୯ ମାସ ପରେ କଂଗ୍ରେସକୁ ଫେରିଲେ ସୁର ରାଉତରାୟ; ‘ଆଜି ମୁଁ ଫେରିଛି ମୋ ମନ୍ଦିରକୁ’…

The Sakala Picture
Published On

ଭୁବନେଶ୍ୱର: ୯ ମାସ ପରେ କଂଗ୍ରେସକୁ ଫେରିଛନ୍ତି ବରିଷ୍ଠ ନେତା ସୁର ରାଉତରାୟ। କଂଗ୍ରେସ ଭବନ ଦୁଆରକୁ ମୁଣ୍ଡିଆ ମାରି ଭିତରକୁ ଆସିଥିଲେ ସୁର । ଶୁକ୍ରବାର ନିଲମ୍ୱନ ହଟିବା ପରେ ଶନିବାର ସେ କଂଗ୍ରେସ ଭବନକୁ ଯାଇ ନବ ନିର୍ବାଚିତ ପିସିସି ସଭାପତିଙ୍କୁ ଭେଟିଛନ୍ତି ସୁର।ଦୀର୍ଘ ଦିନ ପରେ କଂଗ୍ରେସକୁ ଫେରି ଖୁସି ଜାହିର କରିଛନ୍ତି ସୁର । ଘର ବାହୁଡ଼ା ବେଳେ ସୁରଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟ ଉପସ୍ଥିତ ଥିଲେ। ସେ ତାଙ୍କ […]

ଭୁବନେଶ୍ୱର: ୯ ମାସ ପରେ କଂଗ୍ରେସକୁ ଫେରିଛନ୍ତି ବରିଷ୍ଠ ନେତା ସୁର ରାଉତରାୟ। କଂଗ୍ରେସ ଭବନ ଦୁଆରକୁ ମୁଣ୍ଡିଆ ମାରି ଭିତରକୁ ଆସିଥିଲେ ସୁର । ଶୁକ୍ରବାର ନିଲମ୍ୱନ ହଟିବା ପରେ ଶନିବାର ସେ କଂଗ୍ରେସ ଭବନକୁ ଯାଇ ନବ ନିର୍ବାଚିତ ପିସିସି ସଭାପତିଙ୍କୁ ଭେଟିଛନ୍ତି ସୁର।ଦୀର୍ଘ ଦିନ ପରେ କଂଗ୍ରେସକୁ ଫେରି ଖୁସି ଜାହିର କରିଛନ୍ତି ସୁର । ଘର ବାହୁଡ଼ା ବେଳେ ସୁରଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ,  ୯ ମାସ ହେବ ବହୁତ ଯନ୍ତ୍ରଣାରେ ଥିଲି, ଆଜି ମୁଁ ଫେରିଛି ମୋ ମନ୍ଦିରକୁ । ଆଜି ମୋ ମନ୍ଦିରକୁ ମୁଁ ଫେରିଲି, ବହୁତ ଖୁସି । ଦଳରେ ‘ଆଉ କନ୍ଦଳ ରହିବନି, ମିଳିମିଶି ସଂଗଠନ ପାଇଁ କାମ କରିବୁ ।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ସୂଚନା ଥାଉକି, ପ୍ରଦେଶ କଂଗ୍ରେସ କମିଟି ଓଡ଼ିଶା ପକ୍ଷରୁ ଶୁକ୍ରବାର ଏକ ପ୍ରେସ ବିଜ୍ଞପ୍ତି ଜାରି କରାଯାଇଛି । ଯେଉଁଥିରେ ସୂଚନା ଦିଆଯାଇଛି ଯେ, ଯେଉଁମାନଙ୍କୁ କୌଣସି ନା କୌଣସି ପରିସ୍ଥିତିରେ ଦଳରୁ ନିଲମ୍ୱନ ବା ବହିଷ୍କାର କରାଯାଇଥିଲା ତାହାକୁ ପ୍ରତ୍ୟାହାର କରି ଦିଆଗଲା । ବିଭିନ୍ନ ସମୟରେ କୌଣସି ନା କୌଣସି କାରଣରୁ ଯେଉଁମାନେ ଦଳ ଛାଡି ଚାଲି ଯାଇଛନ୍ତି ସେମାନେ ପୁନର୍ବାର କଂଗ୍ରେସ ଦଳକୁ ଫେରି ଆସିବାକୁ ନିବେଦନ କରୁଛୁ । ଯଦି ସେମାନେ କଂଗ୍ରେସ ଦଳର ନୀତି ଓ ଆଦର୍ଶ ପ୍ରତି ଆସ୍ଥା ପ୍ରକଟ କରି ଯୋଗଦାନ କରିବାକୁ ଇଚ୍ଛୁକ ସେମାନଙ୍କୁ କଂଗ୍ରେସ ଦଳ ତରଫରୁ ସମ୍ମାନର ସହ ସ୍ୱାଗତ କରାଯିବ ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

