ସ୍ମାର୍ଟ ହେଲ୍‌ଥ କାର୍ଡ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ରୂପାନ୍ତର ଆଣିଛି, ଏହା ଦ୍ବାରା ଗରିବ ଲୋକମାନେ ପ୍ରକୃତରେ ସଶକ୍ତ ହୋଇପାରିବେ : ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର :  ସାରା ରାଜ୍ୟରେ ସମସ୍ତ ଗରିବ ମାନଙ୍କୁ ମାଗଣା ସ୍ୱାସ୍ଥ୍ୟ ସୁବିଧା ଯୋଗାଇ ଦେବାପାଇଁ ସରକାର ଆରମ୍ଭ କରିଥିବା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ସେବାରେ ସାମିଲ ହୋଇଛି ଜଗତସିଂପୁର ଜିଲ୍ଲା। ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଜଗତସିଂହପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି।  ଜଗତସିଂହପୁରର ପ୍ରାୟ ୯ ଲକ୍ଷ ଲୋକ ସ୍ମାର୍ଟ କାର୍ଡ ସୁବିଧା […]

ଭୁବନେଶ୍ବର :  ସାରା ରାଜ୍ୟରେ ସମସ୍ତ ଗରିବ ମାନଙ୍କୁ ମାଗଣା ସ୍ୱାସ୍ଥ୍ୟ ସୁବିଧା ଯୋଗାଇ ଦେବାପାଇଁ ସରକାର ଆରମ୍ଭ କରିଥିବା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ସେବାରେ ସାମିଲ ହୋଇଛି ଜଗତସିଂପୁର ଜିଲ୍ଲା। ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଜଗତସିଂହପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି।  ଜଗତସିଂହପୁରର ପ୍ରାୟ ୯ ଲକ୍ଷ ଲୋକ ସ୍ମାର୍ଟ କାର୍ଡ ସୁବିଧା ପାଇବେ । ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ରୂପାନ୍ତର ଆଣିପାରିବ। ଏହାଦ୍ବାରା ଗରିବ ଲୋକମାନେ ପ୍ରକୃତରେ ସଶକ୍ତ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି: ୫ଟି ଆଲମିରା ଯାଞ୍ଚ ଶେଷ, ଅତ୍ୟାଧୁନିକ ୩ଡି ମ୍ୟାପିଂରେ ରହିବ ସବୁ ତଥ୍ୟ

ମୁଖ୍ୟମନ୍ତ୍ରୀ ଜଗତସିଂହପୁରରେ ଅଧିଷ୍ଠାତ୍ରୀ ଦେବୀ ମା ସାରଳାଙ୍କୁ ପ୍ରଣାମ ଜଣାଇ ମୁଖ୍ୟମନ୍ତ୍ରୀ ଜିଲ୍ଲା ପାଇଁ ୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ପିଇବା ପାଣି ଉପରେ ରାଜ୍ୟ ସରକାରଙ୍କ ସର୍ବାଧିକ ଗୁରୁତ୍ବ ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଜଗତସିଂହପୁର ଓ ପାରାଦୀପ ସହରର ସବୁ ପରିବାରକୁ ପାଇପ ପାଣିର ସୁବିଧା ଯୋଗାଇ ଦିଆଯାଇଛି। ଜିଲ୍ଲାର ଗ୍ରାମାଂଚଳରେ ପାଇପ ପାଣିର ସୁବିଧା ପାଇଁ ଏକ ବୃହତ ପାଇପ ପାଣି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜଗତସିଂହପୁର ଜିଲ୍ଲା ରାଜ୍ୟର ଏକ ଆଗୁଆ ଜିଲ୍ଲା ଏବଂ ଏହା କୃଷି, ଶିଳ୍ପ ସବୁ କ୍ଷେତ୍ରରେ ଉନ୍ନତ । ଅନେକ ସରକାରୀ ଯୋଜନା ଏଠାରେ ସଫଳ ଭାବରେ କାର୍ଯ୍ୟକାରୀ ହେଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତି ଓ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଜିଲ୍ଲାରେ ବହୁତ ଭଲ କାମ ହେଉଛି ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

ମୁଖ୍ୟମନ୍ତ୍ରୀ କହିଲେ ଯେ ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ BSKY Smart Health Card ରେ ସେବା ପ୍ରଦାନ ଆରମ୍ଭ ହୋଇଛି। ସେହି ଦିନ ଠାରୁ ଓଡିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ସେ କହିଥିଲେ । ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ସେ କହିଥିଲେ। ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍‌ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

ଏହି କାର୍ଯ୍ୟକ୍ରମରେ ଜଗତସିଂହପୁରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ଦାଶ, ଜଳସଂପଦ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ଜଗତସିଂହପୁର ସାଂସଦ ଶ୍ରୀମତୀ ରାଜଶ୍ରୀ ମଲ୍ଲିକ, ବିଧାୟକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି ପ୍ରମୁଖ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଓ ଦୂରଦର୍ଶୀ କାର୍ଯ୍ୟକ୍ରମ ଯୋଗୁ ଓଡିଶା ଆଜି ବିଭିନ୍ନ କ୍ଷେତ୍ରରେ ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ ସୃଷ୍ଟି କରିପାରିଛି ବୋଲି ସେମାନେ କହିଥିଲେ । ସ୍ବାସ୍ଥ୍ୟ ଠାରୁ ଆରମ୍ଭ କରି ଶିକ୍ଷା, ଭିତ୍ତିଭୂମି ଓ ଶିଳ୍ପ କ୍ଷେତ୍ରରେ ଓଡିଶା ଆଜି ଏକ ଆଗୁଆ ରାଜ୍ୟ ଭାବରେ ଦେଶରେ ଆଦର୍ଶ ସୃଷ୍ଡି କରିପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର