ମହିଳା କମିସନର ଅଧ୍ୟକ୍ଷା ଭାବେ ନିଯୁକ୍ତ ହେଲେ ସୋଭନା ମହାନ୍ତି

ଭୁବନେଶ୍ବର: ରାଜ୍ୟ ସରକାର ସୋଭନା ମହାନ୍ତିଙ୍କୁ ମହିଳା କମିସନର ଅଧ୍ୟକ୍ଷା ଭାବେ ନିଯୁକ୍ତି ଦେଇଛନ୍ତି। ଏ‌ନେଇ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆଜି ବିଜ୍ଞପ୍ତି ଜାରି ହୋଇଛି। ବାଲେଶ୍ବର ଜିଲ୍ଲା ରେମୁଣା ବ୍ଲକ କରଞ୍ଜିଆ ଗାଁର ସୋଭନା ମହାନ୍ତି ଏହି ପଦବିରେ ତିନି ବର୍ଷ ରହିବେ ବୋଲି ଏଥିରେ କୁହାଯାଇଛି। ନୂଆ ନିଯୁକ୍ତି ନେଇ ସୋଭନା ମହାନ୍ତି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ଶ୍ରୀମତୀ ମହାନ୍ତି କହିଛନ୍ତି, ପଦପାଇଁ ଆଶା କରି ନ ଥିଲି। କିନ୍ତୁ […]

ଭୁବନେଶ୍ବର: ରାଜ୍ୟ ସରକାର ସୋଭନା ମହାନ୍ତିଙ୍କୁ ମହିଳା କମିସନର ଅଧ୍ୟକ୍ଷା ଭାବେ ନିଯୁକ୍ତି ଦେଇଛନ୍ତି। ଏ‌ନେଇ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆଜି ବିଜ୍ଞପ୍ତି ଜାରି ହୋଇଛି। ବାଲେଶ୍ବର ଜିଲ୍ଲା ରେମୁଣା ବ୍ଲକ କରଞ୍ଜିଆ ଗାଁର ସୋଭନା ମହାନ୍ତି ଏହି ପଦବିରେ ତିନି ବର୍ଷ ରହିବେ ବୋଲି ଏଥିରେ କୁହାଯାଇଛି।

ନୂଆ ନିଯୁକ୍ତି ନେଇ ସୋଭନା ମହାନ୍ତି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ଶ୍ରୀମତୀ ମହାନ୍ତି କହିଛନ୍ତି, ପଦପାଇଁ ଆଶା କରି ନ ଥିଲି। କିନ୍ତୁ ଏହା ମିଳିଥିବାରୁ ଖୁସି ଅନୁଭବ କରୁଛି। ରାଜ୍ୟ ସରକାର ଯେଉଁ ଦାୟିତ୍ବ ଦେଇଛନ୍ତି, ତାକୁ ଠିକ୍‌ ଭାବେ ତୁଲାଇବି। ମୖହିଳାଙ୍କୁ ଠିକ ଭାବେ ନ୍ୟାୟ ଦେବାକୁ ଉଦ୍ୟମ କରିବି। ଆମ ସରକାରରେ ମହିଳାଙ୍କୁ ଉଚିତ ନ୍ୟାୟ ମିଳିବ। ମୁଁ ବାଲେଶ୍ବରର ଝିଅ, ନ୍ୟାୟ ପାଇଁ ସବୁବେଳେ ଲଢ଼ିବି। ନିଜ ଦଳ ହୁଅନ୍ତୁ ବା ଅନ୍ୟ କେଉଁ ଦଳର ହୁଅନ୍ତୁ ଦୋଷୀଙ୍କୁ ଛଡ଼ାଯିବ ନାହିଁ।

About The Author: The Sakala