ସୂଚନା ଅନୁଯାୟୀ, ଏପ୍ରିଲ ୧୫ ତାରିଖ ୨୦୨୪ ରେ ଦଳରୁ ବିଦା ହୋଇଥିଲେ କଂଗ୍ରେସର ବରିଷ୍ଠ ନେତା ତଥା ବିଧାୟକ ସୁରେଶ କୁମାର ରାଉତରାୟ । ସୁରେଶ ରାଉତରାୟ କଂଗ୍ରେସରୁ ୬ ବର୍ଷ ପାଇଁ ବହିଷ୍କୃତ କରିଥିଲା ଏଆଇସିସି । ବିଶୃଙ୍ଖଳା ଓ ଦଳ ବିରୋଧୀ କାର୍ଯ୍ୟ ପାଇଁ କାର୍ଯ୍ୟାନୁଷ୍ଠାନ ନେଇଥିଲା ଏଆଇସିସି।

15 Feb 2025 By The Sakala

୯ ମାସ ପରେ କଂଗ୍ରେସକୁ ଫେରିଲେ ସୁର ରାଉତରାୟ; ‘ଆଜି ମୁଁ ଫେରିଛି ମୋ ମନ୍ଦିରକୁ’…

ଭୁବନେଶ୍ୱର: ୯ ମାସ ପରେ କଂଗ୍ରେସକୁ ଫେରିଛନ୍ତି ବରିଷ୍ଠ ନେତା ସୁର ରାଉତରାୟ। କଂଗ୍ରେସ ଭବନ ଦୁଆରକୁ ମୁଣ୍ଡିଆ ମାରି ଭିତରକୁ ଆସିଥିଲେ ସୁର । ଶୁକ୍ରବାର ନିଲମ୍ୱନ ହଟିବା ପରେ ଶନିବାର ସେ କଂଗ୍ରେସ ଭବନକୁ ଯାଇ ନବ ନିର୍ବାଚିତ ପିସିସି ସଭାପତିଙ୍କୁ ଭେଟିଛନ୍ତି ସୁର।ଦୀର୍ଘ ଦିନ ପରେ କଂଗ୍ରେସକୁ ଫେରି ଖୁସି ଜାହିର କରିଛନ୍ତି ସୁର । ଘର ବାହୁଡ଼ା ବେଳେ ସୁରଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟ ଉପସ୍ଥିତ ଥିଲେ।

ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ,  ୯ ମାସ ହେବ ବହୁତ ଯନ୍ତ୍ରଣାରେ ଥିଲି, ଆଜି ମୁଁ ଫେରିଛି ମୋ ମନ୍ଦିରକୁ । ଆଜି ମୋ ମନ୍ଦିରକୁ ମୁଁ ଫେରିଲି, ବହୁତ ଖୁସି । ଦଳରେ ‘ଆଉ କନ୍ଦଳ ରହିବନି, ମିଳିମିଶି ସଂଗଠନ ପାଇଁ କାମ କରିବୁ ।

ସୂଚନା ଥାଉକି, ପ୍ରଦେଶ କଂଗ୍ରେସ କମିଟି ଓଡ଼ିଶା ପକ୍ଷରୁ ଶୁକ୍ରବାର ଏକ ପ୍ରେସ ବିଜ୍ଞପ୍ତି ଜାରି କରାଯାଇଛି । ଯେଉଁଥିରେ ସୂଚନା ଦିଆଯାଇଛି ଯେ, ଯେଉଁମାନଙ୍କୁ କୌଣସି ନା କୌଣସି ପରିସ୍ଥିତିରେ ଦଳରୁ ନିଲମ୍ୱନ ବା ବହିଷ୍କାର କରାଯାଇଥିଲା ତାହାକୁ ପ୍ରତ୍ୟାହାର କରି ଦିଆଗଲା । ବିଭିନ୍ନ ସମୟରେ କୌଣସି ନା କୌଣସି କାରଣରୁ ଯେଉଁମାନେ ଦଳ ଛାଡି ଚାଲି ଯାଇଛନ୍ତି ସେମାନେ ପୁନର୍ବାର କଂଗ୍ରେସ ଦଳକୁ ଫେରି ଆସିବାକୁ ନିବେଦନ କରୁଛୁ । ଯଦି ସେମାନେ କଂଗ୍ରେସ ଦଳର ନୀତି ଓ ଆଦର୍ଶ ପ୍ରତି ଆସ୍ଥା ପ୍ରକଟ କରି ଯୋଗଦାନ କରିବାକୁ ଇଚ୍ଛୁକ ସେମାନଙ୍କୁ କଂଗ୍ରେସ ଦଳ ତରଫରୁ ସମ୍ମାନର ସହ ସ୍ୱାଗତ କରାଯିବ ।

ସୂଚନା ଅନୁଯାୟୀ, ଏପ୍ରିଲ ୧୫ ତାରିଖ ୨୦୨୪ ରେ ଦଳରୁ ବିଦା ହୋଇଥିଲେ କଂଗ୍ରେସର ବରିଷ୍ଠ ନେତା ତଥା ବିଧାୟକ ସୁରେଶ କୁମାର ରାଉତରାୟ । ସୁରେଶ ରାଉତରାୟ କଂଗ୍ରେସରୁ ୬ ବର୍ଷ ପାଇଁ ବହିଷ୍କୃତ କରିଥିଲା ଏଆଇସିସି । ବିଶୃଙ୍ଖଳା ଓ ଦଳ ବିରୋଧୀ କାର୍ଯ୍ୟ ପାଇଁ କାର୍ଯ୍ୟାନୁଷ୍ଠାନ ନେଇଥିଲା ଏଆଇସିସି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର