ଜାନୁଆରୀ ୬ରୁ ଆରମ୍ଭ ହେବ ଶିଶିର ସରସ-୨୦୨୪, ମେଳାରେ ପଡିବ ୪୦୦ ଷ୍ଟଲ

The Sakala Picture
Published On

ଭୁବନେଶ୍ବର: ଜାନୁଆରୀ ୬ ତାରିଖରୁ ଆରମ୍ଭ ହେବ ଶିଶିର ସରସ-୨୦୨୪ । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନସ୍ଥ ଓରମାସ ଦ୍ୱାରା ଆୟୋଜନ ହେବାକୁ ଥିବା ଜାତୀୟ ସ୍ତରୀୟ ହସ୍ତତନ୍ତ, ହସ୍ତଶିଳ୍ପ ଓ ଖାଦ୍ୟ ମସଲାର ଏହି ମେଳା ବରମୁଣ୍ଡା ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ଅନୁଷ୍ଠିତ ହେବ । ଏହା ଜାନୁଆରୀ ୬ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଜାତୀୟସ୍ତରୀୟ ମେଳାରେ ମୋଟ ୪୦୦ଟି ଷ୍ଟଲ ଖୋଲାଯିବ । ଏଥିରେ […]

ଭୁବନେଶ୍ବର: ଜାନୁଆରୀ ୬ ତାରିଖରୁ ଆରମ୍ଭ ହେବ ଶିଶିର ସରସ-୨୦୨୪ । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନସ୍ଥ ଓରମାସ ଦ୍ୱାରା ଆୟୋଜନ ହେବାକୁ ଥିବା ଜାତୀୟ ସ୍ତରୀୟ ହସ୍ତତନ୍ତ, ହସ୍ତଶିଳ୍ପ ଓ ଖାଦ୍ୟ ମସଲାର ଏହି ମେଳା ବରମୁଣ୍ଡା ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ଅନୁଷ୍ଠିତ ହେବ । ଏହା ଜାନୁଆରୀ ୬ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଜାତୀୟସ୍ତରୀୟ ମେଳାରେ ମୋଟ ୪୦୦ଟି ଷ୍ଟଲ ଖୋଲାଯିବ ।

ଆହୁରି ପଢ଼ନ୍ତୁ: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା: ଦୁର୍ଘଟଣାରେ ମୃତ୍ୟୁ ବା ସ୍ଥାୟୀ ବିକଳାଙ୍ଗ ହେଲେ ମିଳିବ ୨ ଲକ୍ଷ ଟଙ୍କାର ସହାୟତା ରାଶି

ଏଥିରେ ଓଡ଼ିଶାର ସମସ୍ତ ୩୦ଟି ଜିଲ୍ଲାରୁ ମହିଳା ଏସ୍.ଏଚ୍.ଜି, ଉତ୍ପାଦକ ଗୋଷ୍ଠୀ ଏବଂ ଉତ୍ପାଦକ ଉଦ୍ୟୋଗୀ ମାନଙ୍କ ସହିତ ୨୬ଟି ରାଜ୍ୟର ମହିଳା ଏସ୍.ଏଚ୍.ଜି, ଉତ୍ପାଦକ ଗୋଷ୍ଠୀ ଏବଂ ଉତ୍ପାଦକ ଉଦ୍ୟୋଗୀ ମାନଙ୍କ ହାତ ତିଆରି ହସ୍ତଶିଳ୍ପ, ହସ୍ତତନ୍ତ ଓ ଖାଦ୍ୟ ମସଲା ସାମଗ୍ରୀ ଆଦି ବିଭିନ୍ନ୍ ଷ୍ଟଲରେ ବିକ୍ରି ହେବ।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

ମେଳା ଭିତରେ ରହିବ ସ୍ୱତନ୍ତ୍ର ଫୁଡ୍ କୋର୍ଟ ସହ, ସେଲଫି ପଏଣ୍ଟ, ଓରମାସର ମାର୍କେଟିଂ, ଲାଇଭଲି ହୁଡସ୍ । ସେହିପରି ଦକ୍ଷତା ବିକାଶ ଆଦି କାର୍ଯ୍ୟକ୍ରମକୁ ନେଇ ସ୍ୱତନ୍ତ୍ର ଥିମ୍ ଷ୍ଟଲ ପାଇଁ ମେଳାରେ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ମେଳା ପରିସରକୁ ପରିଷ୍କାର ପରିଚ୍ଛନ ରଖିବା ଦିଗରେ ବିଏମସି ଅଧିକାରୀ ସ୍ବତନ୍ତ୍ର ଧ୍ୟାନ ଦେବେ । ମେଳାକୁ ଯଥା ସମ୍ଭବ ପଲିଥିନ ମୁକ୍ତ ନିଷିଦ୍ଧାଞ୍ଚଳ କରିବା ପାଇଁ ଉଦ୍ୟମ ହେବ ବୋଲି ମେଳା ଆୟୋଜକଙ୍କ ତରଫରୁ ସୂଚନା ଦିଆଯାଇଛି । ମେଳା ବୁଲିବାକୁ ଆସୁଥିବା ଲୋକଙ୍କ ପାଇଁ ଦୁଇ ଚକିଆ, ତିନି ଚକିଆ ଏବଂ ଚାରି ଚକିଆ ରଖିବା ପାଇଁ ସ୍ୱତନ୍ତ୍ର ପାର୍କିଂ ଜୋନର ବ୍ୟବସ୍ଥା ମଧ୍ୟ କରାଯାଇଛି । ବିଭିନ୍ନ ଘରୋଇ ତଥା ରାଷ୍ଟ୍ରାୟତ ବ୍ୟାଙ୍କ ପକ୍ଷରୁ ମେଳା ପରିସରରେ ଏଟିଏମ ମେସିନ୍ ର ସୁବିଧା କରାଯାଇଛି । ଏହାସହ ପ୍ରତ୍ୟେକ ଦିନ ମେଳାରେ ସନ୍ଧ୍ୟା ସମୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ ।
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର