛାତ୍ରଛାତ୍ରୀ ନାମ ଲେଖାଇବାକୁ ଥିବାବେଳେ ୭ ତାରିଖରେ ସମସ୍ତ ତଥ୍ୟ ସାମ୍ସ ପୋର୍ଟାଲରେ ଅପଲୋଡ୍‌‌ ହେବ।

ଆହୁରି ପଢ଼ନ୍ତୁ: ସ୍ତ୍ରୀ ମୃତ୍ୟୁର ଦିନକ ପରେ ସାପ କାମୁଡ଼ାରେ ଚାଲିଗଲା ସ୍ୱାମୀଙ୍କ ଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର