ଭୁବନେଶ୍ବର: ମେ’ ୨୦ରେ ଓଡ଼ିଶାରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଭୋଟ। ଏଥିପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ସଂସଦୀୟ ଆସନ ଓ ଏହି ସଂସଦୀୟ କ୍ଷେତ୍ରରେ ଥିବା ସମସ୍ତ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯିବ।
[wp-embedder-pack width=”100%” height=”400px” download=”all” download-text=”” attachment_id=”121684″ /]
ବରଗଡ଼ର ପଦ୍ମପୁରରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏ ଭୋଟ ଗ୍ରହଣ ହେବ। ସେହିପରି ବରଗଡ଼ ଲୋକସଭା ଅନ୍ତର୍ଗତ ଅନ୍ୟ ୬ ବିଧାନସଭା କ୍ଷେତ୍ର ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର ଓ ଝାରସୁଗୁଡ଼ାରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ଭୋଟ ଗ୍ରହଣ ହେବ। ସୁନ୍ଦରଗଡ଼ ଲୋକସଭା କ୍ଷେତ୍ରର ବଣାଇରେ ସକାଳ ୭ଟାରୁ ୪ଟା ଯାଏଁ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ଅନ୍ୟ ସମସ୍ତ ୬ ବିଧାନସଭା କ୍ଷେତ୍ର ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲି, ରାଉରକେଲା, ରାଜଗାଙ୍ଗପୁରରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ଭୋଟ ଗ୍ରହଣ ହେବ।