ଅଣସର ଘରେ ଚାଲିଛି ଦାରୁବିଗ୍ରହଙ୍କ ଗୁପ୍ତ ସେବା, ଆଜି ଲାଗି ହେବେ ଦଶମୂଳ ମୋଦକ…

The Sakala Picture
Published On

ପୁରୀ: ଅଣସର ଘରେ ଚାଲିଛି ଦାରୁବିଗ୍ରହଙ୍କ ଗୁପ୍ତ ସେବା। ଦଇତାପତିମାନେ ଠାକୁରଙ୍କ ସେବା କରୁଛନ୍ତି। ଶନିବାର ଏକାଦଶୀରେ ମହାପ୍ରଭୁ ଲାଗି ହେବେ ଦଶମୂଳ। ଜ୍ୱରରେ ପୀଡ଼ିତ ଦାରୁବିଗ୍ରହମାନେ ଏହି ଦଶମୂଳ ମୋଦକ ଲାଗି ହେଲେ ସୁସ୍ଥ ହୋଇଥା’ନ୍ତି। ତେଣୁ ଶ୍ରୀମନ୍ଦିରର ବୈଦ୍ୟ ସେବକମାନେ ମହାପ୍ରଭୁଙ୍କ ପାଇଁ ଦଶମୂଳ ମୋଦକ ପ୍ରସ୍ତୁତ କରି ଶୁକ୍ରବାର ମନ୍ଦିର ଗାରଦରେ ଦାଖଲ କରିଛନ୍ତି। ଆୟୁର୍ବେଦିକ ପଦ୍ଧତି ଓ ଶାସ୍ତ୍ର ଅନୁସାରେ ମହାପ୍ରଭୁଙ୍କ ନିମନ୍ତେ ଦଶମୂଳ ମୋଦକ ପ୍ରସ୍ତୁତ ହୋଇଥାଏ। ବୈଦ୍ୟ ସେବକଙ୍କ […]

ପୁରୀ: ଅଣସର ଘରେ ଚାଲିଛି ଦାରୁବିଗ୍ରହଙ୍କ ଗୁପ୍ତ ସେବା। ଦଇତାପତିମାନେ ଠାକୁରଙ୍କ ସେବା କରୁଛନ୍ତି। ଶନିବାର ଏକାଦଶୀରେ ମହାପ୍ରଭୁ ଲାଗି ହେବେ ଦଶମୂଳ। ଜ୍ୱରରେ ପୀଡ଼ିତ ଦାରୁବିଗ୍ରହମାନେ ଏହି ଦଶମୂଳ ମୋଦକ ଲାଗି ହେଲେ ସୁସ୍ଥ ହୋଇଥା’ନ୍ତି। ତେଣୁ ଶ୍ରୀମନ୍ଦିରର ବୈଦ୍ୟ ସେବକମାନେ ମହାପ୍ରଭୁଙ୍କ ପାଇଁ ଦଶମୂଳ ମୋଦକ ପ୍ରସ୍ତୁତ କରି ଶୁକ୍ରବାର ମନ୍ଦିର ଗାରଦରେ ଦାଖଲ କରିଛନ୍ତି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ସମସ୍ତଙ୍କ ସାମ୍ନାରେ ସ୍ତ୍ରୀକୁ ଛୁରାମାଡ଼ କଲା ନୃଶଂସ ସ୍ୱାମୀ

ଆୟୁର୍ବେଦିକ ପଦ୍ଧତି ଓ ଶାସ୍ତ୍ର ଅନୁସାରେ ମହାପ୍ରଭୁଙ୍କ ନିମନ୍ତେ ଦଶମୂଳ ମୋଦକ ପ୍ରସ୍ତୁତ ହୋଇଥାଏ। ବୈଦ୍ୟ ସେବକଙ୍କ ସୂଚନା ମୁତାବକ, ଦଶମୂଳ ହେଉଛି ମହାପ୍ରଭୁଙ୍କ ଔଷଧ। ଏକ ମାସ ପୂର୍ବରୁ ଏହାକୁ ସଂଗ୍ରହ କରିବାକୁ ପଡିଥାଏ। ସ୍ନାନ ପୂର୍ଣ୍ଣିମା ପରେ ଦଶମୂଳ ଯଥା ଗମ୍ଭାରୀ, ଫଣଫଣା, ଶାଳପନ୍ନି, କୃଷ୍ଣପନ୍ନି, ଅଗବଥୁ, ଲବିଂ କୋଳି, ବେଲ, ଅଙ୍କରାନ୍ତି, ଗୋଖରା ଏବଂ ନବାଙ୍କୁରୀକୁ ଶୁଖାଯାଇଥାଏ। ଭଲ ଭାବେ ଶୁଖିଗଲା ପରେ ଏହାକୁ ହେମଦସ୍ତାରେ କୁଟି ଗୁଣ୍ଡ କରାଯାଏ। ଏହି ଗୁଣ୍ଡକୁ ଗାମୁଛାରେ ଛଣାଯାଏ। ନୂଆ କାଠ ଚୁଲିରେ କଡେଇ ବସାଯାଇ ଖୁଆ, ସର୍କରା, ସର, ମହୁ, ଘିଅ ଓ ଅଳ୍ପ ଭାଙ୍ଗ ଇତ୍ୟାଦି ପକାଯାଇ ଦଶମୂଳକୁ ପାଗ କରାଯାଏ। ପାଗ ପରେ ତାହାକୁ କଦଳୀପତ୍ର ଉପରେ ରଖି ଥଣ୍ଡା କରାଯାଏ। ଥଣ୍ଡା ହେଲା ପରେ ଗୋଲାକାର ମୋଦକ ପ୍ରସ୍ତୁତ ହୁଏ। ତିନୋଟି କୁଡ଼ୁଆରେ ଦଶମୂଳ ମୋଦକକୁ ରଖି ଏହା ଉପରେ କର୍ପୁର ପକାଇ ତାଳପତ୍ର ଭୋଗେଇରେ ପ୍ୟାକିଂ କରାଯାଏ। ଦଶମୀ ତିଥିରେ ଶ୍ରୀମନ୍ଦିର ଗାରଦରେ ଏହାକୁ ଦାଖଲ କରାଯାଇଥାଏ। ଏହିସବୁ କାମ ଶୁଦ୍ଧପୁତ ଭାବେ ଏବଂ ମହାପ୍ରଭୁଙ୍କ ପ୍ରତି ନିଷ୍ଠା ରଖି କରାଯାଏ।

ଆହୁରି ପଢ଼ନ୍ତୁ: ଭୋଟର ଲିଷ୍ଟରୁ ୯.୮ଲକ୍ଷ ଭୋଟରଙ୍କ ନାଁ କଟିବା ପ୍ରସଙ୍ଗ: ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

ଦଇତାପତି ସେବକଙ୍କ ମତରେ, ମହାପ୍ରଭୁ ମାନବୀୟ ଲୀଳା କରିଥା’ନ୍ତି। ପ୍ରତିବର୍ଷ ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ୧୦୮ ଗଡ଼ୁ ଜଳରେ ସ୍ନାନ କରି ଜ୍ୱରରେ ପୀଡ଼ିତ ହୁଅନ୍ତି। ଏହା ପରଠାରୁ ଆଷାଢ଼ କୃଷ୍ଣ ଦଶମୀ ଯାଏ ମହାପ୍ରଭୁ ଧଳା ବସ୍ତ୍ର ପରିଧାନ କରିଥାନ୍ତି। ଠାକୁରଙ୍କୁ ଧଳା ପୁଷ୍ପ ଲାଗି ହୋଇଥାଏ। ଆଷାଢ଼ କୃଷ୍ଣ ଏକାଦଶୀରେ ମହାପ୍ରଭୁ ବାରଲାଗି ପାଟ ପରିଧାନ କରିବେ। ଶ୍ରୀବିଗ୍ରହଙ୍କୁ ତୁଳସୀ ଲାଗି ହେବ। ଏହାପରେ ଜ୍ୱରରୁ ଉପଶମ ପାଇଁ ଦାରୁବିଗ୍ରହଙ୍କୁ ଦଶମୂଳ ଲାଗି କରାଯିବ।

ଆହୁରି ପଢ଼ନ୍ତୁ: ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ, ୪ଜଣ ଆହତ

21 Jun 2025 By The Sakala

ଅଣସର ଘରେ ଚାଲିଛି ଦାରୁବିଗ୍ରହଙ୍କ ଗୁପ୍ତ ସେବା, ଆଜି ଲାଗି ହେବେ ଦଶମୂଳ ମୋଦକ…

ପୁରୀ: ଅଣସର ଘରେ ଚାଲିଛି ଦାରୁବିଗ୍ରହଙ୍କ ଗୁପ୍ତ ସେବା। ଦଇତାପତିମାନେ ଠାକୁରଙ୍କ ସେବା କରୁଛନ୍ତି। ଶନିବାର ଏକାଦଶୀରେ ମହାପ୍ରଭୁ ଲାଗି ହେବେ ଦଶମୂଳ। ଜ୍ୱରରେ ପୀଡ଼ିତ ଦାରୁବିଗ୍ରହମାନେ ଏହି ଦଶମୂଳ ମୋଦକ ଲାଗି ହେଲେ ସୁସ୍ଥ ହୋଇଥା’ନ୍ତି। ତେଣୁ ଶ୍ରୀମନ୍ଦିରର ବୈଦ୍ୟ ସେବକମାନେ ମହାପ୍ରଭୁଙ୍କ ପାଇଁ ଦଶମୂଳ ମୋଦକ ପ୍ରସ୍ତୁତ କରି ଶୁକ୍ରବାର ମନ୍ଦିର ଗାରଦରେ ଦାଖଲ କରିଛନ୍ତି।

ଆୟୁର୍ବେଦିକ ପଦ୍ଧତି ଓ ଶାସ୍ତ୍ର ଅନୁସାରେ ମହାପ୍ରଭୁଙ୍କ ନିମନ୍ତେ ଦଶମୂଳ ମୋଦକ ପ୍ରସ୍ତୁତ ହୋଇଥାଏ। ବୈଦ୍ୟ ସେବକଙ୍କ ସୂଚନା ମୁତାବକ, ଦଶମୂଳ ହେଉଛି ମହାପ୍ରଭୁଙ୍କ ଔଷଧ। ଏକ ମାସ ପୂର୍ବରୁ ଏହାକୁ ସଂଗ୍ରହ କରିବାକୁ ପଡିଥାଏ। ସ୍ନାନ ପୂର୍ଣ୍ଣିମା ପରେ ଦଶମୂଳ ଯଥା ଗମ୍ଭାରୀ, ଫଣଫଣା, ଶାଳପନ୍ନି, କୃଷ୍ଣପନ୍ନି, ଅଗବଥୁ, ଲବିଂ କୋଳି, ବେଲ, ଅଙ୍କରାନ୍ତି, ଗୋଖରା ଏବଂ ନବାଙ୍କୁରୀକୁ ଶୁଖାଯାଇଥାଏ। ଭଲ ଭାବେ ଶୁଖିଗଲା ପରେ ଏହାକୁ ହେମଦସ୍ତାରେ କୁଟି ଗୁଣ୍ଡ କରାଯାଏ। ଏହି ଗୁଣ୍ଡକୁ ଗାମୁଛାରେ ଛଣାଯାଏ। ନୂଆ କାଠ ଚୁଲିରେ କଡେଇ ବସାଯାଇ ଖୁଆ, ସର୍କରା, ସର, ମହୁ, ଘିଅ ଓ ଅଳ୍ପ ଭାଙ୍ଗ ଇତ୍ୟାଦି ପକାଯାଇ ଦଶମୂଳକୁ ପାଗ କରାଯାଏ। ପାଗ ପରେ ତାହାକୁ କଦଳୀପତ୍ର ଉପରେ ରଖି ଥଣ୍ଡା କରାଯାଏ। ଥଣ୍ଡା ହେଲା ପରେ ଗୋଲାକାର ମୋଦକ ପ୍ରସ୍ତୁତ ହୁଏ। ତିନୋଟି କୁଡ଼ୁଆରେ ଦଶମୂଳ ମୋଦକକୁ ରଖି ଏହା ଉପରେ କର୍ପୁର ପକାଇ ତାଳପତ୍ର ଭୋଗେଇରେ ପ୍ୟାକିଂ କରାଯାଏ। ଦଶମୀ ତିଥିରେ ଶ୍ରୀମନ୍ଦିର ଗାରଦରେ ଏହାକୁ ଦାଖଲ କରାଯାଇଥାଏ। ଏହିସବୁ କାମ ଶୁଦ୍ଧପୁତ ଭାବେ ଏବଂ ମହାପ୍ରଭୁଙ୍କ ପ୍ରତି ନିଷ୍ଠା ରଖି କରାଯାଏ।

ଦଇତାପତି ସେବକଙ୍କ ମତରେ, ମହାପ୍ରଭୁ ମାନବୀୟ ଲୀଳା କରିଥା’ନ୍ତି। ପ୍ରତିବର୍ଷ ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ୧୦୮ ଗଡ଼ୁ ଜଳରେ ସ୍ନାନ କରି ଜ୍ୱରରେ ପୀଡ଼ିତ ହୁଅନ୍ତି। ଏହା ପରଠାରୁ ଆଷାଢ଼ କୃଷ୍ଣ ଦଶମୀ ଯାଏ ମହାପ୍ରଭୁ ଧଳା ବସ୍ତ୍ର ପରିଧାନ କରିଥାନ୍ତି। ଠାକୁରଙ୍କୁ ଧଳା ପୁଷ୍ପ ଲାଗି ହୋଇଥାଏ। ଆଷାଢ଼ କୃଷ୍ଣ ଏକାଦଶୀରେ ମହାପ୍ରଭୁ ବାରଲାଗି ପାଟ ପରିଧାନ କରିବେ। ଶ୍ରୀବିଗ୍ରହଙ୍କୁ ତୁଳସୀ ଲାଗି ହେବ। ଏହାପରେ ଜ୍ୱରରୁ ଉପଶମ ପାଇଁ ଦାରୁବିଗ୍ରହଙ୍କୁ ଦଶମୂଳ ଲାଗି କରାଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର