ସୋନପୁର ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟଣା : ମୃତକମାନଙ୍କ ପାଇଁ ୨ଲକ୍ଷ ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ବଲାଙ୍ଗୀର-ସୋନପୁର ରୋଡ଼ର ବଡ଼ବାହାଲୀ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଆଜି ସକାଳେ ୩ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ଅଟୋକୁ ଏକ କାର ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହବା ସହ ୬ ଜଣ ଗୁରୁତର ହୋଇଛନ୍ତି। ଏହି ଦୁର୍ଘଟଣାରେ  ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଖବର ଜାଣିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକମାନଙ୍କ ପରିବାର  ପାଇଁ ୨ଲକ୍ଷ ଟଙ୍କା ଲେଖାଏ […]

ଭୁବନେଶ୍ବର : ବଲାଙ୍ଗୀର-ସୋନପୁର ରୋଡ଼ର ବଡ଼ବାହାଲୀ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଆଜି ସକାଳେ ୩ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ଅଟୋକୁ ଏକ କାର ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହବା ସହ ୬ ଜଣ ଗୁରୁତର ହୋଇଛନ୍ତି। ଏହି ଦୁର୍ଘଟଣାରେ  ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଖବର ଜାଣିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକମାନଙ୍କ ପରିବାର  ପାଇଁ ୨ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ଧର୍ମାନ୍ତରୀକରଣକୁ ନେଇ ତେଜିଲା ବିବାଦ: ୩ଦିନ ଧରି ରାସ୍ତାରେ ପଡ଼ିରହିଛି ଦାଦନ ଶ୍ରମିକଙ୍କ ଶବ, ଗାଁରେ ଉତ୍ତେଜନା

ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ୨ଲକ୍ଷ ଟଙ୍କା ଲେଖାଏ ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କ ପରିବାରର ସଦସ୍ୟମାନଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି। ଏଥି ସହିତ  ଆହତ ହୋଇଥିବା ବ୍ୟକ୍ତିମାନଙ୍କର ମାଗଣା ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଫେସବୁକ୍ ଲାଇଭ୍‌କୁ ନେଇ ସଂଘର୍ଷ: ୨ ରାଉଣ୍ଡ ଗୁଳିଚାଳନା, ୫ ଆହତ

ସୂଚନାଯୋଗ୍ୟ ବଲାଙ୍ଗିର ରାଘବପାଲିରୁ ଚାରା ବ୍ୟବସାୟମାନେ ପ୍ରତିଦିନ ସୋନପୁରକୁ ଚାରା ବିକ୍ରି କରିବା ପାଇଁ ଆସିଥାନ୍ତି। ଆଜି ସକାଳେ ମଧ୍ୟ ୮ଜଣ ଚାରା ବ୍ୟବସାୟୀ ଏକ ଅଟୋରେ ଚାରା ବିକ୍ରି କରିବା ପାଇଁ ଆସିଥିଲେ। ବଡ଼ବାହାଲି ଛକରେ ଅଟୋ ରଖି ଏକ ବାଇକ୍ ଆରୋହୀଙ୍କ ସହ କଥା ହେଉଥିଲେ। ଏହି ସମୟରେ ସୋନପୁରରୁ ବଲାଙ୍ଗିର ଅଭିମୁଖେ ଯାଉଥିବା ଏକ କାର୍ ଦ୍ରୁତଗତିରେ ଆସି ପ୍ରଥମେ ଅଟୋକୁ ଧକ୍କା ଦେଇଥିଲା। ପରେ ଅଟୋପାଖରେ ଠିଆ ହୋଇଥିବା ବାଇକ୍‌କୁ ଧକ୍କା ଦେଇଥିଲା।ଅଟୋରେ ଥିବା ୮ଜଣ ଚାରା ବ୍ୟବସାୟୀଙ୍କ ମଧ୍ୟରୁ ୩ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା ବେଳେ ୫ ଜଣ ଗୁରୁତର ହୋଇଥିଲେ। ସେହିପରି ଜଣେ ବାଇକ୍‌ ଆରୋହୀ ମଧ୍ୟ ଆହତ ହୋଇଥିଲେ। ସ୍ଥାନୀୟ ଲୋକ ସମସ୍ତଙ୍କୁ ଉଦ୍ଧାର କରି ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

ଆହୁରି ପଢ଼ନ୍ତୁ: ଖୋର୍ଦ୍ଧା ପୁଲିସକୁ ବଡ ସଫଳତା: ୪୫ ଲକ୍ଷ ଟଙ୍କାର ଗୁଟ୍‌ଖା-ତମାଖୁ ସହ ନଗଦ ୨.୯୪ ଲକ୍ଷ ଟଙ୍କା ଜବତ, ୩ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର