ସୁପର ସଣ୍ଡେରେ ଆଜି ବାରବାଟୀ ମହାଲଢେଇ: ଦ୍ୱିତୀୟ ଟି-ଟ୍ୱେଣ୍ଟିରେ ମୁହାମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା

The Sakala Picture
Published On

କଟକ: ସୁପର ସଣ୍ଡେରେ ଆଜି ବାରବାଟୀ ଷ୍ଟାଡିୟମରେ ହେବ ସୁପର ଫାଇଟ୍ । ଦ୍ୱିତୀୟ ଟି-ଟ୍ୱେଣ୍ଟିରେ ଆଜି ମୁହାମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା । ଅଢେଇ ବର୍ଷ ପରେ ଆଜି ବାରବାଟୀରେ ଟି-୨୦ ମ୍ୟାଚ ଖେଳାଯିବ । ପ୍ରତୀକ୍ଷାର ସମୟ ଯେତିକି ସରି ସରି ଆସୁଛି, କ୍ରିକେଟ୍‌ପ୍ରେମୀଙ୍କ ମହଲରେ ଉତ୍କଣ୍ଠା ସେତିକି ବଢ଼ି ବଢ଼ି ଚାଲିଛି । ରୋମାଞ୍ଚକର ମ୍ୟାଚ ଅପେକ୍ଷାରେ କ୍ରିକେଟପ୍ରେମୀ । ପ୍ରଥମ ମ୍ୟାଚ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରହିଛି ଟିମ୍ ଇଣ୍ଡିଆ […]

କଟକ: ସୁପର ସଣ୍ଡେରେ ଆଜି ବାରବାଟୀ ଷ୍ଟାଡିୟମରେ ହେବ ସୁପର ଫାଇଟ୍ । ଦ୍ୱିତୀୟ ଟି-ଟ୍ୱେଣ୍ଟିରେ ଆଜି ମୁହାମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା । ଅଢେଇ ବର୍ଷ ପରେ ଆଜି ବାରବାଟୀରେ ଟି-୨୦ ମ୍ୟାଚ ଖେଳାଯିବ । ପ୍ରତୀକ୍ଷାର ସମୟ ଯେତିକି ସରି ସରି ଆସୁଛି, କ୍ରିକେଟ୍‌ପ୍ରେମୀଙ୍କ ମହଲରେ ଉତ୍କଣ୍ଠା ସେତିକି ବଢ଼ି ବଢ଼ି ଚାଲିଛି । ରୋମାଞ୍ଚକର ମ୍ୟାଚ ଅପେକ୍ଷାରେ କ୍ରିକେଟପ୍ରେମୀ । ପ୍ରଥମ ମ୍ୟାଚ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରହିଛି ଟିମ୍ ଇଣ୍ଡିଆ । ଗତକାଲି ଉଭୟ ଦଳର ଖେଳାଳି ବାରବାଟୀ ଷ୍ଟାଡିୟମରେ ଅଭ୍ୟାସ କରିଛନ୍ତି । ବାରବାଟୀ ‘ପିଚ୍’କୁ ପରଖିବା ସହ ଜୋରଦାର ଅଭ୍ୟାସ କରି ଝାଳ ବୁହାଇଛନ୍ତି ଦୁଇ ଦେଶର ଖେଳାଳି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

ଟି-୨୦ ସିରିଜର ପ୍ରଥମ ମ୍ୟାଚ ଜିତି ଥିବାରୁ ଦକ୍ଷିଣ ଆଫ୍ରିକା ଟିମର ମନୋବଳ ଦୃଢ଼ ରହିଛି । ଆଜି ଦ୍ୱିତୀୟ ମ୍ୟାଚରେ କିପରି ଟିମ୍ ଇଣ୍ଡିଆକୁ ମାତ୍ ଦେବେ, ଏ ନେଇ ରଣନୀତି ପ୍ରସ୍ତୁତ କରିଛି ଦଳ । ସେହିପରି ଆଜିର ମ୍ୟାଚରେ ଭାରତ ପ୍ରତ୍ୟାବର୍ତ୍ତନ କରିବ ବୋଲି କହିଛନ୍ତି ଟିମ୍ ଇଣ୍ଡିଆ ପେସର ଭୁବନେଶ୍ୱର କୁମାର । ମ୍ୟାଚରେ ଟସ୍ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିବ ବୋଲି ଅଭ୍ୟାସ ପରେ ଦକ୍ଷିଣ ଆଫ୍ରିକା ଖେଳାଳି ଓ୍ବେନ ପାର୍ନେଲ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

ସାତ ବର୍ଷ ତଳେ ଭାରତ ଏହି ପିଚରେ ଦକ୍ଷିଣ ଆଫ୍ରିକା ବିରୋଧରେ ପରାଜୟ ହୋଇଥିଲା । ଆଉ ଆଜି ସମାନ ପିଚରେ ଭାରତ ଦକ୍ଷିଣ ଆଫ୍ରିକା ପାଖରୁ ଆଜି ପ୍ରତିଶୋଧ ନେବ ବୋଲି ଭାରତୀୟ କ୍ରୀଡାପ୍ରେମୀ ଆଶା ରଖିଛନ୍ତି । ମ୍ୟାଚ ପାଇଁ ଦିନ ୩ଟାରୁ ଷ୍ଟାଡିୟମରେ ପ୍ରବେଶ କରିପାରିବେ ଦର୍ଶକ । ପ୍ରଥମ ମ୍ୟାଚ ଦିଲ୍ଲୀରେ ଖେଳାଯାଇଥିଲା । ଆଉ ଭାରତୀୟ ଟିମ୍ ପରାଜୟ ବରଣ କରିଥିଲା । ଆଜି ଦ୍ୱିତୀୟ ମ୍ୟାଚ ବାରବାଟୀରେ ଖେଳାଯିବ । ଏହି ପିଚରେ ଦୁଇ ଦଳ ମଧ୍ୟରେ ଗୋଟିଏ ଭଲ ମ୍ୟାଚ ଖେଳାଯିବ ବୋଲି ସମସ୍ତ କ୍ରୀଡାପ୍ରେମୀ ଆଶା ରଖିଛନ୍ତି ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

12 Jun 2022 By The Sakala

ସୁପର ସଣ୍ଡେରେ ଆଜି ବାରବାଟୀ ମହାଲଢେଇ: ଦ୍ୱିତୀୟ ଟି-ଟ୍ୱେଣ୍ଟିରେ ମୁହାମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା

କଟକ: ସୁପର ସଣ୍ଡେରେ ଆଜି ବାରବାଟୀ ଷ୍ଟାଡିୟମରେ ହେବ ସୁପର ଫାଇଟ୍ । ଦ୍ୱିତୀୟ ଟି-ଟ୍ୱେଣ୍ଟିରେ ଆଜି ମୁହାମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା । ଅଢେଇ ବର୍ଷ ପରେ ଆଜି ବାରବାଟୀରେ ଟି-୨୦ ମ୍ୟାଚ ଖେଳାଯିବ । ପ୍ରତୀକ୍ଷାର ସମୟ ଯେତିକି ସରି ସରି ଆସୁଛି, କ୍ରିକେଟ୍‌ପ୍ରେମୀଙ୍କ ମହଲରେ ଉତ୍କଣ୍ଠା ସେତିକି ବଢ଼ି ବଢ଼ି ଚାଲିଛି । ରୋମାଞ୍ଚକର ମ୍ୟାଚ ଅପେକ୍ଷାରେ କ୍ରିକେଟପ୍ରେମୀ । ପ୍ରଥମ ମ୍ୟାଚ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରହିଛି ଟିମ୍ ଇଣ୍ଡିଆ । ଗତକାଲି ଉଭୟ ଦଳର ଖେଳାଳି ବାରବାଟୀ ଷ୍ଟାଡିୟମରେ ଅଭ୍ୟାସ କରିଛନ୍ତି । ବାରବାଟୀ ‘ପିଚ୍’କୁ ପରଖିବା ସହ ଜୋରଦାର ଅଭ୍ୟାସ କରି ଝାଳ ବୁହାଇଛନ୍ତି ଦୁଇ ଦେଶର ଖେଳାଳି ।

ଟି-୨୦ ସିରିଜର ପ୍ରଥମ ମ୍ୟାଚ ଜିତି ଥିବାରୁ ଦକ୍ଷିଣ ଆଫ୍ରିକା ଟିମର ମନୋବଳ ଦୃଢ଼ ରହିଛି । ଆଜି ଦ୍ୱିତୀୟ ମ୍ୟାଚରେ କିପରି ଟିମ୍ ଇଣ୍ଡିଆକୁ ମାତ୍ ଦେବେ, ଏ ନେଇ ରଣନୀତି ପ୍ରସ୍ତୁତ କରିଛି ଦଳ । ସେହିପରି ଆଜିର ମ୍ୟାଚରେ ଭାରତ ପ୍ରତ୍ୟାବର୍ତ୍ତନ କରିବ ବୋଲି କହିଛନ୍ତି ଟିମ୍ ଇଣ୍ଡିଆ ପେସର ଭୁବନେଶ୍ୱର କୁମାର । ମ୍ୟାଚରେ ଟସ୍ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିବ ବୋଲି ଅଭ୍ୟାସ ପରେ ଦକ୍ଷିଣ ଆଫ୍ରିକା ଖେଳାଳି ଓ୍ବେନ ପାର୍ନେଲ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ।

ସାତ ବର୍ଷ ତଳେ ଭାରତ ଏହି ପିଚରେ ଦକ୍ଷିଣ ଆଫ୍ରିକା ବିରୋଧରେ ପରାଜୟ ହୋଇଥିଲା । ଆଉ ଆଜି ସମାନ ପିଚରେ ଭାରତ ଦକ୍ଷିଣ ଆଫ୍ରିକା ପାଖରୁ ଆଜି ପ୍ରତିଶୋଧ ନେବ ବୋଲି ଭାରତୀୟ କ୍ରୀଡାପ୍ରେମୀ ଆଶା ରଖିଛନ୍ତି । ମ୍ୟାଚ ପାଇଁ ଦିନ ୩ଟାରୁ ଷ୍ଟାଡିୟମରେ ପ୍ରବେଶ କରିପାରିବେ ଦର୍ଶକ । ପ୍ରଥମ ମ୍ୟାଚ ଦିଲ୍ଲୀରେ ଖେଳାଯାଇଥିଲା । ଆଉ ଭାରତୀୟ ଟିମ୍ ପରାଜୟ ବରଣ କରିଥିଲା । ଆଜି ଦ୍ୱିତୀୟ ମ୍ୟାଚ ବାରବାଟୀରେ ଖେଳାଯିବ । ଏହି ପିଚରେ ଦୁଇ ଦଳ ମଧ୍ୟରେ ଗୋଟିଏ ଭଲ ମ୍ୟାଚ ଖେଳାଯିବ ବୋଲି ସମସ୍ତ କ୍ରୀଡାପ୍ରେମୀ ଆଶା ରଖିଛନ୍ତି ।

https://www.thesakala.in/latest-odisha-news/second-t20-will-be-played-between-ind-vs-sa-in-barabati-stadium-today/article-12366
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର