ମାଲକାନଗିରି ରାଖେଲଗୁଡ଼ା ହତ୍ୟାକାଣ୍ଡ ଘଟଣା: ପୋଲିସକୁ ମିଳିଲା ମହିଳାଙ୍କ କଟାମୁଣ୍ଡ

Madhusudan Das Picture
Published On

ମାଲକାନଗିରି: ପୋଲିସକୁ ମିଳିଲା ମହିଳାଙ୍କ କଟାମୁଣ୍ଡ । ମାଲକାନଗିରି ରାଖେଲଗୁଡ଼ାରେ ମହିଳାଙ୍କ ମୁଣ୍ଡ କାଟି ହତ୍ୟା ଘଟଣାର ତଦନ୍ତ ବେଳେ ପୋଲିସକୁ ମିଳିଛି କଟାମୁଣ୍ଡ । କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ କଟାମୁଣ୍ଡ ଜବତ ହୋଇଛି । ଘଟଣାସ୍ଥଳରେ କାଲିମେଳା ପୋଲିସର ତଦନ୍ତ ଜାରି ରହିଛି । ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ପରେ ଆଜି ପୋଲିସକୁ ମିଳିଛି ମହିଳାଙ୍କ କଟାମୁଣ୍ଡ । ମୃତଦେହ ଠାରୁ ପ୍ରାୟ ୪୦ କି.ମି ଦୂରରେ ମିଳିଛି କଟାମୁଣ୍ଡ । ଗ୍ରାମବାସୀ ପୋଲିସକୁ ଖବର ଦେବା ପରେ କଟାମୁଣ୍ଡ ଉଦ୍ଧାର କରିଛି ପୋଲିସ । କଟାମୁଣ୍ଡ ମିଳୁ ନଥିବାରୁ ଏମ୍‌ଭି-୨୬ ଓ ରାଖେଲଗୁଡ଼ା ମଧ୍ୟରେ ବିବାଦ ଦେଖା ଦେଇଥିଲା ।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ସୂଚନା ଥାଉକି, କିଛି ଦିନ ତଳେ ରାଖାଲଗୁଡ଼ା ଗାଁର ଜଣେ ୫୦ ବର୍ଷୀୟା ଆଦିବାସୀ ମହିଳା, ଲାକେ ପାଡିଆମିଙ୍କ ମୃତଦେହ ପୋଟେରୁ ନଦୀ କୂଳରୁ ମିଳିଥିଲା । ମୃତଦେହର ମୁଣ୍ଡ ନଥିଲା, ଥିଲା କେବଳ ଗଣ୍ଡି । ରାଖାଲଗୁଡ଼ା ଗାଁର ଲୋକେ ସନ୍ଦେହ କରୁଛନ୍ତି ଯେ ଏମଭି-୨୬ ଗାଁର କିଛି ଲୋକ ପୁରୁଣା ଜମି ବିବାଦକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥାଇପାରେ । ତେବେ ପୋଲିସ ହତ୍ୟାକାରୀଙ୍କୁ ଗିରଫ ନ କରିବାରୁ ଏବଂ କଟା ମୁଣ୍ଡ ଉଦ୍ଧାର ନ ହେବାରୁ ରାଖାଲଗୁଡ଼ା ଗାଁ ଲୋକେ ରାଗି ଯାଇଥିଲେ । ପ୍ରତିବାଦରେ ଶହ ଶହ ଲୋକ ଏମଭି-୨୬ ଗାଁକୁ ଯାଇ ଭଙ୍ଗାରୁଜା କରିଥିଲେ । ଅନେକ ଘରେ ନିଆଁ ଲଗାଇଦେଇଥିଲେ । 

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ସେପଟେ ସ୍ବାଭାବିକ ହେଉଛି ମାଲକାନଗିରିର ଏମ୍ ଭି-୨୬ ଓ ରାଖେଲଗୁଡ଼ା । ଶାନ୍ତି ପ୍ରତିଷ୍ଠା ପାଇଁ ଦୁଇ ଗାଁ ମଧ୍ୟରେ ସହମତି ହୋଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦୁଇ ଗାଁର ପ୍ରତିନିଧିଙ୍କୁ ନେଇ ଶାନ୍ତି କମିଟି ବୈଠକ ବସିଥିଲା। ଉଭୟ ଗୋଷ୍ଠୀ ମଧ୍ୟରେ ବିସ୍ତୃତ ଭାବେ ଆଲୋଚନା କରାଯାଇ ସମସ୍ତଙ୍କର ଦାବି ଶୁଣିଥିଲେ ଜିଲ୍ଲାପାଳ। ଡିଆଇଜି ଓ ଏସପିଙ୍କ ଉପସ୍ଥିତିରେ ଶାନ୍ତି ଫେରାଇବାକୁ ଦୁଇ ଗାଁ ମଧ୍ୟରେ ସହମତି ହୋଇଛି। ବିଗତ ୨୪ ଘଣ୍ଟାରେ ଗାଁରେ ଆଉ କୌଣସି ପ୍ରକାରର ଅପ୍ରୀତିକର ସ୍ଥିତି ଉପୁଜିନାହିଁ। ପୋଲିସ-ପ୍ରଶାସନ ଉପସ୍ଥିତିରେ ୫ ଦିନ ପରେ ମୃତ ମହିଳାଙ୍କ ହେଲା ଅନ୍ତିମ ସତ୍କାର କରାଯାଇଛି। ବିଏନଏସ ୧୬୩ ଲାଗୁ ରହିଥିବାବେଳେ ଆଉ ୧୮ ଘଣ୍ଟା ଇଣ୍ଟରନେଟ୍ କଟକଣା ବୃଦ୍ଧି କରାଯାଇଛି । ସ୍ଥିତି ଉପରେ ନଜର ରଖାଯାଇଥିବା କହିଛନ୍ତି ଜିଲ୍ଲାପାଳ ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

10 Dec 2025 By Madhusudan Das

ମାଲକାନଗିରି ରାଖେଲଗୁଡ଼ା ହତ୍ୟାକାଣ୍ଡ ଘଟଣା: ପୋଲିସକୁ ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି: ପୋଲିସକୁ ମିଳିଲା ମହିଳାଙ୍କ କଟାମୁଣ୍ଡ । ମାଲକାନଗିରି ରାଖେଲଗୁଡ଼ାରେ ମହିଳାଙ୍କ ମୁଣ୍ଡ କାଟି ହତ୍ୟା ଘଟଣାର ତଦନ୍ତ ବେଳେ ପୋଲିସକୁ ମିଳିଛି କଟାମୁଣ୍ଡ । କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ କଟାମୁଣ୍ଡ ଜବତ ହୋଇଛି । ଘଟଣାସ୍ଥଳରେ କାଲିମେଳା ପୋଲିସର ତଦନ୍ତ ଜାରି ରହିଛି । ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ପରେ ଆଜି ପୋଲିସକୁ ମିଳିଛି ମହିଳାଙ୍କ କଟାମୁଣ୍ଡ । ମୃତଦେହ ଠାରୁ ପ୍ରାୟ ୪୦ କି.ମି ଦୂରରେ ମିଳିଛି କଟାମୁଣ୍ଡ । ଗ୍ରାମବାସୀ ପୋଲିସକୁ ଖବର ଦେବା ପରେ କଟାମୁଣ୍ଡ ଉଦ୍ଧାର କରିଛି ପୋଲିସ । କଟାମୁଣ୍ଡ ମିଳୁ ନଥିବାରୁ ଏମ୍‌ଭି-୨୬ ଓ ରାଖେଲଗୁଡ଼ା ମଧ୍ୟରେ ବିବାଦ ଦେଖା ଦେଇଥିଲା ।

ସୂଚନା ଥାଉକି, କିଛି ଦିନ ତଳେ ରାଖାଲଗୁଡ଼ା ଗାଁର ଜଣେ ୫୦ ବର୍ଷୀୟା ଆଦିବାସୀ ମହିଳା, ଲାକେ ପାଡିଆମିଙ୍କ ମୃତଦେହ ପୋଟେରୁ ନଦୀ କୂଳରୁ ମିଳିଥିଲା । ମୃତଦେହର ମୁଣ୍ଡ ନଥିଲା, ଥିଲା କେବଳ ଗଣ୍ଡି । ରାଖାଲଗୁଡ଼ା ଗାଁର ଲୋକେ ସନ୍ଦେହ କରୁଛନ୍ତି ଯେ ଏମଭି-୨୬ ଗାଁର କିଛି ଲୋକ ପୁରୁଣା ଜମି ବିବାଦକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥାଇପାରେ । ତେବେ ପୋଲିସ ହତ୍ୟାକାରୀଙ୍କୁ ଗିରଫ ନ କରିବାରୁ ଏବଂ କଟା ମୁଣ୍ଡ ଉଦ୍ଧାର ନ ହେବାରୁ ରାଖାଲଗୁଡ଼ା ଗାଁ ଲୋକେ ରାଗି ଯାଇଥିଲେ । ପ୍ରତିବାଦରେ ଶହ ଶହ ଲୋକ ଏମଭି-୨୬ ଗାଁକୁ ଯାଇ ଭଙ୍ଗାରୁଜା କରିଥିଲେ । ଅନେକ ଘରେ ନିଆଁ ଲଗାଇଦେଇଥିଲେ । 

ସେପଟେ ସ୍ବାଭାବିକ ହେଉଛି ମାଲକାନଗିରିର ଏମ୍ ଭି-୨୬ ଓ ରାଖେଲଗୁଡ଼ା । ଶାନ୍ତି ପ୍ରତିଷ୍ଠା ପାଇଁ ଦୁଇ ଗାଁ ମଧ୍ୟରେ ସହମତି ହୋଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦୁଇ ଗାଁର ପ୍ରତିନିଧିଙ୍କୁ ନେଇ ଶାନ୍ତି କମିଟି ବୈଠକ ବସିଥିଲା। ଉଭୟ ଗୋଷ୍ଠୀ ମଧ୍ୟରେ ବିସ୍ତୃତ ଭାବେ ଆଲୋଚନା କରାଯାଇ ସମସ୍ତଙ୍କର ଦାବି ଶୁଣିଥିଲେ ଜିଲ୍ଲାପାଳ। ଡିଆଇଜି ଓ ଏସପିଙ୍କ ଉପସ୍ଥିତିରେ ଶାନ୍ତି ଫେରାଇବାକୁ ଦୁଇ ଗାଁ ମଧ୍ୟରେ ସହମତି ହୋଇଛି। ବିଗତ ୨୪ ଘଣ୍ଟାରେ ଗାଁରେ ଆଉ କୌଣସି ପ୍ରକାରର ଅପ୍ରୀତିକର ସ୍ଥିତି ଉପୁଜିନାହିଁ। ପୋଲିସ-ପ୍ରଶାସନ ଉପସ୍ଥିତିରେ ୫ ଦିନ ପରେ ମୃତ ମହିଳାଙ୍କ ହେଲା ଅନ୍ତିମ ସତ୍କାର କରାଯାଇଛି। ବିଏନଏସ ୧୬୩ ଲାଗୁ ରହିଥିବାବେଳେ ଆଉ ୧୮ ଘଣ୍ଟା ଇଣ୍ଟରନେଟ୍ କଟକଣା ବୃଦ୍ଧି କରାଯାଇଛି । ସ୍ଥିତି ଉପରେ ନଜର ରଖାଯାଇଥିବା କହିଛନ୍ତି ଜିଲ୍ଲାପାଳ ।

https://www.thesakala.in/latest-odisha-news/severed-head-found-in-malkangiri-rakhelguda-murder-incident/article-43489
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର