ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

Madhusudan Das Picture
Published On

ଭୁବନେଶ୍ୱର: ଓଡ଼ିଶାରେ SIRକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା । ଆସନ୍ତା ଏପ୍ରିଲ ପହିଲାରୁ ରାଜ୍ୟରେ ଆରମ୍ଭ ହେବ ଏସଆଇଆର ପ୍ରକ୍ରିୟା । ରାଜ୍ୟରେ ଭୋଟର ତାଲିକାକୁ ସ୍ୱଚ୍ଛ ଏବଂ ତ୍ରୁଟିଶୂନ୍ୟ କରିବା ପାଇଁ ଆଗାମୀ ଏପ୍ରିଲ ୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି ସ୍ପେଶାଲ୍ ଇଣ୍ଟେନ୍ସିଭ ରିଭିଜନ ବା ଏସଆଇଆର  ପ୍ରକ୍ରିୟା। ଏପର୍ଯ୍ୟନ୍ତ  ୯୦% ଭୋଟରଙ୍କ ନାମ ଓ ପିତାଙ୍କ ନାମ ୨୦୦୨ ରୋଲ ସହିତ ମାପିଙ୍ଗ ସରିଛି। ବାକି ୧୦ ପ୍ରତିଶତ ମଧ୍ୟରୁ ଅତିକମରେ ୮ ପ୍ରତିଶତ ସଂଶୋଧନ ହେବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି । ୯୫% ଲୋକଙ୍କୁ ମାପିଙ୍ଗ କରିଦେଲେ ଏସଆଇଆର ପାଇଁ ସୁବିଧା ହେବ। ଓଡ଼ିଶାରେ ଏସଆଇଆରକୁ ନେଇ ୯୦% ଲୋକଙ୍କ ପାଇଁ କିଛି ସମସ୍ୟା ନାହିଁ। ସହରାଞ୍ଚଳରେ ମାପିଙ୍ଗ ପାଇଁ ସମସ୍ୟା ହେଉଛି। ଇସିଆଇଏନଇଟି ମୋବାଇଲ ଆପ୍ସ - କ୍ୟୁଆର କୋର୍ଡ ଆଧାରରେ ଭୋଟର, ନିଜ ବିବରଣୀ ଖୋଜି ପାରିବେ। 

ଆହୁରି ପଢ଼ନ୍ତୁ: ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ୍‌ ଆସିବେ ପିଲା, ଜାତୀୟ ଶିକ୍ଷା ନୀତି-୨୦୨୦କୁ ଲାଗୁ ନିଷ୍ପତ୍ତି

ସେ ଆହୁରି ବି କହିଛନ୍ତି କି, ସବୁଠୁ ବଡ଼ କଥା ୨୦୦୨ ଆଧାରରେ ସଂଶୋଧନ କରାଯିବ । ୨୦୦୨ ମସିହାରେ ଯେଉଁ ବୁଥ୍‌ରେ ମତଦାନ କରିଥିଲେ ତାର ବୁଥ୍ ନମ୍ବର କହିଲେ ବି ସଂଶୋଧନ ହେବ । କିନ୍ତୁ ଯଦି ଜଣକ ପାଖରେ କିଛି ବି ଲିଷ୍ଟ ନାହିଁ ତେବେ ତାକୁ ୧୧ ନମ୍ବର ବିଶିଷ୍ଟ ଫର୍ମ ଦିଆଯିବ । ତାକୁ ପୂରଣ କଲେ ବି ଚଳିବ । ଉଦ୍ଦେଶ୍ୟ ହେଉଛି ଯେମିତି ଭୋଟର ତାଲିକା ପୂରା ସ୍ବଚ୍ଛ ହେବା ଦରକାର । ତେବେ ଯଦି କାହାର ଦୁଇ ଆଡେ ଭୋଟର ତାଲିକାରେ ନାଁ ଥାଏ ତେବେ ସେ ଗୋଟିଏ ଜାଗାରେ ରଖି ପାରିବେ । ଦୁଇଟି ବା ଏକାଧିକ ଜାଗାରେ ରଖିଲେ ତାହା ଦଣ୍ଡନୀୟ ଅପରାଧ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍. ଏସ୍‌. ଗୋପାଳନ କହିଛନ୍ତି ।

ଆହୁରି ପଢ଼ନ୍ତୁ: 'ଏ ଡାଏରୀ ସେ ଡାଏରୀ ନୁହେଁ', ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଭଉଣୀଙ୍କ ବିସ୍ଫୋରକ ତଥ୍ୟ

06 Mar 2026 By Madhusudan Das

ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର: ଓଡ଼ିଶାରେ SIRକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା । ଆସନ୍ତା ଏପ୍ରିଲ ପହିଲାରୁ ରାଜ୍ୟରେ ଆରମ୍ଭ ହେବ ଏସଆଇଆର ପ୍ରକ୍ରିୟା । ରାଜ୍ୟରେ ଭୋଟର ତାଲିକାକୁ ସ୍ୱଚ୍ଛ ଏବଂ ତ୍ରୁଟିଶୂନ୍ୟ କରିବା ପାଇଁ ଆଗାମୀ ଏପ୍ରିଲ ୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି ସ୍ପେଶାଲ୍ ଇଣ୍ଟେନ୍ସିଭ ରିଭିଜନ ବା ଏସଆଇଆର  ପ୍ରକ୍ରିୟା। ଏପର୍ଯ୍ୟନ୍ତ  ୯୦% ଭୋଟରଙ୍କ ନାମ ଓ ପିତାଙ୍କ ନାମ ୨୦୦୨ ରୋଲ ସହିତ ମାପିଙ୍ଗ ସରିଛି। ବାକି ୧୦ ପ୍ରତିଶତ ମଧ୍ୟରୁ ଅତିକମରେ ୮ ପ୍ରତିଶତ ସଂଶୋଧନ ହେବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି । ୯୫% ଲୋକଙ୍କୁ ମାପିଙ୍ଗ କରିଦେଲେ ଏସଆଇଆର ପାଇଁ ସୁବିଧା ହେବ। ଓଡ଼ିଶାରେ ଏସଆଇଆରକୁ ନେଇ ୯୦% ଲୋକଙ୍କ ପାଇଁ କିଛି ସମସ୍ୟା ନାହିଁ। ସହରାଞ୍ଚଳରେ ମାପିଙ୍ଗ ପାଇଁ ସମସ୍ୟା ହେଉଛି। ଇସିଆଇଏନଇଟି ମୋବାଇଲ ଆପ୍ସ - କ୍ୟୁଆର କୋର୍ଡ ଆଧାରରେ ଭୋଟର, ନିଜ ବିବରଣୀ ଖୋଜି ପାରିବେ। 

ସେ ଆହୁରି ବି କହିଛନ୍ତି କି, ସବୁଠୁ ବଡ଼ କଥା ୨୦୦୨ ଆଧାରରେ ସଂଶୋଧନ କରାଯିବ । ୨୦୦୨ ମସିହାରେ ଯେଉଁ ବୁଥ୍‌ରେ ମତଦାନ କରିଥିଲେ ତାର ବୁଥ୍ ନମ୍ବର କହିଲେ ବି ସଂଶୋଧନ ହେବ । କିନ୍ତୁ ଯଦି ଜଣକ ପାଖରେ କିଛି ବି ଲିଷ୍ଟ ନାହିଁ ତେବେ ତାକୁ ୧୧ ନମ୍ବର ବିଶିଷ୍ଟ ଫର୍ମ ଦିଆଯିବ । ତାକୁ ପୂରଣ କଲେ ବି ଚଳିବ । ଉଦ୍ଦେଶ୍ୟ ହେଉଛି ଯେମିତି ଭୋଟର ତାଲିକା ପୂରା ସ୍ବଚ୍ଛ ହେବା ଦରକାର । ତେବେ ଯଦି କାହାର ଦୁଇ ଆଡେ ଭୋଟର ତାଲିକାରେ ନାଁ ଥାଏ ତେବେ ସେ ଗୋଟିଏ ଜାଗାରେ ରଖି ପାରିବେ । ଦୁଇଟି ବା ଏକାଧିକ ଜାଗାରେ ରଖିଲେ ତାହା ଦଣ୍ଡନୀୟ ଅପରାଧ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍. ଏସ୍‌. ଗୋପାଳନ କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର