ଭୁବନେଶ୍ବର : ପୂର୍ବତନ ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ହୋଇଛନ୍ତି। ବିଜେଡି ସଭାପତି ନବୀନ ପଟ୍ଟନାୟକ ସ୍ନେହାଙ୍ଗିନୀ ଛୁରିଆଙ୍କୁ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଭାବେ ନିଯୁକ୍ତ କରିଛନ୍ତି। ଏହା ପୂର୍ବରୁ ମଧ୍ୟ ବିଜୁ ମହିଳା ଜନତା ଦଳର ସଭାପତି ରହିସାରିଥିବା ପୂର୍ବତନ ବିଧାୟିକା ସ୍ନେହାଙ୍ଗିନୀ ଛୁରିଆଙ୍କ ଉପରେ ପୁଣିଥରେ ନବୀନ ଆଶା ଓ ଭରସା କରି ସଭାନେତ୍ରୀ ଦାୟିତ୍ବ ଦେଇଛନ୍ତି।
ସେହିପରି ବିଜୁ ମହିଳା ଜନତା ଦଳରେ ୩ ବରିଷ୍ଠ ସାଧାରଣ ସଂପାଦିକା ଓ ୧୨ ସାଧାରଣ ସଂପାଦିକା ମଧ୍ୟ ନିଯୁକ୍ତି କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ବିଜେଡି ନେତ୍ରୀ ରାଜଶ୍ରୀ ମଲ୍ଲିକ,ଲେଖାଶ୍ରୀ ସାମନ୍ତସିଂହାର ଓ ସୁମିତ୍ରା ଜେନା ବରିଷ୍ଠ ସାଧାରଣ ସଂପାଦିକା ଭାବେ ନିଯୁକ୍ତ ହୋଇଛନ୍ତି।
ଏଥି ସହିତ ସୁଲୋଚନା ଦାସ, ସୁଲତା ଦେଓ, ବର୍ଷା ସିଂ ବରିହା,ଶ୍ରର୍ମିଷ୍ଠା ସେଠୀ, ଶ୍ରୀମୟୀ ମିଶ୍ର,ଲୋପାମୁଦ୍ରା ବକ୍ସିପାତ୍ର,ମୀନତି ବେହେରା, କସ୍ତୁରୀ ମହାପାତ୍ର, ପଦ୍ମିନୀ ଦିଆନ,ଦୀପାଳି ଦାସ, ରଂଜିତା ସାହୁ ଓ ଗୀତାଞ୍ଜଳି ବସ୍ତିଆ ସାଧାରଣ ସଂପାଦିକା ଭାବେ ନିଯୁକ୍ତ ହୋଇଛନ୍ତି।