ତତଲା ଖରାରେ ସିଝୁଛି ପଶ୍ଚିମ ଓଡିଶା, ୨୨ ତାରିଖ ଯାଏଁ ଭୀଷଣ ତାତି ଓ ଗୁଳୁଗୁଳି ଆଶଙ୍କା

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟରେ ବଢ଼ିଚାଲିଛି ତାତି। ଦୁଇ ଦିନ ମଧ୍ୟରେ ତାପମାତ୍ରା ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ଗୁରୁବାର ଟିଟିଲାଗଡ଼ରେ ତାପମାତ୍ରା ୪୩.୭ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଏହା ରାଜ୍ୟର ସବୁଠୁ ଉତ୍ତପ୍ତ ଓ ଦେଶର ଷଷ୍ଠ ଉତ୍ତପ୍ତ ସହର ପାଲଟିଛି। ଟିଟିଲାଗଡ଼ ତଳକୁ ଝାରସୁଗୁଡ଼ାରେ  ତାପମାତ୍ରା ୪୩.୬ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ସମ୍ବଲପୁରରେ ୪୨.୨, ହୀରାକୁଦରେ ୪୨.୨, ଭବାନୀପାଟଣାରେ ୪୨.୨, ବଲାଙ୍ଗିରରେ ୪୨.୨, ରାଉରକେଲାରେ ୪୧.୬, ସୁନ୍ଦରଗଡ଼ ୪୧.୫, ଓ ନୂଆପଡ଼ାରେ ୪୧ ଡିଗ୍ରୀ ସହ ମୋଟ୍‌ ୧୪ ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। 

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ହେବେ ମହାପ୍ରଭୁ, ସାଢେ଼ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ରାଜ୍ୟରେ ଆସନ୍ତା ୨ ଦିନ ମଧ୍ୟରେ ତାପମାତ୍ରା ଆହୁରି ୨-୩ ଡିଗ୍ରୀ ବଢ଼ିବା ନେଇ ଆଶଙ୍କା କରାଯାଉଛି ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁବା ଆଶଙ୍କା କରାଯାଉଛି। ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ୭ ଦିନିଆ ବୁଲେଟିନ୍‌ରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଭୀଷଣ ତାତି ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେବା ନେଇ ପୂର୍ବାନୁମାନ କରାଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପୁଣି ବନ୍ୟା ସ୍ଥିତି: ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ବୈତରଣୀ, ଅନେକ ଗାଁ ଜଳମଗ୍ନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର