ରଥଯାତ୍ରାର ଫଟୋ ସଂଗ୍ରହ ପାଇଁ ପୁରୀ ଯାଉଥିବାବେଳେ ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ମୃତ୍ୟୁ

The Sakala Picture
Published On

ଭୁବନେଶ୍ବର : ରଥଯାତ୍ରାରେ ଦୁଃଖଦ ଖବର। ଆଜି ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା ଅବସରରେ ପୁରୀକୁ ଫଟୋ ଖବର ସଂଗ୍ରହ ପାଇଁ ଯାଉଥିବା ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କର ସଡକ ଦୁର୍ଘଟଣାରେ ପରଲୋକ ହୋଇଛି। ପୁରୀ ଯାଉଥିବା ବେଳେ ସାତଶଙ୍ଖ ନିକଟରେ ଦୁର୍ଘଟଣା ଘଟିଥିଲା। ସେଠାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ ଡାକ୍ତର ତାଙ୍କୁ ମତ୍ୟୁ ଘୋଷଣା କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୫୭ ବର୍ଷ ହୋଇଥିଲା। ଜଣାଶୁଣା […]

ଭୁବନେଶ୍ବର : ରଥଯାତ୍ରାରେ ଦୁଃଖଦ ଖବର। ଆଜି ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା ଅବସରରେ ପୁରୀକୁ ଫଟୋ ଖବର ସଂଗ୍ରହ ପାଇଁ ଯାଉଥିବା ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କର ସଡକ ଦୁର୍ଘଟଣାରେ ପରଲୋକ ହୋଇଛି। ପୁରୀ ଯାଉଥିବା ବେଳେ ସାତଶଙ୍ଖ ନିକଟରେ ଦୁର୍ଘଟଣା ଘଟିଥିଲା। ସେଠାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ ଡାକ୍ତର ତାଙ୍କୁ ମତ୍ୟୁ ଘୋଷଣା କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୫୭ ବର୍ଷ ହୋଇଥିଲା। ଜଣାଶୁଣା ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ କୁମାର ପଣ୍ଡାଙ୍କ ଏପରି ଅକାଳ ବିୟୋଗ ସାମ୍ବାଦିକଜଗତରେ ଶୋକର ଛାୟା ଖେଳାଇଦେଇଛି।

ଆହୁରି ପଢ଼ନ୍ତୁ: ଲଭ, ସେକ୍ସ, ଧୋକା ଅଭିଯୋଗରେ ଓଡିଆ ଅଭିନେତା ଗିରଫ, ବିବାହର ପ୍ରତିଶ୍ରୁତି ଦେଇ ରଖିଥିଲେ ଶାରୀରିକ ସମ୍ପର୍କ

ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ କୁମାର ପଣ୍ଡା ଦୈନିକ ଖବର କାଗଜ ‘ସମୟ’ ସହିତ ଦୀର୍ଘ ବର୍ଷ ହେଲା ଜଡ଼ିତ ଥିଲେ । ଆଜି ସେ ପୁରୀ ଯାଉଥିଲେ ଘୋଷଯାତ୍ରା ଅବସରରେ ଫଟୋ ଉଠାଇବା ପାଇଁ। ଭୋର ପ୍ରାୟ ୫ଟା ବେଳେ ସେ ବାଇକ୍ ଯୋଗେ ପୁରୀ ଅଭିମୁଖେ ଯାଉଥିବା ବେଳେ ସାତଶଙ୍ଖ ନିକଟରେ କୌଣସି ଗାଡ଼ି ତାଙ୍କୁ ଧକ୍କା ଦେଇ ଚାଲି ଯାଇଥିଲା। ଗୁରୁତର ଅବସ୍ଥାରେ ଅଶୋକ ପଣ୍ଡାଙ୍କୁ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ୍ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ: ଶୃଙ୍ଖଳିତ ରଥଯାତ୍ରା ପାଇଁ ରାଜ୍ୟ ଅତିଥି ଭବନରେ ଉଚ୍ଚସ୍ତରୀୟ ବୈଠକ, ଆଇନ ମନ୍ତ୍ରୀଙ୍କ ସମୀକ୍ଷା

ଅଶୋକ ପଣ୍ଡା ‘ସମୟ’ ବ୍ୟତୀତ ବହୁ ପ୍ରତିଷ୍ଠିତ ଖବରକାଗଜରେ ଫଟୋ ସାମ୍ବାଦିକ ଭାବରେ କାର୍ଯ୍ୟ କରିଥିଲେ। ସେ ଇଷ୍ଟର୍ନ ପ୍ରେସ୍ ଏଜେନ୍ସୀରୁ ଫଟୋ ସାମ୍ବାଦିକ ଭାବେ କ୍ୟାରିୟର ଆରମ୍ଭ କରିଥିଲେ। ଏଠାରେ ସେ ୧୯୮୪ରୁ ୧୯୯୫ ମସିହା ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ୧୯୯୬ରେ ସେ ଦୈନିକ ଖବର କାଗଜ ‘ସମୟ’ରେ ଯୋଗ ଦେଇଥିଲେ। ୧୯୯୭ରୁ ୨୦୦୦ ପର୍ଯ୍ୟନ୍ତ ସେ ଦି ଏସିଆନ୍ ଏଜ୍‌ ଓ ୨୦୦୦ରୁ ୨୦୧୧ ପର୍ଯ୍ୟନ୍ତ ଦି ଟାଇମ୍ସ ଅଫ୍ ଇଣ୍ଡିଆକୁ ମଧ୍ୟ ଫଟୋ ଦେଉଥିଲେ। ଏହା ସହିତ ସେ ନ୍ୟୁଜ୍‌ଟାଇମ୍ସ, ଇନାଡୁ ଓ ସନ୍‌ମାର୍ଗକୁ ଫଟୋ ଦେଉଥିଲେ। ସେ ଅନେକ ଅନୁଷ୍ଠାନ ପକ୍ଷରୁ ସମ୍ମାନିତ ହୋଇଥିଲେ।

ଆହୁରି ପଢ଼ନ୍ତୁ: ଓଇଆରସି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ କୁମାର ଜେନା

01 Jul 2022 By The Sakala

ରଥଯାତ୍ରାର ଫଟୋ ସଂଗ୍ରହ ପାଇଁ ପୁରୀ ଯାଉଥିବାବେଳେ ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ମୃତ୍ୟୁ

ଭୁବନେଶ୍ବର : ରଥଯାତ୍ରାରେ ଦୁଃଖଦ ଖବର। ଆଜି ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା ଅବସରରେ ପୁରୀକୁ ଫଟୋ ଖବର ସଂଗ୍ରହ ପାଇଁ ଯାଉଥିବା ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କର ସଡକ ଦୁର୍ଘଟଣାରେ ପରଲୋକ ହୋଇଛି। ପୁରୀ ଯାଉଥିବା ବେଳେ ସାତଶଙ୍ଖ ନିକଟରେ ଦୁର୍ଘଟଣା ଘଟିଥିଲା। ସେଠାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ ଡାକ୍ତର ତାଙ୍କୁ ମତ୍ୟୁ ଘୋଷଣା କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୫୭ ବର୍ଷ ହୋଇଥିଲା। ଜଣାଶୁଣା ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ କୁମାର ପଣ୍ଡାଙ୍କ ଏପରି ଅକାଳ ବିୟୋଗ ସାମ୍ବାଦିକଜଗତରେ ଶୋକର ଛାୟା ଖେଳାଇଦେଇଛି।

ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ କୁମାର ପଣ୍ଡା ଦୈନିକ ଖବର କାଗଜ ‘ସମୟ’ ସହିତ ଦୀର୍ଘ ବର୍ଷ ହେଲା ଜଡ଼ିତ ଥିଲେ । ଆଜି ସେ ପୁରୀ ଯାଉଥିଲେ ଘୋଷଯାତ୍ରା ଅବସରରେ ଫଟୋ ଉଠାଇବା ପାଇଁ। ଭୋର ପ୍ରାୟ ୫ଟା ବେଳେ ସେ ବାଇକ୍ ଯୋଗେ ପୁରୀ ଅଭିମୁଖେ ଯାଉଥିବା ବେଳେ ସାତଶଙ୍ଖ ନିକଟରେ କୌଣସି ଗାଡ଼ି ତାଙ୍କୁ ଧକ୍କା ଦେଇ ଚାଲି ଯାଇଥିଲା। ଗୁରୁତର ଅବସ୍ଥାରେ ଅଶୋକ ପଣ୍ଡାଙ୍କୁ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ୍ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଅଶୋକ ପଣ୍ଡା ‘ସମୟ’ ବ୍ୟତୀତ ବହୁ ପ୍ରତିଷ୍ଠିତ ଖବରକାଗଜରେ ଫଟୋ ସାମ୍ବାଦିକ ଭାବରେ କାର୍ଯ୍ୟ କରିଥିଲେ। ସେ ଇଷ୍ଟର୍ନ ପ୍ରେସ୍ ଏଜେନ୍ସୀରୁ ଫଟୋ ସାମ୍ବାଦିକ ଭାବେ କ୍ୟାରିୟର ଆରମ୍ଭ କରିଥିଲେ। ଏଠାରେ ସେ ୧୯୮୪ରୁ ୧୯୯୫ ମସିହା ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ୧୯୯୬ରେ ସେ ଦୈନିକ ଖବର କାଗଜ ‘ସମୟ’ରେ ଯୋଗ ଦେଇଥିଲେ। ୧୯୯୭ରୁ ୨୦୦୦ ପର୍ଯ୍ୟନ୍ତ ସେ ଦି ଏସିଆନ୍ ଏଜ୍‌ ଓ ୨୦୦୦ରୁ ୨୦୧୧ ପର୍ଯ୍ୟନ୍ତ ଦି ଟାଇମ୍ସ ଅଫ୍ ଇଣ୍ଡିଆକୁ ମଧ୍ୟ ଫଟୋ ଦେଉଥିଲେ। ଏହା ସହିତ ସେ ନ୍ୟୁଜ୍‌ଟାଇମ୍ସ, ଇନାଡୁ ଓ ସନ୍‌ମାର୍ଗକୁ ଫଟୋ ଦେଉଥିଲେ। ସେ ଅନେକ ଅନୁଷ୍ଠାନ ପକ୍ଷରୁ ସମ୍ମାନିତ ହୋଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର