ରଥରେ ବିରାଜିଲେ ଚତୁର୍ଦ୍ଧାମୂର୍ତ୍ତି, ଭାଇ-ଭଉଣୀଙ୍କୁ ସାଥୀରେ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ କାଳିଆ ଠାକୁର…

The Sakala Picture
Published On

ପୁରୀ: ଜନ୍ମବେଦୀରେ ଶେଷ ହୋଇଛି ମହାପ୍ରଭୁଙ୍କ ଲୀଳା। ଶ୍ରୀଗୁଣ୍ଡିଚା ମନ୍ଦିରରେ ସାତ ଦିନ ରହଣି ପରେ ଭାଇ-ଭଉଣୀଙ୍କୁ ସାଥୀରେ ଧରି ବାହୁଡ଼ିବେ କାଳିଆ ଠାକୁର। ପ୍ରଥମେ ଶ୍ରୀଗୁଣ୍ଡିଚା ମନ୍ଦିରରୁ ଚକ୍ରରାଜ ଶ୍ରୀସୁଦର୍ଶନଙ୍କୁ ପହଣ୍ଡିରେ ସେବାୟତମାନେ ଆଣିଥିଲେ। ପରେ ପାରମ୍ପରିକ ବାଦ୍ୟର ତାଳେ ତାଳେ ଧାଡ଼ି ପହଣ୍ଡିରେ ତାଳଧ୍ୱଜ ରଥକୁ ବଡ଼ ଠାକୁର ଶ୍ରୀବଳଭଦ୍ରଙ୍କର ବିଜେ କରିବା ନୀତି ଆରମ୍ଭ ହୋଇଥିଲା। ବଡ଼ ଠାକୁର ଶ୍ରୀବଳଭଦ୍ରଙ୍କ ପଛେ ପଛେ ଦେବୀ ମା’ସୁଭଦ୍ରା ଧାଡ଼ି ପହଣ୍ଡିରେ ଦର୍ପଦଳନ ରଥକୁ ବିଜେ […]

ପୁରୀ: ଜନ୍ମବେଦୀରେ ଶେଷ ହୋଇଛି ମହାପ୍ରଭୁଙ୍କ ଲୀଳା। ଶ୍ରୀଗୁଣ୍ଡିଚା ମନ୍ଦିରରେ ସାତ ଦିନ ରହଣି ପରେ ଭାଇ-ଭଉଣୀଙ୍କୁ ସାଥୀରେ ଧରି ବାହୁଡ଼ିବେ କାଳିଆ ଠାକୁର। ପ୍ରଥମେ ଶ୍ରୀଗୁଣ୍ଡିଚା ମନ୍ଦିରରୁ ଚକ୍ରରାଜ ଶ୍ରୀସୁଦର୍ଶନଙ୍କୁ ପହଣ୍ଡିରେ ସେବାୟତମାନେ ଆଣିଥିଲେ। ପରେ ପାରମ୍ପରିକ ବାଦ୍ୟର ତାଳେ ତାଳେ ଧାଡ଼ି ପହଣ୍ଡିରେ ତାଳଧ୍ୱଜ ରଥକୁ ବଡ଼ ଠାକୁର ଶ୍ରୀବଳଭଦ୍ରଙ୍କର ବିଜେ କରିବା ନୀତି ଆରମ୍ଭ ହୋଇଥିଲା। ବଡ଼ ଠାକୁର ଶ୍ରୀବଳଭଦ୍ରଙ୍କ ପଛେ ପଛେ ଦେବୀ ମା’ସୁଭଦ୍ରା ଧାଡ଼ି ପହଣ୍ଡିରେ ଦର୍ପଦଳନ ରଥକୁ ବିଜେ କରିଥିଲେ। ପରେ ମହାପ୍ରଭୁ କାଳିଆ ସାଆନ୍ତ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଧାଡ଼ି ପହଣ୍ଡିରେ ନନ୍ଦିଘୋଷ ରଥକୁ ବିଜେ  କରିଥିଲେ।

ଆହୁରି ପଢ଼ନ୍ତୁ: ବଦଳିବ ଦଶମ ପାଠ୍ୟକ୍ରମ: ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ

ଅପର‌ାହ୍‌ଣ ସାଢ଼େ ୨ଟାରୁ ସାଢ଼େ ୩ଟା ମଧ୍ୟରେ ଛେରାପହଁରା ନୀତି ବଢ଼ି ଅପରାହ୍‌ଣ ୪ଟାରେ ରଥଟଣା ଆରମ୍ଭ କରାଯିବା ଲାଗି ନୀତି ନିର୍ଘଣ୍ଟ ହୋଇଛି। ରଥଟଣା ସରିବା ପରେ ରଥ ଉପରେ ମହାପ୍ରଭୁଙ୍କ ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ। ଏହା ପରଦିନ ଅର୍ଥାତ୍‌ ରବିବାର ରଥ ଉପରେ ସୁନାବେଶ ଅନୁଷ୍ଠିତ ହେବ। ଅନ୍ୟପକ୍ଷରେ ଦାରୁବିଗ୍ରହଙ୍କ ବାହୁଡ଼ା ଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବା ଲାଗି ପୁଲିସ୍‌ ବ୍ୟାପକ ପଦକ୍ଷେପ ଗ୍ରହଣ କରିଛି। ପଞ୍ଚସ୍ତରୀୟ ସୁରକ୍ଷାବଳୟରେ ରହିଛି ପୁରୀ ସହର।

ଆହୁରି ପଢ଼ନ୍ତୁ: ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ଭ୍ରମାତ୍ମକ, ଦୁର୍ଭାଗ୍ୟଜନକ: ବିଜେଡି

 

ଆହୁରି ପଢ଼ନ୍ତୁ: ସୋସିଆଲ ମିଡିଆରେ ନବୀନଙ୍କ ପ୍ରତି ଅପମାନଜନକ ପ୍ରଚାର; ଥାନାରେ ବିଜେପି କର୍ମକର୍ତ୍ତାଙ୍କ ନାମରେ ଅଭିଯୋଗ

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର