ପରଲୋକରେ ଭଉଣୀ ଗୀତା ମେହେଟ୍ଟା, ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର: ଅନ୍ତର୍ଜାତୀୟ ସ୍ତରର ଲେଖିକା ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଝିଅ ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଯାଇଛି । ୮୦ ବର୍ଷ ବୟସରେ ଗତକାଲି ନୂଆଦିଲ୍ଲୀସ୍ଥିତ ବାସଭବନରେ ହୋଇଛି ତାଙ୍କର ଦେହାନ୍ତ । ଗୀତାଙ୍କ ଶେଷ ଦର୍ଶନ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଯିବା ନେଇ ସୂଚନା ରହିଛି । ଗୀତା ଏକାଧାରରେ ଜଣେ ଲେଖିକା, ବୃତ୍ତଚିତ୍ର ନିର୍ମାତା, ସାମ୍ବାଦିକା ଥିଲେ । ୧୯୪୩ରେ ଜନ୍ମିତ ଗୀତା ଭାରତ […]

ଭୁବନେଶ୍ବର: ଅନ୍ତର୍ଜାତୀୟ ସ୍ତରର ଲେଖିକା ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଝିଅ ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଯାଇଛି । ୮୦ ବର୍ଷ ବୟସରେ ଗତକାଲି ନୂଆଦିଲ୍ଲୀସ୍ଥିତ ବାସଭବନରେ ହୋଇଛି ତାଙ୍କର ଦେହାନ୍ତ । ଗୀତାଙ୍କ ଶେଷ ଦର୍ଶନ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଯିବା ନେଇ ସୂଚନା ରହିଛି ।

ଆହୁରି ପଢ଼ନ୍ତୁ: ଭାରତକୁ ବିପଦରେ ପକାଇଛି ସୌର ଝଡ଼; ପ୍ରବଳ ରେଡିଓ ବ୍ଲାକ୍‌ ଆଉଟ୍‌ ନେଇ ଇସ୍ରୋର ଚେତାବନୀ

ଗୀତା ଏକାଧାରରେ ଜଣେ ଲେଖିକା, ବୃତ୍ତଚିତ୍ର ନିର୍ମାତା, ସାମ୍ବାଦିକା ଥିଲେ । ୧୯୪୩ରେ ଜନ୍ମିତ ଗୀତା ଭାରତ ଓ ବ୍ରିଟେନରେ ଶିକ୍ଷା ଲାଭ କରିଥିଲେ । ସେ କେମ୍ବ୍ରିଜ ବିଶ୍ବବିଦ୍ୟାଳୟରେ ଉଚ୍ଚ ଶିକ୍ଷା ଲାଭ କରିଥିଲେ । ତାଙ୍କର କେତେକ ପ୍ରଖ୍ୟାତ ପୁସ୍ତକ ହେଉଛି- କର୍ମା କୋଲା, ସ୍ନେକ ଆଣ୍ଡ ଲ୍ୟାଡର୍ସ, ଏ ରିଭର ସୂତ୍ର, ଦ ଏଟରନାଲ ଗଣେଶ ଇତ୍ୟାଦି । ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଗତ ୨୦୧୯ ମସିହାରେ କେନ୍ଦ୍ର ସରକାର ତାଙ୍କ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିବାକୁ ଘୋଷଣା କରିଥିଲେ । କିନ୍ତୁ ତାହାକୁ ପ୍ରତ୍ୟାଖ୍ୟାନ କରି ଗୀତା ଚର୍ଚ୍ଚାକୁ ଆସିଥିଲେ ।

ଆହୁରି ପଢ଼ନ୍ତୁ: ଘରେ ବସି ହ୍ୱାଟ୍‌ସଆପ୍‌ରେ ପାଇବେ ରାଜସ୍ୱ ସେବା, ସମସ୍ୟା ନ ଶୁଣିଲେ ସିଧାସଳଖ ମନ୍ତ୍ରୀଙ୍କୁ କରିବେ ଅଭିଯୋଗ

ଗୀତାଙ୍କର ସ୍ବାମୀ ସୋନୀ ମେହେଟ୍ଟାଙ୍କର ଗତ ୨୦୧୯ରେ ପରଲୋକ ହୋଇଥିଲା । ୪୦ ବର୍ଷର ସାହିତ୍ୟ ଜୀବନରେ ଅନେକ ଉଲ୍ଲେଖନୀୟ ପୁସ୍ତକ ରଚନା କରିଥିଲେ । ତାଙ୍କ ବିୟୋଗରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସମେତ ବହୁ ବିଶିଷ୍ଠ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି ।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଗାଁରେ ବୁଲିଲା ଖଣ୍ଡା, ଗୋଷ୍ଠି ସଂଘର୍ଷରେ ୩ ଜଣ ଗୁରୁତର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp