ରାଷ୍ଟ୍ରପତି ନିର୍ବାଚନରେ କ୍ରସ ଭୋଟିଂ ପାଇଁ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍

The Sakala Picture
Published On

ଭୁବନେଶ୍ବର: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି। ଦଳୀୟ ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ପିସିସି ସଭାପତି ସରତ ପଟ୍ଟନାୟକ ଏହି ନିର୍ଦ୍ଦେଶ ଜାରି କରିଛନ୍ତି। ୨ ସପ୍ତାହ ଭିତରେ ଜବାବ ଦେବାକୁ ବିଧାୟକ ମୋକିମ୍‌ଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କଂଗ୍ରେସ ମିଡିଆ ସେଲ୍ ମୁଖ୍ୟ ସତ୍ୟ ନାୟକ ଏହି ସୂଚନା ଦେଇଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଇଥିଲେ ମୋକିମ୍ । କଂଗ୍ରେସ ଦଳର ନିଷ୍ପତ୍ତି ହୋଇଥିଲା ମିଳିତ ବିରୋଧୀ ପ୍ରାର୍ଥୀ ଯଶୱନ୍ତ […]

ଭୁବନେଶ୍ବର: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି। ଦଳୀୟ ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ପିସିସି ସଭାପତି ସରତ ପଟ୍ଟନାୟକ ଏହି ନିର୍ଦ୍ଦେଶ ଜାରି କରିଛନ୍ତି। ୨ ସପ୍ତାହ ଭିତରେ ଜବାବ ଦେବାକୁ ବିଧାୟକ ମୋକିମ୍‌ଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କଂଗ୍ରେସ ମିଡିଆ ସେଲ୍ ମୁଖ୍ୟ ସତ୍ୟ ନାୟକ ଏହି ସୂଚନା ଦେଇଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଇଥିଲେ ମୋକିମ୍ ।

ଆହୁରି ପଢ଼ନ୍ତୁ: ବେଙ୍ଗାଲୁରୁ-ଭୁବନେଶ୍ୱର ଟ୍ରେନରୁ ଜଗତସିଂହପୁରର ମହିଳା ଓ ୯ ମାସର ଶିଶୁପୁତ୍ର ନିଖୋଜ

କଂଗ୍ରେସ ଦଳର ନିଷ୍ପତ୍ତି ହୋଇଥିଲା ମିଳିତ ବିରୋଧୀ ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ଭୋଟ୍ ଦେବା ପାଇଁ । କିନ୍ତୁ ସେ ଦଳର ନିଷ୍ପତ୍ତି ବିରୋଧରେ ଯାଇ ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେଇଥିଲେ। ଦ୍ରୌପଦୀଙ୍କୁ ଭୋଟ ଦେବା ପରେ ବିଧାୟକ ମୋକିମଙ୍କ କହିଥିଲେ ଯେ, ସେ ଓଡ଼ିଶା ମାଟିର ଝିଅ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍‌ ଦେଇଛନ୍ତି। ଏହାସହ ମୋକିମ କହିଥିଲେ ମୁଁ ବ୍ୟକ୍ତିଗତ ଭାବେ ବିଚାର କରି ଭୋଟ ଦେଇଛି । ଜଣେ ଓଡ଼ିଆ ଓ ଆଦିବାସୀ ମହିଳା ହୋଇଥିବାରୁ ମୁଁ ଦ୍ରୌପଦୀଙ୍କୁ ଭୋଟ ଦେଇଛି। ସମ୍ବିଧାନର ସର୍ବୋଚ୍ଚ ପଦରେ ଜଣେ ଓଡ଼ିଆ ବସିବାକୁ ଯାଉଥିବାରୁ ଓଡ଼ିଆଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ଦ୍ରୌପଦୀଙ୍କୁ ଭୋଟ ଦେଇଛି । ଆଉ ଭାବୁଛି ଭୋଟ ଦେଇ ମୁଁ ଠିକ୍ କରିଛି । ବିବେକ ଅନୁଯାୟୀ ଭୋଟ ଦେଇଛି ବୋଲି ମୋକିମ କହିଥିଲେ ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୯ ଜଣ ଯୁବ ଆଇଏଏସ୍ ଅଫିସରଙ୍କୁ ଉପ-ଜିଲ୍ଲାପାଳ ଭାବେ ନିଯୁକ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର