ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ମୁତୟନ ହେବେ ୩୦ ପ୍ଲାଟୁନ୍ ପୋଲିସ ଫୋର୍ସ

Madhusudan Das Picture
Published On

ଭୁବନେଶ୍ୱର: ଆସନ୍ତାକାଲି ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ । ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ପୋଲିସ କମିଶନର୍ ଏସ୍ ଦେବଦତ୍ତ ସିଂ ଏ ନେଇ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି। ଅଧିବେଶନ ସମୟରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା ରହିବ। ଏଥିପାଇଁ ୩୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସ୍‌ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍କ୍ବାଡ଼ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ । ଡିସିପି ସୁରକ୍ଷା ତଦାରଖ ଦାୟିତ୍ବରେ ଥିବା ବେଳେ ତାଙ୍କ ଅଧୀନରେ  ଅତିରିକ୍ତ ଡିସିପି,  ଏସିପି,  ଇନ୍ସପେକ୍ଟର, ଏସଆଇ ଓ ଏଏସଆଇ ଦାୟିତ୍ୱରେ ରହିବେ । 

ଆହୁରି ପଢ଼ନ୍ତୁ: ରାଜ୍ୟରେ ଭୋଟର ଲିଷ୍ଟରୁ ୯.୮ ଲକ୍ଷ ଭୋଟର୍ ବାଦ୍ ପଡ଼ିବା ପ୍ରସଙ୍ଗ: ସିଇଓଙ୍କ ଅଫିସ ଆଗରେ ବିଜେଡିର ପ୍ରତିବାଦ

ସେହିପରି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜା ଯାଇଛି । ବିଭିନ୍ନ ସ୍ଥାନରେ ଅସ୍ଥାୟୀ ପୁଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି । କଣ୍ଟ୍ରୋଲ୍‌ରୁମ୍‌ରେ ପ୍ରତିଟି ଦିଗ ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବ ।  ଅଧିବେଶନ ଆରମ୍ଭ ପୂର୍ବରୁ ଏବେଠାରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୋଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି । ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରହିବ ବିଧାନସଭା ।  ଲୋୟର ପିଏମଜି ରେ ୧୪୪ ଧାରା ଜାରି କରାଯିବ । ସିସିଟିଭି ସରଭେଲାନସ ଦ୍ବାରା ବିଧାନସଭା ଓ ତାକୁ ଲାଗି ରହିଥିବା ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ । ଏହା ସହିତ ସମ୍ପୁର୍ଣ୍ଣ ପୋଲିସ୍ ପ୍ରଶାସନର କଡ଼ା ନଜରରେ ରହିବ ବିଧାନସଭା।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଙ୍ଗ କରିଥିବା ବିଧାୟକଙ୍କ ସଭ୍ୟପଦ ରଦ୍ଦ ହେଉ: ପ୍ରସନ୍ନ ଆଚାର୍ଯ୍ୟ

29 Apr 2026 By Madhusudan Das

ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ମୁତୟନ ହେବେ ୩୦ ପ୍ଲାଟୁନ୍ ପୋଲିସ ଫୋର୍ସ

ଭୁବନେଶ୍ୱର: ଆସନ୍ତାକାଲି ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ । ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ପୋଲିସ କମିଶନର୍ ଏସ୍ ଦେବଦତ୍ତ ସିଂ ଏ ନେଇ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି। ଅଧିବେଶନ ସମୟରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା ରହିବ। ଏଥିପାଇଁ ୩୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସ୍‌ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍କ୍ବାଡ଼ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ । ଡିସିପି ସୁରକ୍ଷା ତଦାରଖ ଦାୟିତ୍ବରେ ଥିବା ବେଳେ ତାଙ୍କ ଅଧୀନରେ  ଅତିରିକ୍ତ ଡିସିପି,  ଏସିପି,  ଇନ୍ସପେକ୍ଟର, ଏସଆଇ ଓ ଏଏସଆଇ ଦାୟିତ୍ୱରେ ରହିବେ । 

ସେହିପରି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜା ଯାଇଛି । ବିଭିନ୍ନ ସ୍ଥାନରେ ଅସ୍ଥାୟୀ ପୁଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି । କଣ୍ଟ୍ରୋଲ୍‌ରୁମ୍‌ରେ ପ୍ରତିଟି ଦିଗ ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବ ।  ଅଧିବେଶନ ଆରମ୍ଭ ପୂର୍ବରୁ ଏବେଠାରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୋଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି । ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରହିବ ବିଧାନସଭା ।  ଲୋୟର ପିଏମଜି ରେ ୧୪୪ ଧାରା ଜାରି କରାଯିବ । ସିସିଟିଭି ସରଭେଲାନସ ଦ୍ବାରା ବିଧାନସଭା ଓ ତାକୁ ଲାଗି ରହିଥିବା ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ । ଏହା ସହିତ ସମ୍ପୁର୍ଣ୍ଣ ପୋଲିସ୍ ପ୍ରଶାସନର କଡ଼ା ନଜରରେ ରହିବ ବିଧାନସଭା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର