ବଢିଲା ଶ୍ରୀମନ୍ଦିର ସୁରକ୍ଷା : ନିୟୋଜିତ ହେଲେ ଶ୍ରୀମନ୍ଦିର ସ୍ୱତନ୍ତ୍ର ସୁରକ୍ଷା ବାହିନୀ କମାଣ୍ଡାଣ୍ଟ

The Sakala Picture
Published On

ପୁରୀ: ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ପାଇଁ ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ। ନିୟୋଜିତ ହେଲେ ଶ୍ରୀମନ୍ଦିର ସ୍ୱତନ୍ତ୍ର ସୁରକ୍ଷା ବାହିନୀ କମାଣ୍ଡାଣ୍ଟଙ୍କ ସହ ଦୁଇ ଜଣ ଡେପୁଟି କମାଣ୍ଡାଣ୍ଟ ଓ ତିନି ଜଣ ଆସାଷ୍ଟାଣ୍ଟ କମାଣ୍ଡାଣ୍ଟ। ଆସନ୍ତା ୨୮ ତାରିଖ ପୂର୍ବରୁ ଏମାନଙ୍କୁ ଡ୍ୟୁଟିରେ ଯୋଗଦେବାକୁ ବା ଦାୟିତ୍ୱ ନେବାକୁ ପୁଲିସ ହେଡକ୍ୱର୍ଟରର ଅତିରିକ୍ତ ଡିଜିଙ୍କ ପକ୍ଷରୁ ନିର୍ଦେଶନାମା ଜାରି ହୋଇଛି । ସ୍ୱତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ କମାଣ୍ଡାଣ୍ଟ ଭାବେ ତାପସ ରଞ୍ଜନ ଦାସଙ୍କୁ […]

ପୁରୀ: ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ପାଇଁ ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ। ନିୟୋଜିତ ହେଲେ ଶ୍ରୀମନ୍ଦିର ସ୍ୱତନ୍ତ୍ର ସୁରକ୍ଷା ବାହିନୀ କମାଣ୍ଡାଣ୍ଟଙ୍କ ସହ ଦୁଇ ଜଣ ଡେପୁଟି କମାଣ୍ଡାଣ୍ଟ ଓ ତିନି ଜଣ ଆସାଷ୍ଟାଣ୍ଟ କମାଣ୍ଡାଣ୍ଟ। ଆସନ୍ତା ୨୮ ତାରିଖ ପୂର୍ବରୁ ଏମାନଙ୍କୁ ଡ୍ୟୁଟିରେ ଯୋଗଦେବାକୁ ବା ଦାୟିତ୍ୱ ନେବାକୁ ପୁଲିସ ହେଡକ୍ୱର୍ଟରର ଅତିରିକ୍ତ ଡିଜିଙ୍କ ପକ୍ଷରୁ ନିର୍ଦେଶନାମା ଜାରି ହୋଇଛି ।

ଆହୁରି ପଢ଼ନ୍ତୁ: ରେସର୍ସ ଆଣ୍ଡ ରନର୍ସ କ୍ଲବ୍‌ର ଅଭିନବ ପଦକ୍ଷେପ; ୩୦ ସାଇକେଲ ଆରୋହୀଙ୍କ ଅଂଶଗ୍ରହଣ, ସାଇକେଲ ହେଉଛି ସୁସ୍ଥ ଜୀବନ ଓ ସ୍ଥାୟୀ ପର୍ଯ୍ୟଟନର ସେତୁ

ସ୍ୱତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ କମାଣ୍ଡାଣ୍ଟ ଭାବେ ତାପସ ରଞ୍ଜନ ଦାସଙ୍କୁ ନିୟୋଜିତ କରାଯାଇଛି। ସ୍ଵତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ ନାଁରେ ସ୍ୱତନ୍ତ୍ର ଟିମ୍ ଶ୍ରୀମନ୍ଦିର ସୁରକ୍ଷା ଓ ଶୃଙ୍ଖଳା ଦାୟିତ୍ୱରେ ରହିବ। ବାଟାଲିୟନରେ ଅଭିଜ୍ଞତା ଥିବା ପୁଲିସଙ୍କୁ ୩ ବର୍ଷ ପାଇଁ ଡେପୁଟେସନରେ ଅଣାଯିବ। ରାଜ୍ୟ ସଶସ୍ତ୍ର କ୍ୟାଡରର ଜଣେ କମାଣ୍ଡାଣ୍ଟ, ଦୁଇ ଜଣ ଡେପୁଟି କମାଣ୍ଡାଣ୍ଟ, ତିନି ଜଣ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟଙ୍କ ସମେତ, ୮ ଇନ୍ସପେକ୍ଟର, ୩୧ ସବ୍ ଇନ୍ସପେକ୍ଟର, ୨୪ ଜଣ ଆସିଷ୍ଟାଣ୍ଟ ସବ୍ ଇନ୍ସପେକ୍ଟର ନିଯୁକ୍ତ ହେବେ।

ଆହୁରି ପଢ଼ନ୍ତୁ: ହୋଟେଲର ସୁଇମିଂ ପୁଲ୍‌ରେ ବୁଡ଼ି ଯୁବତୀଙ୍କ ମୃତ୍ୟୁ ! ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ତେବେ ଏହି ସୁରକ୍ଷା ବାହିନୀ ଆଣ୍ଟି ଟେରୋରିଷ୍ଟ ଅପରେସନ ସହ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ବ,ଶ୍ରୀଗୁଣ୍ଡିଚା ମନ୍ଦିର, ପରିକ୍ରମା ପ୍ରକଳ୍ପ, ମାଉସୀ ମା’ ମନ୍ଦିର ସୁରକ୍ଷା ଦାୟିତ୍ୱରେ ନିୟୋଜିତ ହେବେ। ୧୦୮୩ ଜଣଙ୍କୁ ନିଯୁକ୍ତି ଦେବାକୁ ପୂର୍ବରୁ ଯୋଜନା ହୋଇଥିଲେ ହେଁ ଏବେ ଏହି ସଂଖ୍ୟା ୧୨ ଶହରୁ ଉର୍ଦ୍ଧ୍ବ ହେବ ବୋଲି ଜଣାପଡ଼ିଛି।

26 Apr 2025 By The Sakala

ବଢିଲା ଶ୍ରୀମନ୍ଦିର ସୁରକ୍ଷା : ନିୟୋଜିତ ହେଲେ ଶ୍ରୀମନ୍ଦିର ସ୍ୱତନ୍ତ୍ର ସୁରକ୍ଷା ବାହିନୀ କମାଣ୍ଡାଣ୍ଟ

ପୁରୀ: ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ପାଇଁ ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ। ନିୟୋଜିତ ହେଲେ ଶ୍ରୀମନ୍ଦିର ସ୍ୱତନ୍ତ୍ର ସୁରକ୍ଷା ବାହିନୀ କମାଣ୍ଡାଣ୍ଟଙ୍କ ସହ ଦୁଇ ଜଣ ଡେପୁଟି କମାଣ୍ଡାଣ୍ଟ ଓ ତିନି ଜଣ ଆସାଷ୍ଟାଣ୍ଟ କମାଣ୍ଡାଣ୍ଟ। ଆସନ୍ତା ୨୮ ତାରିଖ ପୂର୍ବରୁ ଏମାନଙ୍କୁ ଡ୍ୟୁଟିରେ ଯୋଗଦେବାକୁ ବା ଦାୟିତ୍ୱ ନେବାକୁ ପୁଲିସ ହେଡକ୍ୱର୍ଟରର ଅତିରିକ୍ତ ଡିଜିଙ୍କ ପକ୍ଷରୁ ନିର୍ଦେଶନାମା ଜାରି ହୋଇଛି ।

ସ୍ୱତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ କମାଣ୍ଡାଣ୍ଟ ଭାବେ ତାପସ ରଞ୍ଜନ ଦାସଙ୍କୁ ନିୟୋଜିତ କରାଯାଇଛି। ସ୍ଵତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ ନାଁରେ ସ୍ୱତନ୍ତ୍ର ଟିମ୍ ଶ୍ରୀମନ୍ଦିର ସୁରକ୍ଷା ଓ ଶୃଙ୍ଖଳା ଦାୟିତ୍ୱରେ ରହିବ। ବାଟାଲିୟନରେ ଅଭିଜ୍ଞତା ଥିବା ପୁଲିସଙ୍କୁ ୩ ବର୍ଷ ପାଇଁ ଡେପୁଟେସନରେ ଅଣାଯିବ। ରାଜ୍ୟ ସଶସ୍ତ୍ର କ୍ୟାଡରର ଜଣେ କମାଣ୍ଡାଣ୍ଟ, ଦୁଇ ଜଣ ଡେପୁଟି କମାଣ୍ଡାଣ୍ଟ, ତିନି ଜଣ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟଙ୍କ ସମେତ, ୮ ଇନ୍ସପେକ୍ଟର, ୩୧ ସବ୍ ଇନ୍ସପେକ୍ଟର, ୨୪ ଜଣ ଆସିଷ୍ଟାଣ୍ଟ ସବ୍ ଇନ୍ସପେକ୍ଟର ନିଯୁକ୍ତ ହେବେ।

ତେବେ ଏହି ସୁରକ୍ଷା ବାହିନୀ ଆଣ୍ଟି ଟେରୋରିଷ୍ଟ ଅପରେସନ ସହ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ବ,ଶ୍ରୀଗୁଣ୍ଡିଚା ମନ୍ଦିର, ପରିକ୍ରମା ପ୍ରକଳ୍ପ, ମାଉସୀ ମା’ ମନ୍ଦିର ସୁରକ୍ଷା ଦାୟିତ୍ୱରେ ନିୟୋଜିତ ହେବେ। ୧୦୮୩ ଜଣଙ୍କୁ ନିଯୁକ୍ତି ଦେବାକୁ ପୂର୍ବରୁ ଯୋଜନା ହୋଇଥିଲେ ହେଁ ଏବେ ଏହି ସଂଖ୍ୟା ୧୨ ଶହରୁ ଉର୍ଦ୍ଧ୍ବ ହେବ ବୋଲି ଜଣାପଡ଼ିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର