ପୁରୀ ପରିକ୍ରମା ପ୍ରକଳ୍ପ ନେଇ ସୁପ୍ରିମକୋର୍ଟଙ୍କ ବଡ ରାୟ : ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଶ୍ରୀମନ୍ଦିର ସେବାୟତ

The Sakala Picture
Published On

ଭୁବନେଶ୍ବର : ପୁରୀ ପରିକ୍ରମା ପ୍ରକଳ୍ପ ନେଇ ଆଜି ସୁପ୍ରିମକୋର୍ଟ ଶୁଣାଇଛନ୍ତି ‘ସୁପ୍ରିମ’ ଫୈସଲା । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ହୋଇଥିବା ଦୁଇଟି ଆବେଦନକୁ ରଦ୍ଦ କରିବା ସହ କାର୍ୟ୍ୟ ଜାରି ରଖିବା ପାଇଁ ସର୍ବେଚ୍ଚ ନ୍ୟାୟାଳୟ ନିଜ ରାୟରେ ଶୁଣାଇଛନ୍ତି। ଉନ୍ନୟନମୂଳକ କାମକୁ ଉଦ୍ଦେଶ୍ୟମୂଳକ ଭାବେ ରୋକଯାଉଥିବା କୋର୍ଟ ନିଜ ରାୟରେ କହିବା ସହ ମାମଲାକୁ ଖାରଜ କରିଦେଇଥିଲେ। ଏଥି ସହିତ ଦୁଇ ଆବେଦନକାରୀ ଅର୍ଦ୍ଧେନ୍ଦୁ ଦାସଙ୍କୁ ଓ ସୁମନ୍ତ କୁମାର ଘୋଡାଇ କୋର୍ଟଙ୍କ […]

ଭୁବନେଶ୍ବର : ପୁରୀ ପରିକ୍ରମା ପ୍ରକଳ୍ପ ନେଇ ଆଜି ସୁପ୍ରିମକୋର୍ଟ ଶୁଣାଇଛନ୍ତି ‘ସୁପ୍ରିମ’ ଫୈସଲା । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ହୋଇଥିବା ଦୁଇଟି ଆବେଦନକୁ ରଦ୍ଦ କରିବା ସହ କାର୍ୟ୍ୟ ଜାରି ରଖିବା ପାଇଁ ସର୍ବେଚ୍ଚ ନ୍ୟାୟାଳୟ ନିଜ ରାୟରେ ଶୁଣାଇଛନ୍ତି। ଉନ୍ନୟନମୂଳକ କାମକୁ ଉଦ୍ଦେଶ୍ୟମୂଳକ ଭାବେ ରୋକଯାଉଥିବା କୋର୍ଟ ନିଜ ରାୟରେ କହିବା ସହ ମାମଲାକୁ ଖାରଜ କରିଦେଇଥିଲେ। ଏଥି ସହିତ ଦୁଇ ଆବେଦନକାରୀ ଅର୍ଦ୍ଧେନ୍ଦୁ ଦାସଙ୍କୁ ଓ ସୁମନ୍ତ କୁମାର ଘୋଡାଇ କୋର୍ଟଙ୍କ ସମୟ ନଷ୍ଟ କରିଥିବାରୁ ଲକ୍ଷେ ଟଙ୍କା ଲେଖାଏଁ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ନିଜସ୍ୱ ପ୍ରଚାର ପାଇଁ ଏହି ଦୁଇଜଣ କୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର ହୋଇଥିବା କୋର୍ଟ କହିଛନ୍ତି ।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

ସୁପ୍ରିମକୋର୍ଟଙ୍କ ଏହି ରାୟ ପରେ ପୁରୀବାସୀଙ୍କ ସହ ସମସ୍ତ ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଖୁସିର ଲହର ଖେଳିଯାଇଛି।ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ମାନ୍ୟବର ସର୍ବୋଚ୍ଚ ଅଦାଲତଙ୍କ ରାୟ ପ୍ରକାଶ ପାଇବା ପରେ ଆନନ୍ଦିତ ହୋଇଛନ୍ତି ସେବାୟତ ସମୂହ । ଆଗାମୀ ଦିନରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ଶ୍ରୀମନ୍ଦିର ଶ୍ରୀ ବୃଦ୍ଧିରେ ମୁଖ୍ୟମନ୍ତ୍ରୀଙ୍କ ପରିକଳ୍ପନାକୁ ସାଧୁବାଦ ଜଣାଇଛନ୍ତି ସେବାୟତ । ଏଥି ସହ ସନ୍ଧ୍ୟାରେ ନବୀନ ନିବାସରେ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ସହ ଆଲୋଚନା କରିଛନ୍ତି ପୁରୀ ସେବାୟତ।

ସୁପ୍ରିମକୋର୍ଟଙ୍କ ରାୟ ସେମାନଙ୍କ ମଧ୍ୟରେ ଆନନ୍ଦର ଲହରି ବିଛାଇଦେଇଛି । କେବଳ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଶ୍ରୀକ୍ଷେତ୍ରର ନୂତନ ନକ୍ସା ପୂର୍ଣ୍ଣ ହେବାକୁ ଯାଉଛି । ଯେଉଁଥିପାଇଁ ଶ୍ରୀମନ୍ଦିରର ସେବାୟତ ମାନେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଖଣ୍ଡୁଆ ପାଟ ଦେଇ ସମ୍ବର୍ଦ୍ଧିତ କରିଥିଲେ । ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ସହ  ଆଗାମୀ ଦିନରେ ରଥଯାତ୍ରା ହେବାକୁ ଯାଉଥିବାବେଳେ କିପରି ସୁରୁଖୁରୁରେ କାର୍ଯ୍ୟ ସମାପନ ହେବ ସେନେଇ ମଧ୍ୟ ଆଲୋଚନା କରିଛନ୍ତି ଶ୍ରୀମନ୍ଦିର ସେବାୟତ। ଏଥି ସହିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ଶିଘ୍ର କାର୍ଯ୍ୟ ଶେଷ କରିବା ନେଇ ଆଲୋଚନା କରିଛନ୍ତି ସେବାୟତ ବୃନ୍ଦ ।

03 Jun 2022 By The Sakala

https://www.thesakala.in/latest-odisha-news/shrimandir-sevayat-meet-the-chief-minister-at-naveen-nibas/article-12147
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର